ବ୍ୟବସାୟ ଓ ଅର୍ଥନୀତି

କମିଲା ପେଟ୍ରୋଲ ଦର, ଗାଡ଼ି ଟାଙ୍କି ଭର୍ତ୍ତି କରିବା ପୂର୍ବରୁ ଜାଣନ୍ତୁ ମୂଲ୍ୟ

ସକାଳୁ ଜାରି ହେଲା ପେଟ୍ରୋଲ ଓ ଡିଜେଲ ମୂଲ୍ୟ । ପ୍ରମୁଖ ସହର ଗୁଡିକରେ ପେଟ୍ରୋଲ ଓ ଡିଜେଲ ମୂଲ୍ୟ ସ୍ଥିର ରହିଛି । କିଛି ସହରରେ ଦାମ ଅପରିବର୍ତ୍ତିତ ରହିଛି ଭୁବନେଶ୍ବରରେ ପେଟ୍ରୋଲ ଦର ହ୍ରାସ ପାଇ ୧୦୦ ଟଙ୍କା ୮୯ ପଇସା ହୋଇଛି । ଡିଜେଲ ଦର ୯୨ ଟଙ୍କା ୪୭ ପଇସାକୁ ହ୍ରାସ ପାଇଛି।

ଦିଲ୍ଲୀରେ ପେଟ୍ରୋଲ ଦର ୯୪ ଟଙ୍କା ୭୨ ପଇସାକୁ ହ୍ରାସ ପାଇଥିବା ବେଳେ ଡିଜେଲ ଦର ୮୭ ଟଙ୍କା ୬୨ ପଇସାକୁ ହ୍ରାସ ପାଇଛି । ମୁମ୍ବାଇରେ ପେଟ୍ରୋଲ ଲିଟର ପିଛା ୧୦୪ଟଙ୍କା ୨୧ ପଇସା ହୋଇଥିବା ବେଳେ ଡିଜେଲ ଲିଟର ପିଛା ୯୨ ଟଙ୍କା ୧୫ ପଇସା ରହିଛି । ସେହିପରି କୋଲକାତାରେ ପେଟ୍ରୋଲ ଦର ୧୦୩ ଟଙ୍କା ୯୪ ପଇସା ଥିବାବେଳେ ଡିଜେଲ ଦର ୯୦ ଟଙ୍କା ୭୬ ପଇସା ରହିଛି । ଚେନ୍ନାଇରେ ପେଟ୍ରୋଲ ଦର ୧୦୦ ଟଙ୍କା ୭୫ ପଇସା ଥିବା ବେଳେ ଡିଜେଲ ଦାମ ୯୨ ଟଙ୍କା ୩୪ ପଇସା ରହିଛି ।

କେମିତି ଜାଣିବେ ଆପଣଙ୍କ ସହରରେ କେତେ ଅଛି ଦାମ୍:

ପେଟ୍ରୋଲ ଏବଂ ଡିଜେଲ ଦାମ୍ ଆପଣ SMS ମାଧ୍ୟମରେ ମଧ୍ୟ ଜାଣିପାରିବେ । ଇଣ୍ଡିଆନ ଅଏଲ ୱେବସାଇଟ ଅନୁଯାୟୀ ଆପଣଙ୍କୁ ଏବଂ ନିଜ ସହରର କୋଡ୍ ଲେଖି ୯୨୨୪୯୯୨୨୪୯ ନମ୍ବରକୁ ପଠାଇବାକୁ ହେବ । ପ୍ରତି ସହରର କୋଡ୍ ଅଲଗା ଅଲଗା ରହିଥାଏ । ଯାହା ଆପଣଙ୍କୁ ଆଇସିଓଏଲ ୱେବସାଇଟରୁ ମିଳିଯିବ।

ପ୍ରତିଦିନ ଛଅଟା ବେଳେ ବଦଳିଯାଏ ମୂଲ୍ୟ:

ସୂଚନା ମୁତାବକ, ପ୍ରତ୍ୟେକ ଦିନ ସକାଳ ୬ଟାରେ ପେଟ୍ରୋଲ ଏବଂ ଡିଜେଲ୍ ଦାମରେ ପରିବର୍ତ୍ତନ ହୋଇଥାଏ । ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଡିଲର କମିଶନ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ପ୍ରାୟ ଦ୍ୱିଗୁଣିତ ହୁଏ । ବୈଦେଶିକ ମୂଲ୍ୟ ସହିତ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ମୂଲ୍ୟ ଉପରେ ନିର୍ଭର କରି ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ପ୍ରତିଦିନ ବଦଳିଥାଏ ।

Barsha

Recent Posts

ସକାଳ ୯ଟା ସୁଦ୍ଧା ରାଜ୍ୟରେ ୭.୬୯ ପ୍ରତିଶତ ମତଦାନ

ବାଲେଶ୍ୱର (କେନ୍ୟୁଜ୍‌): ସକାଳ ୯ଟା ସୁଦ୍ଧା ରାଜ୍ୟରେ ୭.୬୯ ପ୍ରତିଶତ ମତଦାନ ହୋଇଛି । ବାଲେଶ୍ୱର ୭.୪୬ ପ୍ରତିଶତ, ଭଦ୍ରକରେ…

13 mins ago

ପୁଣେ ପୋର୍ସେ କାର ଦୁର୍ଘଟଣା ମାମଲା: ନାବାଳକ ଅଭିଯୁକ୍ତର ମା’ ଗିରଫ, ରକ୍ତ ନମୁନା ବଦଳାଇଥିବା ଅଭିଯୋଗ

ପୁଣେ ପୋର୍ସେ କାର୍ ଦୁର୍ଘଟଣା ମାମଲାରେ ନାବାଳକଙ୍କ ମା’ଙ୍କୁ ଗିରଫ କରିଛି ପୋଲିସ । ଅଭିଯୁକ୍ତ ନାବାଳକ ମା' ଶିବାନୀ…

22 mins ago

ପଶ୍ଚିମ ଓଡ଼ିଶାରେ ଅସମ୍ଭାଳ ତାତି, ଉପକୂଳରେ ଅସହ୍ୟ ହେଉଛି ଗୁଳୁଗୁଳି

କେନ୍ୟୁଜ୍‌: ଜଳୁଛି ପଶ୍ଚିମ, ସିଝୁଛି ଉପକୂଳ । ପଶ୍ଚିମ ଓଡ଼ିଶାରେ ଅସମ୍ଭାଳ ତାତି । ଆକାଶରୁ ହେଉଛି ଅଗ୍ନିବର୍ଷା ।…

46 mins ago

ଗ୍ରାହକଙ୍କୁ ଆଶ୍ୱସ୍ତି, ମାସ ଆରମ୍ଭରୁ କମିଲା ଗ୍ୟାସ୍‌ ସିଲିଣ୍ଡର ଦାମ୍‌

ଦେଶରେ ଲୋକସଭା ନିର୍ବାଚନର ଆଜି ଅନ୍ତିମ ପର୍ଯ୍ୟାୟ ମତଦାନ ଚାଲିଛି । ଭୋଟ ଚାଲିଥିବା ବେଳେ ଗ୍ରାହକଙ୍କୁ ଖୁସି କରିଦେଇଛନ୍ତି…

53 mins ago

ଚୂଡ଼ାନ୍ତ ପର୍ଯ୍ୟାୟରେ ଦେଶର ୮ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳରେ ହେଉଛି ମତଦାନ

କେନ୍ୟୁଜ୍‌: ସପ୍ତମ ତଥା ଚୂଡ଼ାନ୍ତ ପର୍ଯ୍ୟାୟରେ ଦେଶର ୮ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳରେ ହେଉଛି ମତଦାନ । ୫୭ଟି…

1 hour ago

ମୟୂରଭଞ୍ଜ ଜିଲ୍ଲାର ୮ଟି ବିଧାନସଭା କ୍ଷେତ୍ରରେ ହେଉଛି ଭୋଟଗ୍ରହଣ

ମୟୂରଭଞ୍ଜ(କେନ୍ୟୁଜ୍‌): ମୟୂରଭଞ୍ଜ ଜିଲ୍ଲାର ୮ଟି ବିଧାନସଭା କ୍ଷେତ୍ରରେ ହେଉଛି ଭୋଟଗ୍ରହଣ । ସେଥିରେ ରହିଛି ମୟୂରଭଞ୍ଜ ଲୋକସଭା କ୍ଷେତ୍ର ଅଧୀନ, ଯଶୀପୁର,…

2 hours ago