ଆଜି ସାମାନ୍ଯ କମିଲା ପେଟ୍ରୋଲ ଓ ଡିଜେଲ ଦର, ଜାଣନ୍ତୁ କେତେ ରହିଛି ଆପଣଙ୍କ ସହରରେ ଦାମ୍

ପେଟ୍ରୋଲ ଓ ଡିଜେଲ ଦାମରେ ନିଆଁ ଲାଗିଛି। ଯାହା ସାଧାରଣ ଜନତାଙ୍କ ପକେଟ ଉପରେ ବେଶ ପ୍ରଭାବ ପକାଇଛି। ପ୍ରତିଦିନ ହୁ ହୁ ବଢିଚାଲିଛି ତୈଳ ଦର। ଦିନକୁ ଦିନ ଏହାର ଦାମ ବଢିଚାଲିଛି। କିନ୍ତୁ ଆଜି ପେଟ୍ରୋଲ ଓ ଡିଜେଲ ଦର କାଲି ତୁଳନାରେ ହ୍ରାସ ପାଇଛି। ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ଲିଟର ପିଛା ୨୯ ପଇସା ବଢି ୯୧ଟଙ୍କା ୯୦ ପଇସା ରହିଛି ସେହିପରି ଡିଜେଲ ଦାମ୍ ପ୍ରତି ଲିଟର ପିଛା ୨୮ ପଇସା କମି ୮୮ ଟଙ୍କା ୭୯ ପଇସା ହୋଇଛି ।

ପେଟ୍ରୋଲ ଏବଂ ଡିଜେଲ ଦାମ ଆପଣ SMS ମାଧ୍ୟମରେ ମଧ୍ୟ ଜାଣିପାରିବେ। ଇଣ୍ଡିଆନ ଅଏଲ ୱେବସାଇଟ ଅନୁଯାୟୀ ଆପଣଙ୍କୁ ଏବଂ ନିଜ ସହରର କୋଡ୍ ଲେଖି ୯୨୨୪୯୯୨୨୪୯ ନମ୍ବରକୁ ପଠାଇବାକୁ ହେବ। ପ୍ରତି ସହରର କୋଡ୍ ଅଲଗା ଅଲଗା ରହିଥାଏ। ଯାହା ଆପଣଙ୍କୁ ଆଇସିଓଏଲ ୱେବସାଇଟରୁ ମିଳିଯିବ।

petrol

ପ୍ରତିଦିନ ଛଅଟା ବେଳେ ବଦଳିଯାଏ ମୂଲ୍ୟ

ସୂଚନା ମୁତାବକ ପ୍ରତ୍ୟେକ ଦିନ ସକାଳ ୬ଟା ରେ ପେଟ୍ରୋଲ ଏବଂ ଡିଜେଲ୍ ଦାମରେ ପରିବର୍ତ୍ତନ ହୋଇଥାଏ। ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଡିଲର କମିଶନ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ପ୍ରାୟ ଦ୍ୱିଗୁଣିତ ହୁଏ | ବୈଦେଶିକ ମୂଲ୍ୟ ସହିତ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ମୂଲ୍ୟ ଉପରେ ନିର୍ଭର କରି ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ପ୍ରତିଦିନ ବଦଳିଥାଏ।