ବ୍ୟବସାୟ ଓ ଅର୍ଥନୀତି

ଜଲଦି ଚେକ୍ କରନ୍ତୁ ଆଜିର ପେଟ୍ରୋଲ-ଡିଜେଲ ଦର; ଭୁବନେଶ୍ବରରେ କମିଲା ମୂଲ୍ୟ

ଦେଶରେ ପେଟ୍ରୋଲ ଓ ଡିଜେଲର ନୂଆ ମୂଲ୍ୟ ଜାରି କରାଯାଇଛି । ପ୍ରମୁଖ ସହର ଗୁଡିକରେ ପେଟ୍ରୋଲ ଓ ଡିଜେଲ ମୂଲ୍ୟ ସ୍ଥିର ରହିଛି । ଭୁବନେଶ୍ବରରେ ପେଟ୍ରୋଲ ଦର ହ୍ରାସ ପାଇ ୧୦୦ ଟଙ୍କା ୯୨ ପଇସା ହୋଇଛି । ଡିଜେଲ ଦର ୯୨ ଟଙ୍କା ୫୦ ପଇସାକୁ ହ୍ରାସ ପାଇଛି ।

ଦିଲ୍ଲୀରେ ପେଟ୍ରୋଲ ଦର ୯୪ ଟଙ୍କା ୭୨ ପଇସାକୁ ହ୍ରାସ ପାଇଥିବା ବେଳେ ଡିଜେଲ ଦର ୮୭ ଟଙ୍କା ୬୨ ପଇସାକୁ ହ୍ରାସ ପାଇଛି । ମୁମ୍ବାଇରେ ପେଟ୍ରୋଲ ଲିଟର ପିଛା ୧୦୪ଟଙ୍କା ୨୧ ପଇସା ହୋଇଥିବା ବେଳେ ଡିଜେଲ ଲିଟର ପିଛା ୯୨ ଟଙ୍କା ୧୫ ପଇସା ରହିଛି । ସେହିପରି କୋଲକାତାରେ ପେଟ୍ରୋଲ ଦର ୧୦୩ ଟଙ୍କା ୯୪ ପଇସା ଥିବାବେଳେ ଡିଜେଲ ଦର ୯୦ ଟଙ୍କା ୭୬ ପଇସା ରହିଛି । ଚେନ୍ନାଇରେ ପେଟ୍ରୋଲ ଦର ୧୦୦ ଟଙ୍କା ୭୫ ପଇସା ଥିବା ବେଳେ ଡିଜେଲ ଦାମ ୯୨ ଟଙ୍କା ୩୪ ପଇସା ରହିଛି ।

କେମିତି ଜାଣିବେ ଆପଣଙ୍କ ସହରରେ କେତେ ଅଛି ଦାମ୍:

ପେଟ୍ରୋଲ ଏବଂ ଡିଜେଲ ଦାମ୍ ଆପଣ SMS ମାଧ୍ୟମରେ ମଧ୍ୟ ଜାଣିପାରିବେ । ଇଣ୍ଡିଆନ ଅଏଲ ୱେବସାଇଟ ଅନୁଯାୟୀ ଆପଣଙ୍କୁ ଏବଂ ନିଜ ସହରର କୋଡ୍ ଲେଖି ୯୨୨୪୯୯୨୨୪୯ ନମ୍ବରକୁ ପଠାଇବାକୁ ହେବ । ପ୍ରତି ସହରର କୋଡ୍ ଅଲଗା ଅଲଗା ରହିଥାଏ । ଯାହା ଆପଣଙ୍କୁ ଆଇସିଓଏଲ ୱେବସାଇଟରୁ ମିଳିଯିବ।

ପ୍ରତିଦିନ ଛଅଟା ବେଳେ ବଦଳିଯାଏ ମୂଲ୍ୟ:

ସୂଚନା ମୁତାବକ, ପ୍ରତ୍ୟେକ ଦିନ ସକାଳ ୬ଟାରେ ପେଟ୍ରୋଲ ଏବଂ ଡିଜେଲ୍ ଦାମରେ ପରିବର୍ତ୍ତନ ହୋଇଥାଏ । ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଡିଲର କମିଶନ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ପ୍ରାୟ ଦ୍ୱିଗୁଣିତ ହୁଏ । ବୈଦେଶିକ ମୂଲ୍ୟ ସହିତ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ମୂଲ୍ୟ ଉପରେ ନିର୍ଭର କରି ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ପ୍ରତିଦିନ ବଦଳିଥାଏ ।

Niharanjan

Recent Posts

ସୁରକ୍ଷାରେ ତ୍ରୁଟି ! ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଘରେ ବେଆଇନ ଭାବେ ପଶିଲେ ୪ ଯୁବକ, ଗିରଫ କଲା ପୋଲିସ

ବ୍ରିଟିଶ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଉତ୍ତର ଇଂଲଣ୍ଡସ୍ଥିତ ଘରେ ୪ ଜଣ ଯୁବକ ବେଆଇନ ଭାବେ ପ୍ରବେଶ କରିଛନ୍ତି ।…

11 mins ago

ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ପୁରୀ: ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । ଚିଠି ଲେଖି ଅନୁରୋଧ କଲେ ବାଲୁକା ଶିଳ୍ପୀ…

44 mins ago

ଅତିଶୀଙ୍କୁ ଦେଖିବା ପାଇଁ ହସ୍ପିଟାଲରେ ପହଞ୍ଚିଲେ ଅଖିଳେଶ ଯାଦବ, ପଚାରି ବୁଝିଲେ ସ୍ୱାସ୍ଥ୍ୟାବସ୍ଥା

ଦିଲ୍ଲୀର ଜଳ ଓ ଶିକ୍ଷା ମନ୍ତ୍ରୀ ଅତିଶୀ ବର୍ତ୍ତମାନ ହସ୍ପିଟାଲରେ ଅଛନ୍ତି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିବା…

46 mins ago

ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର

ଯାଜପୁର ଟାଉନ : ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର । ଦଶରଥପୁର ବ୍ଲକ…

53 mins ago

ପରିତ୍ୟକ୍ତ ଘରେ ଅଳିଆ ହୋଇ ପଡିରହିଛି କୁଢ଼ କୁଢ଼ ସାଲାଇନ ଓ ଦରକାରୀ ଇଞ୍ଜେକସନ୍

ଉଦଳା:  ଅଳିଆ ଭାବେ ପଡିଛି କୁଢ଼ କୁଢ଼ ସାଲାଇନ ଓ ଇଞ୍ଜେକସନ୍ । କିଛି ଏକ୍ସପାଏରୀ ହୋଇଛି ତ ଆଉ…

1 hour ago

ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ପୁଣି ଝଟକା, ଇଡି ପରେ ସିବିଆଇ କଲା ଗିରଫ

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ଗିରଫ କରିଛି ସିବିଆଇ । ଅବକାରୀ ନୀତି ଦୁର୍ନୀତି ମାମଲାରେ ତାଙ୍କୁ ଅଦାଲତରୁ ଗିରଫ…

1 hour ago