ସାଧାରଣ ଗ୍ରାହକଙ୍କୁ ଝଟକା, ଭୁବନେଶ୍ବରରେ ପେଟ୍ରୋଲ ଦାମ୍ ଲିଟର ପ୍ରତି ୯୫ ଟଙ୍କାରୁ ଅଧିକ

ଗ୍ରାହକଙ୍କୁ ବଡ ଝଟକା। ଦିନକୁ ଦିନ ବଢିବାରେ ଲାଗିଛି ପେଟ୍ରୋଲ ଓ ଡିଜେଲ ଦାମ୍। ଆଜି ପୁଣି ବଢିଲା ପେଟ୍ରୋଲ ଓ ଡିଜେଲ ଦର। ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ଗତ କାଲି ତୁଳନାରେ ୨୬ ପଇସା ବଢି ୯୫ ଟଙ୍କା ୨୨ ପଇସା ରହିଥିବା ବେଳେ ଡିଜେଲ ଦାମ୍ ମଧ୍ୟ ପ୍ରତି ଲିଟର ପିଛା ୨୫ ପଇସା ବଢ଼ି ୯୩ ଟଙ୍କା ୦୩ ପଇସା ଅଛି।

କେମିତି ଜାଣିବେ ଆପଣଙ୍କ ସହରରେ କେତେ ଅଛି ଦାମ୍:

ପେଟ୍ରୋଲ ଏବଂ ଡିଜେଲ ଦାମ୍ ଆପଣ SMS ମାଧ୍ୟମରେ ମଧ୍ୟ ଜାଣିପାରିବେ। ଇଣ୍ଡିଆନ ଅଏଲ ୱେବସାଇଟ ଅନୁଯାୟୀ ଆପଣଙ୍କୁ ଏବଂ ନିଜ ସହରର କୋଡ୍ ଲେଖି ୯୨୨୪୯୯୨୨୪୯ ନମ୍ବରକୁ ପଠାଇବାକୁ ହେବ। ପ୍ରତି ସହରର କୋଡ୍ ଅଲଗା ଅଲଗା ରହିଥାଏ। ଯାହା ଆପଣଙ୍କୁ ଆଇସିଓଏଲ ୱେବସାଇଟରୁ ମିଳିଯିବ।

petrol rate

ପ୍ରତିଦିନ ଛଅଟା ବେଳେ ବଦଳିଯାଏ ମୂଲ୍ୟ:

ସୂଚନା ମୁତାବକ ପ୍ରତ୍ୟେକ ଦିନ ସକାଳ ୬ଟା ରେ ପେଟ୍ରୋଲ ଏବଂ ଡିଜେଲ୍ ଦାମରେ ପରିବର୍ତ୍ତନ ହୋଇଥାଏ। ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଡିଲର କମିଶନ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ପ୍ରାୟ ଦ୍ୱିଗୁଣିତ ହୁଏ | ବୈଦେଶିକ ମୂଲ୍ୟ ସହିତ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ମୂଲ୍ୟ ଉପରେ ନିର୍ଭର କରି ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ପ୍ରତିଦିନ ବଦଳିଥାଏ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.