ବ୍ୟବସାୟ ଓ ଅର୍ଥନୀତି

କଲବଲ କରୁଛି ବର୍ଦ୍ଧିତ ପେଟ୍ରୋଲ ଦର, ଆଜି ଭୁବନେଶ୍ୱରରେ ପୁଣି ବଢ଼ିଲା ତେଲ ଦାମ୍

ତୈଳ କମ୍ପାନୀ ପକ୍ଷରୁ ଆଜିର ପେଟ୍ରୋଲ- ଡିଜେଲ ଦର ଜାରି କରିଦିଆଯାଇଛି। ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର କାଲି ତୁଳନାରେ ୧୧ ପଇସା ବଢ଼ି ୧୦୧ ଟଙ୍କା ୮୧ ପଇସା ରହିଥିବା ବେଳେ ଡିଜେଲ ଦାମ୍ କିନ୍ତୁ ପ୍ରତି ଲିଟର ପିଛା କିଛି ପରିବର୍ତ୍ତିତ ନ ହୋଇ ୯୧ ଟଙ୍କା ୫୨ ପଇସା ରହିଛି।

ସେହିପରି ଦେଶର ପ୍ରମୁଖ ସହରରେ ବି ପେଟ୍ରୋଲ ଓ ଡିଜେଲ ଦରରେ କିଛିଟା ପରିବର୍ତ୍ତନ ହୋଇଛି। ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୯୫ ଟଙ୍କା ୪୧ ପଇସା ଓ ଡିଜେଲ ଦର ୮୬ ଟଙ୍କା ୬୭ ପଇସା ହୋଇଛି। ମୁମ୍ବାଇରେ ପେଟ୍ରୋଲ ଲିଟର ପିଛା ୧୦୯ ଟଙ୍କା ୯୮ ପଇସା ହୋଇଥିବା ବେଳେ ଡିଜେଲ ଲିଟର ପିଛା ୯୪ ଟଙ୍କା ୧୪ ପଇସା ରହିଛି । ସେହିପରି କୋଲକାତାରେ ପେଟ୍ରୋଲ ଦର ୧୦୪ ଟଙ୍କା ୬୭ ପଇସା ଥିବାବେଳେ ଡିଜେଲ ଦର ୮୯ ଟଙ୍କା ୭୯ ପଇସା ରହିଛି। ଚେନ୍ନାଇରେ ପେଟ୍ରୋଲ ଦର ୧୦୧ ଟଙ୍କା ୪୦ ପଇସା ଥିବା ବେଳେ ଡିଜେଲ ଦାମ ୯୧ ଟଙ୍କା ୪୩ ପଇସା ରହିଛି।

କେମିତି ଜାଣିବେ ଆପଣଙ୍କ ସହରରେ କେତେ ଅଛି ଦାମ୍:

ପେଟ୍ରୋଲ ଏବଂ ଡିଜେଲ ଦାମ୍ ଆପଣ SMS ମାଧ୍ୟମରେ ମଧ୍ୟ ଜାଣିପାରିବେ। ଇଣ୍ଡିଆନ ଅଏଲ ୱେବସାଇଟ ଅନୁଯାୟୀ ଆପଣଙ୍କୁ ଏବଂ ନିଜ ସହରର କୋଡ୍ ଲେଖି ୯୨୨୪୯୯୨୨୪୯ ନମ୍ବରକୁ ପଠାଇବାକୁ ହେବ। ପ୍ରତି ସହରର କୋଡ୍ ଅଲଗା ଅଲଗା ରହିଥାଏ। ଯାହା ଆପଣଙ୍କୁ ଆଇସିଓଏଲ ୱେବସାଇଟରୁ ମିଳିଯିବ।

ପ୍ରତିଦିନ ଛଅଟା ବେଳେ ବଦଳିଯାଏ ମୂଲ୍ୟ:

ସୂଚନା ମୁତାବକ ପ୍ରତ୍ୟେକ ଦିନ ସକାଳ ୬ଟା ରେ ପେଟ୍ରୋଲ ଏବଂ ଡିଜେଲ୍ ଦାମରେ ପରିବର୍ତ୍ତନ ହୋଇଥାଏ। ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଡିଲର କମିଶନ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ପ୍ରାୟ ଦ୍ୱିଗୁଣିତ ହୁଏ | ବୈଦେଶିକ ମୂଲ୍ୟ ସହିତ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ମୂଲ୍ୟ ଉପରେ ନିର୍ଭର କରି ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ପ୍ରତିଦିନ ବଦଳିଥାଏ।

WCW 11

Recent Posts

ଡାକ୍ତରଖାନାରେ ଶିଶୁକୁ ଚୋରି କରି ନେବା ବେଳେ ଧରିଲେ ଡାକ୍ତରଖାନାର ସୁରକ୍ଷା କର୍ମି

ସୁବର୍ଣ୍ଣପୁର(କେନ୍ୟୁଜ୍‌) : ପୁଣି ସାମ୍ନାକୁ ଆସିଲା ପିଲାଚୋରି ଅଭିଯୋଗ । ପୂର୍ବରୁ ଏପରି ଘଟଣା ଅନେକ ଥର ଆମ ସାମ୍ନାକୁ…

14 mins ago

ଓଡିଆ ପଣ୍ଡିତଙ୍କୁ ଗଙ୍ଗା ଘାଟ ଛାଡିବାକୁ ବାଧ୍ୟ କରାଯାଉଛି, ଚିନ୍ତାରେ ବର୍ଷ ବର୍ଷ ଧରି ରହିଆସୁଥିବା ଓଡିଆ ବ୍ରାହ୍ମଣ

କୋଲକାତା (କେନ୍ୟୁଜ) : ପୁଣ୍ୟତୋୟା ଗଙ୍ଗା ଘାଟଗୁଡ଼ିକ ଧର୍ମ ସଂସ୍କୃତି ଓ ଆସ୍ଥାର ପ୍ରମୁଖ ସ୍ଥଳୀ ଭାବରେ ପରିଚିତି ଲାଭ…

1 hour ago

ଘରେ କଳାକନା ବୁଲାଇ ୨୫ ଲକ୍ଷ ଟଙ୍କାର ସୁନା ଅଳଙ୍କାର ଓ ଆସବାବ ପତ୍ର ନେଇଗଲେ ଚୋର

ତାଳଚେର (କେନ୍ୟୁଜ) : ଯଦି ଆପଣ କେବେ ନିଜ ଘର ତାଲା ପକାଇ ବନ୍ଧୁ ଘର କିମ୍ବା ସମ୍ପର୍କୀୟଙ୍କ ଘରକୁ…

1 hour ago

କଳିଙ୍ଗ ଷ୍ଟାଡିୟମ କ୍ରୀଡ଼ା ଭିତ୍ତିଭୂମିର ସମୀକ୍ଷା କଲେ କ୍ରୀଡ଼ାମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ

ଭୁବନେଶ୍ୱର(କେନ୍ୟୁଜ୍‌): କ୍ରୀଡ଼ା ଓ ଯୁବସେବା ମାନ୍ୟବର ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୁରଜ ଆଜି କଳିଙ୍ଗ ଷ୍ଟାଡିୟମ ଗସ୍ତ କରି ରାଜ୍ୟର…

1 hour ago

ଭୋଜି ଖାଇ ଫେରୁଥିଲେ ହେଲେ ଏକାସାଥିରେ ଆରପାରିକୁ ଚାଲିଗଲେ ଚାରି ସାଙ୍ଗ

ନୂଆପଡା (କେନ୍ୟୁଜ) : ଭୋଜି ଖାଇ ସାଙ୍ଗ ହୋଇ ଫେରୁଥିଲେ ଏହି ୪ ଜଣ ସାଙ୍ଗ । ଏମାନେ ୪…

1 hour ago

ଆଜି ସାରା ବିଶ୍ୱ ପାଳିଲା ‘ଆର୍ଟ ଅଫ୍ ଗିଭିଂ’ ଦିବସ

ଭୁବନେଶ୍ୱର(କେନ୍ୟୁଜ୍‌): ଜୁନ୍ ୧୭ ତାରିଖରେ ଭାରତ ସମେତ ବିଶ୍ୱର ୨୦୦ଟି ଦେଶର ୨୫ହଜାର ସ୍ଥାନରେ ୧୧ଶ ଅନ୍ତର୍ଜାତୀୟ ‘ଆର୍ଟ ଅଫ୍…

2 hours ago