ବ୍ୟବସାୟ ଓ ଅର୍ଥନୀତି

ସ୍ଥିର ରହିଛି ପେଟ୍ରୋଲ ଓ ଡିଜେଲ ଦାମ୍, ଜାଣନ୍ତୁ ଆଜି କେତେ ହେଲା ଆପଣଙ୍କ ସହରରେ ଲିଟର ପ୍ରତି ମୂଲ୍ଯ

ଦିନକୁ ଦିନ ବଢିଚାଲିଛି ପେଟ୍ରୋଲ ଓ ଡିଜେଲ ଦର। ଯାହା ସାଧାରଣ ଜନତା ପକେଟ ଉପରେ ପ୍ରଭାବ ପକାଉଛି। ଆଜି ପେଟ୍ରୋଲ ଓ ଡିଜେଲ ଦର କାଲି ତୁଳନାରେ ପାଖାପାଖି ସମାନ ରହିଛି। ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ୮୭ ଟଙ୍କା ୬୩ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା ୮୪ ଟଙ୍କା ୦୩ ପଇସା ହୋଇଛି ।

ପେଟ୍ରୋଲ ଏବଂ ଡିଜେଲ ଦାମ ଆପଣ SMS ମାଧ୍ୟମରେ ମଧ୍ୟ ଜାଣିପାରିବେ। ଇଣ୍ଡିଆନ ଅଏଲ ୱେବସାଇଟ ଅନୁଯାୟୀ ଆପଣଙ୍କୁ ଏବଂ ନିଜ ସହରର କୋଡ୍ ଲେଖି ୯୨୨୪୯୯୨୨୪୯ ନମ୍ବରକୁ ପଠାଇବାକୁ ହେବ। ପ୍ରତି ସହରର କୋଡ୍ ଅଲଗା ଅଲଗା ରହିଥାଏ। ଯାହା ଆପଣଙ୍କୁ ଆଇସିଓଏଲ ୱେବସାଇଟରୁ ମିଳିଯିବ।

ପ୍ରତିଦିନ ଛଅଟା ବେଳେ ବଦଳିଯାଏ ମୂଲ୍ୟ

ସୂଚନା ମୁତାବକ ପ୍ରତ୍ୟେକ ଦିନ ସକାଳ ୬ଟା ରେ ପେଟ୍ରୋଲ ଏବଂ ଡିଜେଲ୍ ଦାମରେ ପରିବର୍ତ୍ତନ ହୋଇଥାଏ। ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଡିଲର କମିଶନ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ପ୍ରାୟ ଦ୍ୱିଗୁଣିତ ହୁଏ | ବୈଦେଶିକ ମୂଲ୍ୟ ସହିତ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ମୂଲ୍ୟ ଉପରେ ନିର୍ଭର କରି ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ପ୍ରତିଦିନ ବଦଳିଥାଏ।

Swagatika

Recent Posts

ଆଜିର ରାଶିଫଳ : ଏହି ରାଶିର ଲୋକଙ୍କର ଆଜି ସମାଜରେ ମାନ ସମ୍ମାନ ବଢିବ

ମେଷ: ପାରିବାରିକ ଜୀବନ ସୁଖମୟ ହେବ । ଆୟ ହ୍ରାସ ଏବଂ ଖର୍ଚ୍ଚ ବୃଦ୍ଧି ହେବ । ପ୍ରଗତିର ସମ୍ଭାବନା…

1 hour ago

ଆସନ୍ତାକାଲି ମଙ୍ଗଳ ଆଳତୀ ପରେ ଖୋଲିବ ଶ୍ରୀମନ୍ଦିରର ଚାରି ଦ୍ୱାର

ଭୁବନେଶ୍ୱର (କେନ୍ୟୁଜ୍‌) : ମୋହନ ମାଝୀଙ୍କ ବିଜେପି ସରକାର ଆଜି ଶପଥ ନେବା ପରେ କ୍ୟାବିନେଟରେ ୪ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ…

4 hours ago

ମା ଯଶୋଦା କଳା ପରିଷଦ ପକ୍ଷରୁ ନୂଆ ମୁଖ୍ୟମନ୍ତ୍ରୀଙ୍କୁ ସଙ୍ଗୀତ ମାଧ୍ୟମରେ ଜଣାଇଲେ ଶୁଭେଚ୍ଛା

ଯାଜପୁର(କେନ୍ୟୁଜ୍‌): ନୂତନ ମୁଖ୍ୟମନ୍ତ୍ରୀଙ୍କୁ ସ୍ଵାଗତ ସଙ୍ଗୀତ ମାଧ୍ୟମରେ ସ୍ୱାଗତ ଓ ସମ୍ବର୍ଦ୍ଧନା। ଯାଜପୁର ଦଶରଥପୁର ବ୍ଲକ ଅନ୍ତର୍ଗତ ମଙ୍ଗଳପୁରର ଅଗ୍ରଣୀ…

4 hours ago

ଶପଥ ଗ୍ରହଣ ପରେ ବିଜେପି ସରକାରଙ୍କ ପ୍ରଥମ କ୍ୟାବିନେଟ ବୈଠକ

ଭୁବନେଶ୍ୱର(କେନ୍ୟୁଜ୍‌): ମୋହନ ମାଝୀ ସରକାରଙ୍କ ପ୍ରଥମ କ୍ୟାବିନେଟ ବୈଠକ । ଶପଥ ଗ୍ରହଣ ପରେ ବିଜେପି ସରକାରଙ୍କ ପ୍ରଥମ କ୍ୟାବିନେଟ…

5 hours ago

ଚିକିତ୍ସା ସୁବିଧା ପାଇଁ କିଏ ଭଲ ଏବେ ଆପଣ ହିଁ ବିଚାର କରନ୍ତୁ

ଦେହ ଅଛି ତ ରୋଗ ଅଛି । ସେଥିଲାଗି ତ କୁହାଯାଏ, ସ୍ୱାସ୍ଥ୍ୟ ହିଁ ସମ୍ପଦ । ପ୍ରତିଟି ଜୀବନ…

5 hours ago

ସୁରମା ପାଢୀ ହୋଇପାରନ୍ତି ନୂଆ ବାଚସ୍ପତି

ଭୁବନେଶ୍ୱର(କେନ୍ୟୁଜ୍‌): ସୁରମା ପାଢୀ ହୋଇପାରନ୍ତି ନୂଆ ବାଚସ୍ପତି । ବିଧାନସଭା ବାଚସ୍ପତି ଭାବେ ରଣପୁରର ବିଧାୟିକାଙ୍କ ନାଁକୁ ନେଇ ଚର୍ଚ୍ଚା…

5 hours ago