ବ୍ୟବସାୟ ଓ ଅର୍ଥନୀତି

ଆଜି ଜାଣନ୍ତୁ କେଉଁ ସହରର କେତେ ରହିଛି ଡିଜେଲ-ପେଟ୍ରୋଲ୍ ମୂଲ୍ୟ

ଗାଡ଼ିରେ ତେଲ ପକାଇବା ପୂର୍ବରୁ ଜାଣି ନିଅନ୍ତୁ ଆଜି କେତେ ରହିଛି ତେଲ ଦର । ଦେଶର କିଛି ସ୍ଥାନରେ ତୈଳ ଦର ସ୍ଥିର ରହିଥିବା ବେଳେ ଅନ୍ୟ କିଛି ସ୍ଥାନରେ ତୈଳ ଦରରେ ପରିବର୍ତ୍ତନ ହୋଇଛି। ଭୁବନେଶ୍ୱର ପେଟ୍ରୋଲ ଦରରେ ପରିବର୍ତ୍ତନ ହୋଇଥିବା ଦେଖିବାକୁ ମିଳିଛି। ସେହିପରି ଦେଶ ଅନ୍ୟ କିଛି ସ୍ଥାନରେ ଦର ଖସି ଥିବା ବେଳେ ଆଉ କିଛି ସ୍ଥାନରେ ଦର ବୃଦ୍ଧି ପାଇଥିବା ଦେଖିବାକୁ ମିଳିଛି। ଆସନ୍ତୁ ଜାଣିବା କେଉଁ ସହରର କେତେ ରହିଛି ଡିଜେଲ-ପେଟ୍ରୋଲ୍ ମୂଲ୍ୟ ? ଭୁବନେଶ୍ୱରରେ ପେଟ୍ରୋଲ ଦର ୧୦୧ ଟଙ୍କା ୦୫ ପଇସା ରହିଛି । ଡିଜେଲ ଦର ୯୨ ଟଙ୍କା ୬୨ ପଇସା ରହିଛି ।

ଦିଲ୍ଲୀରେ ପେଟ୍ରୋଲ ଦର ୯୪ ଟଙ୍କା ୭୨ ପଇସାକୁ ହ୍ରାସ ପାଇଥିବା ବେଳେ ଡିଜେଲ ଦର ୮୭ ଟଙ୍କା ୬୨ ପଇସାକୁ ହ୍ରାସ ପାଇଛି । ମୁମ୍ବାଇରେ ପେଟ୍ରୋଲ ଲିଟର ପିଛା ୧୦୪ଟଙ୍କା ୨୧ ପଇସା ହୋଇଥିବା ବେଳେ ଡିଜେଲ ଲିଟର ପିଛା ୯୨ ଟଙ୍କା ୧୫ ପଇସା ରହିଛି । ସେହିପରି କୋଲକାତାରେ ପେଟ୍ରୋଲ ଦର ୧୦୩ ଟଙ୍କା ୯୪ ପଇସା ଥିବାବେଳେ ଡିଜେଲ ଦର ୯୦ ଟଙ୍କା ୭୬ ପଇସା ରହିଛି । ଚେନ୍ନାଇରେ ପେଟ୍ରୋଲ ଦର ୧୦୦ ଟଙ୍କା ୭୫ ପଇସା ଥିବା ବେଳେ ଡିଜେଲ ଦାମ ୯୨ ଟଙ୍କା ୩୪ ପଇସା ରହିଛି ।

କେମିତି ଜାଣିବେ ଆପଣଙ୍କ ସହରରେ କେତେ ଅଛି ଦାମ୍:

ପେଟ୍ରୋଲ ଏବଂ ଡିଜେଲ ଦାମ୍ ଆପଣ SMS ମାଧ୍ୟମରେ ମଧ୍ୟ ଜାଣିପାରିବେ । ଇଣ୍ଡିଆନ ଅଏଲ ୱେବସାଇଟ ଅନୁଯାୟୀ ଆପଣଙ୍କୁ ଏବଂ ନିଜ ସହରର କୋଡ୍ ଲେଖି ୯୨୨୪୯୯୨୨୪୯ ନମ୍ବରକୁ ପଠାଇବାକୁ ହେବ । ପ୍ରତି ସହରର କୋଡ୍ ଅଲଗା ଅଲଗା ରହିଥାଏ । ଯାହା ଆପଣଙ୍କୁ ଆଇସିଓଏଲ ୱେବସାଇଟରୁ ମିଳିଯିବ।

ପ୍ରତିଦିନ ଛଅଟା ବେଳେ ବଦଳିଯାଏ ମୂଲ୍ୟ:

ସୂଚନା ମୁତାବକ, ପ୍ରତ୍ୟେକ ଦିନ ସକାଳ ୬ଟାରେ ପେଟ୍ରୋଲ ଏବଂ ଡିଜେଲ୍ ଦାମରେ ପରିବର୍ତ୍ତନ ହୋଇଥାଏ । ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଡିଲର କମିଶନ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ପ୍ରାୟ ଦ୍ୱିଗୁଣିତ ହୁଏ । ବୈଦେଶିକ ମୂଲ୍ୟ ସହିତ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ମୂଲ୍ୟ ଉପରେ ନିର୍ଭର କରି ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ପ୍ରତିଦିନ ବଦଳିଥାଏ ।

 

Barsha

Recent Posts

ଥାନାରେ ମାଳ ଅଦଳ ବଦଳ କରି ସିନ୍ଦୁର ପିନ୍ଧିଲେ ଯୁବତୀ, ପ୍ରେମିକ ହାତରେ କାଟିଲେ କେକ୍‌

ଲମତାପୁଟ : କେକରେ ଲେଖା ହୋଇଛି ରବି ଆଣ୍ଡ୍‌ ମଞ୍ଜୁ । ଆଉ ପାଖରେ ଫୁଲ ମାଳ ପିନ୍ଧି ଛିଡା…

13 mins ago

ଜଣକ ପରେ ଜଣକୁ ନିଜ କବ୍ଜାକୁ ନେଉଛି ଡିପଥେରିଆ, ଏବେ ଚିନ୍ତାରେ ସ୍ୱାସ୍ଥ୍ୟ ବିଭାଗ

ଲକ୍ଷ୍ମୀପୁର : ଏବେ ମୃତ୍ୟୁର ତାଣ୍ଡବ ଖେଳି ଚାଲିଛି ଡିଫଥେରିଆ । ଏହି ରୋଗ ଜଣକ ପରେ ଜଣକୁ ନିଜ…

17 mins ago

ବ୍ରିଜ ଉପରୁ ଯୁବକଙ୍କ ମୃତ ଦେହ ଉଦ୍ଧାର

ଜଳେଶ୍ବର : ବାଲେଶ୍ବର ଜିଲ୍ଲା ବସ୍ତା ଥାନା ଅନ୍ତର୍ଗତ ଦକ୍ଷିଣ ପୂର୍ବ ରେଳପଥର ନୂଆଗାଁ ରୋଡ଼ ରେଳଷ୍ଟେସନ ମଧ୍ୟ ସ୍ଥଳ…

19 mins ago

ରଥଯାତ୍ରାରେ ଭକ୍ତଙ୍କୁ ଖାଦ୍ୟ ଯୋଗାଇବା ପାଇଁ ପ୍ରସ୍ତୁତ ଦୁଇ ଭଉଣୀ

କଟକ(କେନ୍ୟୁଜ୍‌): ରଥଯାତ୍ରା ପାଇଁ ଚଳଚଞ୍ଚଳ ଶ୍ରୀକ୍ଷେତ୍ର । ସବୁଠି ଶଂଙ୍ଖ ଘଣ୍ଟ ହୁଳୁହୁଳି ଶଦ୍ଦରେ ପୂରି ଉଠୁଛି ପୂରା ପରିବେଶ…

25 mins ago

ବିବାହ ବନ୍ଧନରେ ବାନ୍ଧି ହେଲେ ସୋନାକ୍ଷୀ ଓ ଜାହିର, ଟ୍ରୋଲ କରୁଥିବା ଟ୍ରୋଲ୍‌ରଙ୍କୁ କଡ଼ା ଜବାବ ଦେଲେ ଶତ୍ରୁଘ୍ନ ସିହ୍ନା

ସୋନାକ୍ଷୀ ସିହ୍ନା ଏବଂ ଜାହିର ଇକବାଲ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି । ଜୁନ୍ ୨୩ ରେ ଜହିର ଇକବାଲଙ୍କ…

37 mins ago

ହାଇଦ୍ରାବାଦ ରେଷ୍ଟୁରାଣ୍ଟର ଚିକେନ୍‌ ବିରିୟାନୀରୁ ବାହାରିଲା ପୋକ, ସୋସିଆଲ ମିଡିଆରେ ଫଟୋ ସେୟାର କଲେ ଗ୍ରାହକ

ଗତ କିଛି ଦିନ ହେବ ଲଗାତାର ଭାବେ ଖାଦ୍ୟରୁ ମୂଷା, ଅସରପା, ବେଙ୍ଗ, ବ୍ଲେଡ୍‌ ଆଦି ବାହାରିବା ନେଇ ସୋସିଆଲ…

43 mins ago