ନୂଆବର୍ଷରେ ନୂଆ ପେଟ୍ରୋଲ ଦାମ୍‌, ଜାଣନ୍ତୁ କେତେ ରହିଛି ଆପଣଙ୍କ ସହରରେ ଦର

ଆରମ୍ଭ ହୋଇଛି ନୂଆବର୍ଷ ୨୦୨୩ । ବିଦାୟ ନେଇଛି ୨୦୨୨। ନୂଆବର୍ଷର ନୂଆ ସକାଳ ଅନେକ ଆଶା ଓ ଭରସା ନେଇ ଆସିଛି। ସାଧାରଣ ଜନତାଙ୍କ ପାଇଁ ନୂଆବର୍ଷ କିଛି ନୂଆ ଆଶା ନେଇ ଆସିବ। ତେବେ ନୂଆବର୍ଷରେ ଆପଣ କୁଆଡେ ବୁଲିବାକୁ ମନ ବଳାଇଥିଲେ, ତା’ ପୂର୍ବରୁ ପେଟ୍ରୋଲ ଓ ଡିଜେଲ ଦର ଜାଣିରଖିବା ଉଚିତ । ତେବେ ଆଜି ସାମାନ୍ୟ ବଢିଛି ପେଟ୍ରୋଲ ଓ ଡିଜେଲ ଦର । ଆଜି ଭୁବନେଶ୍ୱରରେ ପେଟ୍ରୋଲ ଦର ୧୦୩ ଟଙ୍କା ୧୯ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା ୧ ପଇସା ବଢ଼ି ୯୪ ଟଙ୍କା ୭୬ ପଇସା ରହିଛି।

ସେହିପରି ଦେଶର ପ୍ରମୁଖ ସହରରେ ବି ପେଟ୍ରୋଲ ଓ ଡିଜେଲ ଦରରେ କିଛିଟା ପରିବର୍ତ୍ତନ ହୋଇଛି। ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୯୬ ଟଙ୍କା ୭୨ ପଇସା ଓ ଡିଜେଲ ଦର ୮୯ ଟଙ୍କା ୬୨ ପଇସା ହୋଇଛି। ମୁମ୍ବାଇରେ ପେଟ୍ରୋଲ ଲିଟର ପିଛା ୧୦୬ ଟଙ୍କା ୩୧ ପଇସା ହୋଇଥିବା ବେଳେ ଡିଜେଲ ଲିଟର ପିଛା ୯୪ ଟଙ୍କା ୨୭ ପଇସା ରହିଛି । ସେହିପରି କୋଲକାତାରେ ପେଟ୍ରୋଲ ଦର ୧୦୬ ଟଙ୍କା ୦୩ ପଇସା ଥିବାବେଳେ ଡିଜେଲ ଦର ୯୨ ଟଙ୍କା ୭୬ ପଇସା ରହିଛି। ଚେନ୍ନାଇରେ ପେଟ୍ରୋଲ ଦର ୧୦୨ ଟଙ୍କା ୬୩ ପଇସା ଥିବା ବେଳେ ଡିଜେଲ ଦାମ ୯୪ ଟଙ୍କା ୨୪ ପଇସା ରହିଛି।

କେମିତି ଜାଣିବେ ଆପଣଙ୍କ ସହରରେ କେତେ ଅଛି ଦାମ୍

ପେଟ୍ରୋଲ ଏବଂ ଡିଜେଲ ଦାମ୍ ଆପଣ SMS ମାଧ୍ୟମରେ ମଧ୍ୟ ଜାଣିପାରିବେ। ଇଣ୍ଡିଆନ ଅଏଲ ୱେବସାଇଟ ଅନୁଯାୟୀ ଆପଣଙ୍କୁ ଏବଂ ନିଜ ସହରର କୋଡ୍ ଲେଖି ୯୨୨୪୯୯୨୨୪୯ ନମ୍ବରକୁ ପଠାଇବାକୁ ହେବ। ପ୍ରତି ସହରର କୋଡ୍ ଅଲଗା ଅଲଗା ରହିଥାଏ। ଯାହା ଆପଣଙ୍କୁ ଆଇସିଓଏଲ ୱେବସାଇଟରୁ ମିଳିଯିବ।

ପ୍ରତିଦିନ ଛଅଟା ବେଳେ ବଦଳିଯାଏ ମୂଲ୍ୟ

ସୂଚନା ମୁତାବକ ପ୍ରତ୍ୟେକ ଦିନ ସକାଳ ୬ଟା ରେ ପେଟ୍ରୋଲ ଏବଂ ଡିଜେଲ୍ ଦାମରେ ପରିବର୍ତ୍ତନ ହୋଇଥାଏ। ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଡିଲର କମିଶନ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ପ୍ରାୟ ଦ୍ୱିଗୁଣିତ ହୁଏ | ବୈଦେଶିକ ମୂଲ୍ୟ ସହିତ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ମୂଲ୍ୟ ଉପରେ ନିର୍ଭର କରି ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ପ୍ରତିଦିନ ବଦଳିଥାଏ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.