ଓଡିଶାର ଏହି ଜିଲ୍ଲାରେ ୧୦୦ ପାର୍ କଲା ପେଟ୍ରୋଲ୍ ଦର ! ଜାଣନ୍ତୁ ଭୁବନେଶ୍ୱରରେ କେତେ ରହିଛି ମୂଲ୍ଯ

ପୁଣି ଶତକ ମାରିଲା ପେଟ୍ରୋଲ । ମାଲକାନଗିରି ଜିଲ୍ଲାରେ ଲିଟର ପିଛା ୧୦୦ ପାର କରିଛି । କାଲିମେଳାରେ ପ୍ରିମିୟମ ପେଟ୍ରୋଲ ଦର ଲିଟର ପ୍ରତି ୧୦୩ ଟଙ୍କା ୮୭ ପଇସା ଓ ସାଧାରଣ ପେଟ୍ରୋଲ ଲିଟର ପ୍ରତି ୧୦୦ ଟଙ୍କା ୭୨ ପଇସା ରହିଛି।

ଭୁବନେଶ୍ୱରରେ ପେଟ୍ରୋଲ ଲିଟର ପିଛା ୯୪ ଟଙ୍କା ୭୨ ପଇସା ଥିବାବେଳେ ଡିଜେଲ ୯୨ ଟଙ୍କା ୫୫ ପଇସା ଛୁଇଁଛି। ଅନ୍ତର୍ଜାତୀୟ ତୈଳ ବଜାରରେ ଅଶୋଧିକ ତୈଳ ଦର ଗତ ଦୁଇମାସ ହେଲା ବୃଦ୍ଧି ପାଉଛି। ୨ ମାସ ଭିତରେ ୩ ଟଙ୍କା ଉପରେ ବଢିଛି ପେଟ୍ରୋଲ । ସେହିପରି ଡିଜେଲ ୪ ଟଙ୍କା ଉପରେ ବଢିଛି। ତୈଳ ଦର ବୃଦ୍ଧି ନେଇ ଚିନ୍ତାରେ ପଡିଛନ୍ତି ଗ୍ରାହକ।

କେମିତି ଜାଣିବେ ଆପଣଙ୍କ ସହରରେ କେତେ ଅଛି ଦାମ୍:

ପେଟ୍ରୋଲ ଏବଂ ଡିଜେଲ ଦାମ୍ ଆପଣ SMS ମାଧ୍ୟମରେ ମଧ୍ୟ ଜାଣିପାରିବେ। ଇଣ୍ଡିଆନ ଅଏଲ ୱେବସାଇଟ ଅନୁଯାୟୀ ଆପଣଙ୍କୁ ଏବଂ ନିଜ ସହରର କୋଡ୍ ଲେଖି ୯୨୨୪୯୯୨୨୪୯ ନମ୍ବରକୁ ପଠାଇବାକୁ ହେବ। ପ୍ରତି ସହରର କୋଡ୍ ଅଲଗା ଅଲଗା ରହିଥାଏ। ଯାହା ଆପଣଙ୍କୁ ଆଇସିଓଏଲ ୱେବସାଇଟରୁ ମିଳିଯିବ।

ପ୍ରତିଦିନ ଛଅଟା ବେଳେ ବଦଳିଯାଏ ମୂଲ୍ୟ:

ସୂଚନା ମୁତାବକ ପ୍ରତ୍ୟେକ ଦିନ ସକାଳ ୬ଟା ରେ ପେଟ୍ରୋଲ ଏବଂ ଡିଜେଲ୍ ଦାମରେ ପରିବର୍ତ୍ତନ ହୋଇଥାଏ। ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଡିଲର କମିଶନ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ପ୍ରାୟ ଦ୍ୱିଗୁଣିତ ହୁଏ | ବୈଦେଶିକ ମୂଲ୍ୟ ସହିତ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ମୂଲ୍ୟ ଉପରେ ନିର୍ଭର କରି ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ପ୍ରତିଦିନ ବଦଳିଥାଏ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.