ଆଜିଠାରୁ ପେଟ୍ରୋଲ ଓ ଡିଜେଲ ଦାମ୍‌ ନେଇ ଗ୍ରାହକଙ୍କୁ ସାମାନ୍ୟ ଆଶ୍ୱସ୍ତି, ଲାଗୁ ହେଲା ନୂଆଦର 

କେନ୍ଦ୍ର ସରକାର ପେଟ୍ରୋଲ ଉପରେ ୫ ଟଙ୍କା ଓ ଡିଜେଲ୍ ଉପରେ ୧୦ ଉତ୍ପାଦନ ଶୁଳ୍କ କମାଇଥିବା ବେଳେ ରାଜ୍ୟ ସରକାର ମଧ୍ୟ ପେଟ୍ରୋଲ ଓ ଡିଜେଲ ଉପରୁ୩ ଟଙ୍କା ଭାଟ୍‌ ହ୍ରାସ କରିଛନ୍ତି। ଏହି ନୂଆ ଦର ଆଜିଠାରୁ ସମଗ୍ର ଦେଶ ଏବଂ ରାଜ୍ୟରେ ଲାଗୁ ହେବାକୁ ଯାଉଛି। ଫଳରେ ସାଧାରଣ ଗ୍ରାହକଙ୍କୁ ସାମାନ୍ୟ ଆଶ୍ୱସ୍ତି ମିଳିଛି। ଆଜି ଭୁବନେଶ୍ୱରରେ ପେଟ୍ରୋଲ ଦର ଲିଟର ପିଛା ୧୦୪ ଟଙ୍କା ୯୧ ପଇସା ହୋଇଛି । ଡିଜେଲ ଦାମ୍ ପ୍ରତି ଲିଟର ପିଛା ୯୪.୫୧ ପଇସା ହୋଇଛି ।

ସେହିପରି ଦେଶର ପ୍ରମୁଖ ସହରରେ ବି ପେଟ୍ରୋଲ ଓ ଡିଜେଲ ଦରରେ କିଛିଟା ପରିବର୍ତ୍ତନ ହୋଇଛି। ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୧୦୫,୦୪ ଟଙ୍କା ଓ ଡିଜେଲ ଦର ୮୮.୪୨ ଟଙ୍କା ହୋଇଛି। ମୁମ୍ବାଇରେ ପେଟ୍ରୋଲ ଲିଟର ପିଛା ୧୧୦ ଟଙ୍କା ୮୫ ପଇସା ହୋଇଥିବା ବେଳେ ଡିଜେଲ ଲିଟର ପିଛା ୯୬ ଟଙ୍କା ୬୨ ପଇସା ରହିଛି । ସେହିପରି କୋଲକାତାରେ ପେଟ୍ରୋଲ ଦର ୧୦୫ ଟଙ୍କା ୪୯ ପଇସା ଥିବାବେଳେ ଡିଜେଲ ଦର ୯୧ ଟଙ୍କା ୫୬ ପଇସା ରହିଛି। ଚେନ୍ନାଇରେ ପେଟ୍ରୋଲ ଦର ୧୦୧ ଟଙ୍କା ୬୬ ପଇସା ଥିବା ବେଳେ ଡିଜେଲ ଦାମ ୯୨ ଟଙ୍କା ୫୯ ପଇସା ରହିଛି।

ପେଟ୍ରୋଲ ଏବଂ ଡିଜେଲ ଦାମ୍ ଆପଣ SMS ମାଧ୍ୟମରେ ମଧ୍ୟ ଜାଣିପାରିବେ। ଇଣ୍ଡିଆନ ଅଏଲ ୱେବସାଇଟ୍ ଅନୁଯାୟୀ, ଆପଣଙ୍କୁ ଏବଂ ନିଜ ସହରର କୋଡ୍ ଲେଖି ୯୨୨୪୯୯୨୨୪୯ ନମ୍ବରକୁ ପଠାଇବାକୁ ହେବ। ପ୍ରତି ସହରର କୋଡ୍ ଅଲଗା ଅଲଗା ରହିଥାଏ। ଯାହା ଆପଣଙ୍କୁ ଆଇସିଓଏଲ ୱେବସାଇଟରୁ ମିଳିଯିବ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.