କମିଲା ଡିଜେଲ, ଜାଣନ୍ତୁ ଆଜି ଆପଣଙ୍କ ସହରରେ କେତେ ରହିଛି ପେଟ୍ରୋଲ ଡିଜେଲ ଦାମ

ଆଜି ପେଟ୍ରୋଲ ଓ ଡିଜେଲ ଦର ସାମାନ୍ୟ ଧରଣର ପରିବର୍ତ୍ତନ ଆସିଥିବା ଜଣାଯାଇଛି । ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ୨୪ ପଇସା କମି ଲିଟର ପିଛା ଅଛି ଦାମ ରହିଛି ୮୨ ଟଙ୍କା ୦୨ ପଇସାରେ ପହଁଚିଥିବା ନେଇ ଜଣାଯାଇଛି । ଠିକ ସେହିପରି ଡିଜେଲ ମୂଲ୍ୟ ଲିଟର ପିଛା ୭୭ ଟଙ୍କା ୫୯ ପଇସା ରହିଛି । ଗତ କିଛି ଦିନ ହେବ ଉଭୟ ଦରରେ ସେପରି କୌଣସି ପରିବର୍ତ୍ତନ ଆସିଥିବା ଲକ୍ଷ କରାଯାଇନାହିଁ ।

ପେଟ୍ରୋଲ ଏବଂ ଡିଜେଲ ଦାମ ଆପଣ ଝଗଝ ମାଧ୍ୟମରେ ମଧ୍ୟ ଜାଣିପାରିବେ। ଇଣ୍ଡିଆନ ଅଏଲ ୱେବସାଇଟ ଅନୁଯାୟୀ ଆପଣଙ୍କୁ ଏବଂ ନିଜ ସହରର କୋଡ୍ ଲେଖି ୯୨୨୪୯୯୨୨୪୯ ନମ୍ବରକୁ ପଠାଇବାକୁ ହେବ। ପ୍ରତି ସହରର କୋଡ୍ ଅଲଗା ଅଲଗା ରହିଥାଏ। ଯାହା ଆପଣଙ୍କୁ ଆଇସିଓଏଲ ୱେବସାଇଟରୁ ମିଳିଯିବ।

ପ୍ରତିଦିନ ଛଅଟା ବେଳେ ବଦଳିଯାଏ ମୂଲ୍ୟ:

ସୂଚନା ମୁତାବକ ପ୍ରତ୍ୟେକ ଦିନ ସକାଳ ୬ଟା ରେ ପେଟ୍ରୋଲ ଏବଂ ଡିଜେଲ୍ ଦାମରେ ପରିବର୍ତ୍ତନ ହୋଇଥାଏ। ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଡିଲର କମିଶନ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ପ୍ରାୟ ଦ୍ୱିଗୁଣିତ ହୁଏ ଜ୍ଝ ବୈଦେଶିକ ମୂଲ୍ୟ ସହିତ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ମୂଲ୍ୟ ଉପରେ ନିର୍ଭର କରି ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ପ୍ରତିଦିନ ବଦଳିଥାଏ।

Leave A Reply

Your email address will not be published.