ବ୍ୟବସାୟ ଓ ଅର୍ଥନୀତି

ବଢିଲା ପେଟ୍ରୋଲ ଡିଜେଲ୍ ଦର, ଜାଣନ୍ତୁ କ’ଣ ରହିଛି ଆଜିର ଦାମ୍

ଆଜି ଭାରତୀୟ ବଜାରରେ ସାମାନ୍ୟ ବୃଦ୍ଧି ପାଇଛି ପେଟ୍ରୋଲ ଓ ଡିଜେଲ ଦାମ । ଆଜି ଭୁବନେଶ୍ୱରରେ ପେଟ୍ରୋଲ ଦର ଲିଟର ପିଛା ୮୩ ଟଙ୍କା ୮୦ ପଇସା ରହିଛି। ସେହିଭଳି ଡିଜେଲ୍ ଦର ଲିଟର ପିଛା ୭୯ ଟଙ୍କା ୯୦ପଇସା ଥିବା ରେକର୍ଡ ହୋଇଛି।

ପେଟ୍ରୋଲ ଏବଂ ଡିଜେଲ ଦାମ ଆପଣ SMS ମାଧ୍ୟମରେ ମଧ୍ୟ ଜାଣିପାରିବେ। ଇଣ୍ଡିଆନ ଅଏଲ ୱେବସାଇଟ ଅନୁଯାୟୀ ଆପଣଙ୍କୁ ଏବଂ ନିଜ ସହରର କୋଡ୍ ଲେଖି ୯୨୨୪୯୯୨୨୪୯ ନମ୍ବରକୁ ପଠାଇବାକୁ ହେବ। ପ୍ରତି ସହରର କୋଡ୍ ଅଲଗା ଅଲଗା ରହିଥାଏ। ଯାହା ଆପଣଙ୍କୁ ଆଇସିଓଏଲ ୱେବସାଇଟରୁ ମିଳିଯିବ।

ସୂଚନା ମୁତାବକ ପ୍ରତ୍ୟେକ ଦିନ ସକାଳ ୬ଟା ରେ ପେଟ୍ରୋଲ ଏବଂ ଡିଜେଲ୍ ଦାମରେ ପରିବର୍ତ୍ତନ ହୋଇଥାଏ। ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଡିଲର କମିଶନ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ପ୍ରାୟ ଦ୍ୱିଗୁଣିତ ହୁଏ । ବୈଦେଶିକ ମୂଲ୍ୟ ସହିତ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ମୂଲ୍ୟ ଉପରେ ନିର୍ଭର କରି ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ପ୍ରତିଦିନ ବଦଳିଥାଏ।

 

Pritiparna

Recent Posts

ତିନି ଦିନ ମଧ୍ୟରେ ୩ ଜଣଙ୍କୁ ମାରିଦେଲା ନାବାଳକ

ଭଦ୍ରକ: ତିନି ଦିନରେ ନେଇଛି ୩ ଜୀବନ । ଗୋଟିଏ ପରେ ଗୋଟିଏ ଜୀବନ ନେଇଛି ଅଭିଯୁକ୍ତ ନାବାଳକ ।…

36 mins ago

ବନ୍ଦ ହେଲା ପ୍ରିୟଙ୍କା ଚୋପ୍ରାଙ୍କ ରେଷ୍ଟୁରାଣ୍ଟ, ପାର୍ଟନରସିପ୍ ସରିବା ପରେ ହେଲା ଖରାପ ଅବସ୍ଥା

ପ୍ରିୟଙ୍କା ଚୋପ୍ରା କେବଳ ଜଣେ ମହାନ ଅଭିନେତ୍ରୀ, ଗାୟକ ଏବଂ ଲେଖକ ନୁହଁନ୍ତି, ସେ ଜଣେ ଭଲ ବ୍ୟବସାୟୀ ମଧ୍ୟ…

39 mins ago

କୋଣାର୍କ ବାଲୁଖଣ୍ଡ ଅଭୟାରଣ୍ୟକୁ ଆସିବା ପରେ ଖୁସିରେ ଡିଆଁ ମାରିଲେ ବିରଳ କୃଷ୍ଣସାର ମୃଗ

ଗୋପ (କେନ୍ୟୁଜ): କୋଣାର୍କ ବାଲୁଖଣ୍ଡ ଅଭୟାରଣ୍ୟକୁ ଆସିଲେ ବିରଳ ୧୦ କୃଷ୍ଣସାର ମୃଗ । ବନବିଭାଗ ପକ୍ଷରୁ ବିରଳ କୃଷ୍ଣସାର…

57 mins ago

ଆସନ୍ତାକାଲି ପାଇଁ ଓଡିଶାର ସମସ୍ତ ସ୍କୁଲ ସକାଳୁଆ, ୨୨ ତାରିଖରୁ ସ୍ୱାଭାବିକ ହେବ କ୍ଲାସ

କେନ୍ୟୁଜ (ବ୍ୟୁରୋ) : ଆଉ ଦିନକ ପାଇଁ ବଢ଼ିଲା ସକାଳୁଆ ସ୍କୁଲ । ଆସନ୍ତାକାଲି ସକାଳ ୬ଟା ୩୦ ରୁ…

60 mins ago

କ୍ରିକେଟ୍‌ ଜଗତରେ ଶୋକର ଛାଇ, ପୂର୍ବତନ ଭାରତୀୟ ଦ୍ରୁତ ବୋଲର ଡେଭିଡ୍‌ ଜନସନ୍‌ଙ୍କ ଦେହାନ୍ତ

ଭାରତର ପୂର୍ବତନ ଅନ୍ତର୍ଜାତୀୟ କ୍ରିକେଟର ତଥା କର୍ଣ୍ଣାଟକର ଡାହାଣହାତୀ ଦ୍ରୁତ ବୋଲର ଡେଭିଡ୍‌ ଜନସନ୍‌ଙ୍କ ୫୨ ବର୍ଷ ବୟସରେ ଦେହାନ୍ତ…

1 hour ago

ପ୍ରତିଦିନ ଜଣେ ବ୍ୟକ୍ତି କେତେ ପରିମାଣର ଫାଇବର ଖାଇବା ଉଚିତ?

ଶରୀରକୁ ସୁସ୍ଥ ରଖିବା ପାଇଁ କେବଳ ଭିଟାମିନ୍ ଏବଂ ମିନେରାଲ୍ସ ନୁହେଁ ବରଂ ପ୍ରଚୁର ଫାଇବର ମଧ୍ୟ ଆବଶ୍ୟକ ।…

1 hour ago