ରେକର୍ଡ ସ୍ତରରେ ପେଟ୍ରୋଲ ଡିଜେଲ ଦର। ତେବେ ଏହାରି ଭିତରେ ଆଜି ମଧ୍ୟ ପେଟ୍ରୋଲ ଏବଂ ଡିଜେଲ ମୂଲ୍ଯରେ କିଛିଟା ପରିବର୍ତ୍ତନ ଆସିଛି। ସାମାନ୍ୟ କମିଛି ପେଟ୍ରୋଲ ଡିଜେଲ୍ ଦାମ୍। ଆଜି ଭୁବନେଶ୍ୱରରେ ପେଟ୍ରୋଲ ଦର ଲିଟର ପିଛା ୮୪ ଟଙ୍କା ୧୬ ପଇସା ରହିଛି। ଅନ୍ୟପଟେ ଡିଜେଲ୍ ଦର ଲିଟର ପିଛା ୮୦ ଟଙ୍କା ୨୯ ପଇସା ଥିବା ରେକର୍ଡ ହୋଇଛି।
SMS ମାଧ୍ୟମରେ ମଧ୍ୟ ଜାଣିପାରିବେ ଦାମ୍
ପେଟ୍ରୋଲ ଏବଂ ଡିଜେଲ ଦାମ ଆପଣ SMS ମାଧ୍ୟମରେ ମଧ୍ୟ ଜାଣିପାରିବେ। ଇଣ୍ଡିଆନ ଅଏଲ ୱେବସାଇଟ ଅନୁଯାୟୀ ଆପଣଙ୍କୁ ଏବଂ ନିଜ ସହରର କୋଡ୍ ଲେଖି ୯୨୨୪୯୯୨୨୪୯ ନମ୍ବରକୁ ପଠାଇବାକୁ ହେବ। ପ୍ରତି ସହରର କୋଡ୍ ଅଲଗା ଅଲଗା ରହିଥାଏ। ଯାହା ଆପଣଙ୍କୁ ଆଇସିଓଏଲ ୱେବସାଇଟରୁ ମିଳିଯିବ।
ପ୍ରତିଦିନ ଛଅଟା ବେଳେ ବଦଳିଯାଏ ମୂଲ୍ୟ
ସୂଚନା ମୁତାବକ ପ୍ରତ୍ୟେକ ଦିନ ସକାଳ ୬ଟାରେ ପେଟ୍ରୋଲ ଏବଂ ଡିଜେଲ୍ ଦାମରେ ପରିବର୍ତ୍ତନ ହୋଇଥାଏ। ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଡିଲର କମିଶନ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ପ୍ରାୟ ଦ୍ୱିଗୁଣିତ ହୁଏ। ବୈଦେଶିକ ମୂଲ୍ୟ ସହିତ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ମୂଲ୍ୟ ଉପରେ ନିର୍ଭର କରି ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ପ୍ରତିଦିନ ବଦଳିଥାଏ।