Below header

ପେଟ୍ରୋଲ ଦାମ୍ ହୁ ହୁ ବଢିବା ପରେ ଆଜି ସାମାନ୍ଯ କମିଲା, ଜାଣନ୍ତୁ ଭୁବନେଶ୍ବରରେ କେତେ ହେଲା ଦାମ୍

ଏବେ ପେଟ୍ରୋଲ ଓ ଡିଜେଲ ଦାମରେ ନିଆଁ ଲାଗିଛି। ଦିନକୁ ଦିନ ହୁ ହୁ ହୋଇ ବଢିଚାଲିଛି ପେଟ୍ରୋଲ ଡିଜେଲ। ଦିଲ୍ଲୀଠୁ ଭୁବନେଶ୍ୱରରେ ତେଲ ମହଙ୍ଗା। ଆଜି ଭୁବନେଶ୍ବରରେ ୩୪ ପଇସା କମ୍ ହୋଇଛି। ଭୁବନେଶ୍ୱରରେ ପେଟ୍ରୋଲ ଦର ୯୧ ଟଙ୍କା ୩୦ ପଇସାରେ ପହଞ୍ଚିଛି। ସେହିପରି ଡିଜେଲ ୮୮.୨୨ ଟଙ୍କାରେ ପହଞ୍ଚିଛି। କିଛି ସ୍ଥାନରେ ପେଟ୍ରୋଲ ଦାମ୍ ୧୦୦ବି ଟପିଲାଣି। ଦର ବୃଦ୍ଧିକୁ ନେଇ ଗ୍ରାହକଙ୍କ ମଧ୍ୟରେ ଅସନ୍ତୋଷ ବଢିବାରେ ଲାଗିଛି।

ପେଟ୍ରୋଲ ଏବଂ ଡିଜେଲ ଦାମ ଆପଣ SMS ମାଧ୍ୟମରେ ମଧ୍ୟ ଜାଣିପାରିବେ। ଇଣ୍ଡିଆନ ଅଏଲ ୱେବସାଇଟ ଅନୁଯାୟୀ ଆପଣଙ୍କୁ ଏବଂ ନିଜ ସହରର କୋଡ୍ ଲେଖି ୯୨୨୪୯୯୨୨୪୯ ନମ୍ବରକୁ ପଠାଇବାକୁ ହେବ। ପ୍ରତି ସହରର କୋଡ୍ ଅଲଗା ଅଲଗା ରହିଥାଏ। ଯାହା ଆପଣଙ୍କୁ ଆଇସିଓଏଲ ୱେବସାଇଟରୁ ମିଳିଯିବ।

petrol

ସୂଚନା ମୁତାବକ ପ୍ରତ୍ୟେକ ଦିନ ସକାଳ ୬ଟା ରେ ପେଟ୍ରୋଲ ଏବଂ ଡିଜେଲ୍ ଦାମରେ ପରିବର୍ତ୍ତନ ହୋଇଥାଏ। ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଡିଲର କମିଶନ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ପ୍ରାୟ ଦ୍ୱିଗୁଣିତ ହୁଏ | ବୈଦେଶିକ ମୂଲ୍ୟ ସହିତ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ମୂଲ୍ୟ ଉପରେ ନିର୍ଭର କରି ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ପ୍ରତିଦିନ ବଦଳିଥାଏ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.