ବ୍ୟବସାୟ ଓ ଅର୍ଥନୀତି

ବଢିଲା ପେଟ୍ରୋଲ- ଡିଜେଲ ଦର, ଜାଣନ୍ତୁ ଭୁବନେଶ୍ବରରେ କେତେ ଅଛି ରେଟ୍

କେନ୍ୟୁଜ୍(ବ୍ୟୁରୋ):  ତୈଳ କମ୍ପାନୀ ପକ୍ଷରୁ ଆଜିର ପେଟ୍ରୋଲ- ଡିଜେଲ ଦର ଜାରି କରିଦିଆଯାଇଛି। ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ୧୦୩ ଟଙ୍କା ୨୨ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା ୯୪ ଟଙ୍କା ୭୯ ପଇସା ରହିଛି।

ସେହିପରି ଦେଶର ପ୍ରମୁଖ ସହରରେ ବି ପେଟ୍ରୋଲ ଓ ଡିଜେଲ ଦରରେ କିଛିଟା ପରିବର୍ତ୍ତନ ହୋଇଛି। ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୯୬ ଟଙ୍କା ୭୨ ପଇସା ଓ ଡିଜେଲ ଦର ୮୯ ଟଙ୍କା ୬୨ ପଇସା ହୋଇଛି। ମୁମ୍ବାଇରେ ପେଟ୍ରୋଲ ଲିଟର ପିଛା ୧୦୬ ଟଙ୍କା ୩୧ ପଇସା ହୋଇଥିବା ବେଳେ ଡିଜେଲ ଲିଟର ପିଛା ୯୪ ଟଙ୍କା ୨୭ ପଇସା ରହିଛି । ସେହିପରି କୋଲକାତାରେ ପେଟ୍ରୋଲ ଦର ୧୦୬ ଟଙ୍କା ୦୩ ପଇସା ଥିବାବେଳେ ଡିଜେଲ ଦର ୯୨ ଟଙ୍କା ୭୬ ପଇସା ରହିଛି। ଚେନ୍ନାଇରେ ପେଟ୍ରୋଲ ଦର ୧୦୨ ଟଙ୍କା ୬୩ ପଇସା ଥିବା ବେଳେ ଡିଜେଲ ଦାମ ୯୪ ଟଙ୍କା ୨୪ ପଇସା ରହିଛି।

କେମିତି ଜାଣିବେ ଆପଣଙ୍କ ସହରରେ କେତେ ଅଛି ଦାମ୍:

ପେଟ୍ରୋଲ ଏବଂ ଡିଜେଲ ଦାମ୍ ଆପଣ SMS ମାଧ୍ୟମରେ ମଧ୍ୟ ଜାଣିପାରିବେ। ଇଣ୍ଡିଆନ ଅଏଲ ୱେବସାଇଟ ଅନୁଯାୟୀ ଆପଣଙ୍କୁ ଏବଂ ନିଜ ସହରର କୋଡ୍ ଲେଖି ୯୨୨୪୯୯୨୨୪୯ ନମ୍ବରକୁ ପଠାଇବାକୁ ହେବ। ପ୍ରତି ସହରର କୋଡ୍ ଅଲଗା ଅଲଗା ରହିଥାଏ। ଯାହା ଆପଣଙ୍କୁ ଆଇସିଓଏଲ ୱେବସାଇଟରୁ ମିଳିଯିବ।

ପ୍ରତିଦିନ ଛଅଟା ବେଳେ ବଦଳିଯାଏ ମୂଲ୍ୟ:

ସୂଚନା ମୁତାବକ, ପ୍ରତ୍ୟେକ ଦିନ ସକାଳ ୬ଟା ରେ ପେଟ୍ରୋଲ ଏବଂ ଡିଜେଲ୍ ଦାମରେ ପରିବର୍ତ୍ତନ ହୋଇଥାଏ। ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଡିଲର କମିଶନ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ପ୍ରାୟ ଦ୍ୱିଗୁଣିତ ହୁଏ | ବୈଦେଶିକ ମୂଲ୍ୟ ସହିତ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ମୂଲ୍ୟ ଉପରେ ନିର୍ଭର କରି ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ପ୍ରତିଦିନ ବଦଳିଥାଏ।

KNews Bureau

Recent Posts

ପଶ୍ଚିମବଙ୍ଗରେ ନିର୍ବାଚନୀ ହିଂସା, ଇଭିଏମ୍‌ ଏବଂ ଭିଭିପାଟ୍‌କୁ ପୋଖରୀରେ ଫିଙ୍ଗିଲେ ଲୋକ

ଆଜି ଲୋକସଭା ନିର୍ବାଚନର ଶେଷ ପର୍ଯ୍ୟାୟ ଭୋଟିଂ ଜାରି ରହିଛି । ଏହା ମଧ୍ୟରେ ପଶ୍ଚିମବଙ୍ଗରେ ପୁଣି ଦେଖିବାକୁ ମିଳିଛି…

4 mins ago

ମହାକାଳପଡ଼ାରେ ୩୦ ବୁଥରେ EVM ଅଚଳ ଖବର ସମ୍ପୂର୍ଣ୍ଣ ମିଛ : ସିଇଓ

ମହାକାଳପଡ଼ା(କେନ୍ୟୁଜ୍‌): ମହାକାଳପଡ଼ାରେ ୩୦ ବୁଥରେ EVM ଅଚଳ ଖବର ସମ୍ପୂର୍ଣ୍ଣ ମିଛ । ପ୍ରେସ୍ ମିଟରେ ସ୍ପଷ୍ଟ କଲେ ମୁଖ୍ୟ…

6 mins ago

ଯୁଦ୍ଧ ଶେଷ କରିବାର ସମୟ ଆସିଛି : ବାଇଡେନ

ଯୁଦ୍ଧ ଶେଷ କରିବାର ସମୟ ଆସିଛି । ଗାଜାରେ ଯୁଦ୍ଧ ଶେଷ କରିବା ପାଇଁ ପ୍ରସ୍ତାବ ରଖିଛନ୍ତି ଆମେରିକା ରାଷ୍ଟ୍ରପତି…

19 mins ago

୫୬ ଡିଗ୍ରୀରେ ରେକର୍ଡ ଭାଙ୍ଗିଲା ନାଗପୁର, କେତେ ଡିଗ୍ରୀ ତାପମାତ୍ରା ସହ୍ୟ କରିପାରିବ ମଣିଷ ଶରୀର?

ଏଥର ଗରମ ସମସ୍ତ ରେକର୍ଡ ଭାଙ୍ଗିଦେଇଛି । ଚଳିତ ବର୍ଷ ସମଗ୍ର ଭାରତରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ହେଉଛି, ଏଥିଯୋଗୁଁ…

22 mins ago

ହାଇକୋର୍ଟରେ ୧୩୦୦ରୁ ଅଧିକ ପଦବୀ ଖାଲି, ତୁରନ୍ତ କରନ୍ତୁ ଆବେଦନ

ସରକାରୀ ଚାକିରି ଖୋଜୁଥିଲେ ଆପଣଙ୍କ ପାଇଁ ଖୁସି ଖବର । ଗୁଜରାଟ ହାଇକୋର୍ଟରେ ଭର୍ତ୍ତି ପାଇଁ ନୋଟିଫିକେସନ ଜାରି ହୋଇଛି…

29 mins ago

ସକାଳ ୯ଟା ସୁଦ୍ଧା ରାଜ୍ୟରେ ୭.୬୯ ପ୍ରତିଶତ ମତଦାନ

ବାଲେଶ୍ୱର (କେନ୍ୟୁଜ୍‌): ସକାଳ ୯ଟା ସୁଦ୍ଧା ରାଜ୍ୟରେ ୭.୬୯ ପ୍ରତିଶତ ମତଦାନ ହୋଇଛି । ବାଲେଶ୍ୱର ୭.୪୬ ପ୍ରତିଶତ, ଭଦ୍ରକରେ…

48 mins ago