ଗାଡ଼ିର ଟାଙ୍କି ଭରିବା ପୂର୍ବରୁ ଏଠାରେ ଜାଣନ୍ତୁ କେତେ ଅଛି ଆଜିର ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ

ପ୍ରତିଦିନ ଭଳି ଆଜି ମଧ୍ୟ ନୂଆ ତୈଳଦର ଜାରି ହୋଇଛି ।  ସାରା ଦେଶରେ ପେଟ୍ରୋଲ ଏବଂ ଡିଜେଲର ନୂତନ ମୂଲ୍ୟ ପ୍ରକାଶ ପାଇଛି ।  ଅଶୋଧିତ ତୈଳର ଆନ୍ତର୍ଜାତୀୟ ମୂଲ୍ୟ ଅନୁଯାୟୀ ଭାରତରେ ଇନ୍ଧନ ମୂଲ୍ୟ ସ୍ଥିର ହୋଇଛି । ଦେଶର କିଛି ସ୍ଥାନରେ ତୈଳ ଦର ସ୍ଥିର ରହିଥିବା ବେଳେ ଅନ୍ୟ କିଛି ସ୍ଥାନରେ ତୈଳଦରରେ ପରିବର୍ତ୍ତନ ହୋଇଛି । ଭୁବନେଶ୍ୱର ପେଟ୍ରୋଲ ଦରରେ ମଧ୍ୟ ନୂଆ ଦର ଜାରି ହୋଇଛି । ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ୧୦୧. ୧୧ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା ୯୨ .୬୯ ପଇସା ରହିଛି ।  ଏପରିକି ଦେଶର ପ୍ରମୁଖ ସହରରେ ପେଟ୍ରୋଲ ଓ ଡିଜେଲ ଦର ଅପରିବର୍ତ୍ତିତ ରହିଛି ।

ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୯୪ ଟଙ୍କା ୭୭ ପଇସା ଓ ଡିଜେଲ ଦର ୮୭ ଟଙ୍କା ୬୭ ପଇସା ହୋଇଛି ।  ମୁମ୍ବାଇରେ ପେଟ୍ରୋଲ ଲିଟର ପିଛା ୧୦୩ ଟଙ୍କା ୫୦ ପଇସା ହୋଇଥିବା ବେଳେ ଡିଜେଲ ଲିଟର ପିଛା ୯୦.୦୩ ଟଙ୍କା ରହିଛି । ସେହିପରି କୋଲକାତାରେ ପେଟ୍ରୋଲ ଦର ୧୦୫ . ୦୧ ଟଙ୍କା ଥିବାବେଳେ ଡିଜେଲ ଦର ୯୧ ଟଙ୍କା ୮୨ ପଇସା ରହିଛି । ଚେନ୍ନାଇରେ ପେଟ୍ରୋଲ ଦର ୧୦୦ ଟଙ୍କା ୮୦ ପଇସା ଥିବା ବେଳେ ଡିଜେଲ ଦାମ ୯୨ ଟଙ୍କା ୩୯ ପଇସା ରହିଛି ।

କେମିତି ଜାଣିବେ ଆପଣଙ୍କ ସହରରେ କେତେ ଅଛି ଦାମ୍ :

ପେଟ୍ରୋଲ ଏବଂ ଡିଜେଲ ଦାମ୍ ଆପଣ SMS ମାଧ୍ୟମରେ ମଧ୍ୟ ଜାଣିପାରିବେ । ଇଣ୍ଡିଆନ ଅଏଲ ୱେବସାଇଟ ଅନୁଯାୟୀ ଆପଣଙ୍କୁ ଏବଂ ନିଜ ସହରର କୋଡ୍ ଲେଖି ୯୨୨୪୯୯୨୨୪୯ ନମ୍ବରକୁ ପଠାଇବାକୁ ହେବ । ପ୍ରତି ସହରର କୋଡ୍ ଅଲଗା ଅଲଗା ରହିଥାଏ । ଯାହା ଆପଣଙ୍କୁ ଆଇସିଓଏଲ ୱେବସାଇଟରୁ ମିଳିଯିବ ।

ପ୍ରତ୍ୟେକ ଦିନ ସକାଳ ୬ଟାରେ ପେଟ୍ରୋଲ ଏବଂ ଡିଜେଲ୍ ଦାମରେ ପରିବର୍ତ୍ତନ ହୋଇଥାଏ । ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଡିଲର କମିଶନ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ପ୍ରାୟ ଦ୍ୱିଗୁଣିତ ହୁଏ । ବୈଦେଶିକ ମୂଲ୍ୟ ସହିତ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ମୂଲ୍ୟ ଉପରେ ନିର୍ଭର କରି ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ପ୍ରତିଦିନ ବଦଳିଥାଏ ।

 

ଆହୁରି ପଢ଼ନ୍ତୁ : ଆମେରିକାରେ ଚାଲିଲା ବିଶ୍ୱର ପ୍ରଥମ ଉଡ଼ନ୍ତା କାର୍, ସ୍ପେସିଫିକେସନ୍ସ ବି ଜବରଦସ୍ତ