ବ୍ୟବସାୟ ଓ ଅର୍ଥନୀତି

ଗ୍ରାହକଙ୍କ ପାଇଁ ଖୁସି ଖବର, କମିଲା ପେଟ୍ରୋଲ ଓ ଡିଜେଲ ଦର

ପ୍ରତିଦିନ ଯଦି ଆପଣ ତୈଳ ଦରର ତାଜା ଅପଡେଟ୍ ଜାଣିବାକୁ ଚାହୁଁଛନ୍ତି ତାହେଲେ ଆମର ଏହି ପାଠ୍ୟକ୍ରମରୁ ଜାଣିପାରିବେ। ତେବେ ଆଜି ଆସନ୍ତୁ ଜାଣିବା ରାଜଧାନୀ ଭୁବନେଶ୍ୱରରେ କେତେ ଅଛି ତୈଳ ଦର। ଆଜି ଭୁବନେଶ୍ୱର ସହରରେ ପେଟ୍ରୋଲ ଦର ରହିଛି ୧୦୧ଟଙ୍କା ୭୦ ପଇସା । ଯାହା ଆପଣଙ୍କ ପାଇଁ ଆଶ୍ୱସ୍ତିର ବିଷୟ । ଏଥିସହିତ ଡିଜେଲ ଦର ଲିଟର ପିଛା ରହିଛି ୯୧ ଟଙ୍କା ୫୨ପଇସା।

ସେହିପରି ଦେଶର ପ୍ରମୁଖ ସହରରେ ବି ପେଟ୍ରୋଲ ଓ ଡିଜେଲ ଦରରେ କିଛିଟା ପରିବର୍ତ୍ତନ ହୋଇଛି। ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୯୫ ଟଙ୍କା ୪୧ ପଇସା ଓ ଡିଜେଲ ଦର ୮୬ ଟଙ୍କା ୬୭ ପଇସା ହୋଇଛି। ମୁମ୍ବାଇରେ ପେଟ୍ରୋଲ ଲିଟର ପିଛା ୧୦୯ ଟଙ୍କା ୯୮ ପଇସା ହୋଇଥିବା ବେଳେ ଡିଜେଲ ଲିଟର ପିଛା ୯୪ ଟଙ୍କା ୧୪ ପଇସା ରହିଛି । ସେହିପରି କୋଲକାତାରେ ପେଟ୍ରୋଲ ଦର ୧୦୪ ଟଙ୍କା ୬୭ ପଇସା ଥିବାବେଳେ ଡିଜେଲ ଦର ୮୯ ଟଙ୍କା ୭୯ ପଇସା ରହିଛି। ଚେନ୍ନାଇରେ ପେଟ୍ରୋଲ ଦର ୧୦୧ ଟଙ୍କା ୪୦ ପଇସା ଥିବା ବେଳେ ଡିଜେଲ ଦାମ ୯୧ ଟଙ୍କା ୪୩ ପଇସା ରହିଛି।

ପେଟ୍ରୋଲ ଏବଂ ଡିଜେଲ ଦାମ୍ ଆପଣ SMS ମାଧ୍ୟମରେ ମଧ୍ୟ ଜାଣିପାରିବେ। ଇଣ୍ଡିଆନ ଅଏଲ ୱେବସାଇଟ୍ ଅନୁଯାୟୀ, ଆପଣଙ୍କୁ ଏବଂ ନିଜ ସହରର କୋଡ୍ ଲେଖି ୯୨୨୪୯୯୨୨୪୯ ନମ୍ବରକୁ ପଠାଇବାକୁ ହେବ। ପ୍ରତି ସହରର କୋଡ୍ ଅଲଗା ଅଲଗା ରହିଥାଏ। ଯାହା ଆପଣଙ୍କୁ ଆଇସିଓଏଲ ୱେବସାଇଟରୁ ମିଳିଯିବ।

ପ୍ରତିଦିନ ଛଅଟା ବେଳେ ବଦଳିଯାଏ ମୂଲ୍ୟ:

ସୂଚନା ମୁତାବକ ପ୍ରତ୍ୟେକ ଦିନ ସକାଳ ୬ଟା ରେ ପେଟ୍ରୋଲ ଏବଂ ଡିଜେଲ୍ ଦାମରେ ପରିବର୍ତ୍ତନ ହୋଇଥାଏ। ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଡିଲର କମିଶନ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ପ୍ରାୟ ଦ୍ୱିଗୁଣିତ ହୁଏ | ବୈଦେଶିକ ମୂଲ୍ୟ ସହିତ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ମୂଲ୍ୟ ଉପରେ ନିର୍ଭର କରି ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ପ୍ରତିଦିନ ବଦଳିଥାଏ।

Pritiparna

Recent Posts

ଚୂଡ଼ାନ୍ତ ପର୍ଯ୍ୟାୟରେ ଦେଶର ୮ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳରେ ହେଉଛି ମତଦାନ

କେନ୍ୟୁଜ୍‌: ସପ୍ତମ ତଥା ଚୂଡ଼ାନ୍ତ ପର୍ଯ୍ୟାୟରେ ଦେଶର ୮ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳରେ ହେଉଛି ମତଦାନ । ୫୭ଟି…

24 mins ago

ମୟୂରଭଞ୍ଜ ଜିଲ୍ଲାର ୮ଟି ବିଧାନସଭା କ୍ଷେତ୍ରରେ ହେଉଛି ଭୋଟଗ୍ରହଣ

ମୟୂରଭଞ୍ଜ(କେନ୍ୟୁଜ୍‌): ମୟୂରଭଞ୍ଜ ଜିଲ୍ଲାର ୮ଟି ବିଧାନସଭା କ୍ଷେତ୍ରରେ ହେଉଛି ଭୋଟଗ୍ରହଣ । ସେଥିରେ ରହିଛି ମୟୂରଭଞ୍ଜ ଲୋକସଭା କ୍ଷେତ୍ର ଅଧୀନ, ଯଶୀପୁର,…

37 mins ago

ଆସନ୍ତୁ ଜାଣିବା ଆଜି କେଉଁ ସହରରେ କେତେ ରହିଛି ଡିଜେଲ ଓ ପେଟ୍ରୋଲ୍ ମୂଲ୍ୟ

ଆସନ୍ତୁ ଜାଣିବା ଆଜି କେଉଁ ସହରର କେତେ ରହିଛି ଡିଜେଲ-ପେଟ୍ରୋଲ୍ ମୂଲ୍ୟ ? ଭୁବନେଶ୍ୱରରେ ପେଟ୍ରୋଲ ଦର ୧୦୦ ଟଙ୍କା…

55 mins ago

ଜାଣନ୍ତୁ ଆଜିର ସୁନା ଓ ରୁପା ଦର

ସୁନା କିଣିବାକୁ ଯାଉଥିଲେ ନଜର ପକାନ୍ତୁ ଆଜି ଓଡ଼ିଶା ସମେତ ଦେଶର ପ୍ରମୁଖ ସହର ମାନଙ୍କରେ କେତେ ରହିଛି ସୁନା…

1 hour ago

ଆଉ ନାହାନ୍ତି ପଦ୍ମଶ୍ରୀ ମାଗୁଣି ଚରଣ କୁଅଁର

କେନ୍ଦୁଝର (କେନ୍ୟୁଜ): ଆଉ ନାହାନ୍ତି ପଦ୍ମଶ୍ରୀ ମାଗୁଣି ଚରଣ କୁଅଁର । କାଠି କଣ୍ଢେଇ ନୃତ୍ୟ ସଂସ୍କୃତିକୁ ବଞ୍ଚେଇ ରଖିଥିବା…

1 hour ago

ଭୋଟ ଦେଉଛି ଯାଜପୁର,ବାଲେଶ୍ୱର,ଜଗତସିଂପୁର,ଭଦ୍ରକ: ବୁଥ୍ ସମ୍ମୁଖରେ ବ୍ୟାପକ ସୁରକ୍ଷା ବ୍ୟବସ୍ଥା

ଯାଜପୁର/ବାଲେଶ୍ୱର/ଜଗତସିଂପୁର/ଭଦ୍ରକ(କେନ୍ୟୁଜ୍‌): ଯାଜପୁର ଜିଲ୍ଲାର ଲୋକସଭା କ୍ଷେତ୍ର ସହ ୭ଟି ଯାକ ବିଧାନସଭା ଆସନ ପାଇଁ ଚାଲିଛି ଭୋଟିଂ। ମୋଟ ୧୫…

1 hour ago