ବ୍ୟବସାୟ ଓ ଅର୍ଥନୀତି

ପୁଣି ବଢ଼ିଲା ପେଟ୍ରୋଲ ଓ ଡିଜେଲ ଦର, ଜାଣନ୍ତୁ ଆଜି ଭୁବନେଶ୍ୱରରେ କେତେ ରହିଛି ଦାମ୍

ବଢ଼ିଲା ପେଟ୍ରୋଲ ଓ ଡିଜେଲ ଦର। ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ଲିଟର ପିଛା କାଲି ତୁଳନାରେ ୧୩ ପଇସା ବଢ଼ି ୧୦୨ ଟଙ୍କା ୨୩ ପଇସା ହୋଇଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା ୧୨ ପଇସା ବଢ଼ି ୯୨ ଟଙ୍କା ୦୩ ପଇସା ହୋଇଛି।

ସେହିପରି ଦେଶର ପ୍ରମୁଖ ସହରରେ ବି ପେଟ୍ରୋଲ ଓ ଡିଜେଲ ଦରରେ କିଛିଟା ପରିବର୍ତ୍ତନ ହୋଇଛି। ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୧୦୩ ଟଙ୍କା ୯୭ ପଇସା ଓ ଡିଜେଲ ଦର ୮୬ ଟଙ୍କା ୬୭ ପଇସା ହୋଇଛି। ମୁମ୍ବାଇରେ ପେଟ୍ରୋଲ ଲିଟର ପିଛା ୧୦୯ ଟଙ୍କା ୯୮ ପଇସା ହୋଇଥିବା ବେଳେ ଡିଜେଲ ଲିଟର ପିଛା ୮୬ ଟଙ୍କା ୬୭ ପଇସା ରହିଛି । ସେହିପରି କୋଲକାତାରେ ପେଟ୍ରୋଲ ଦର ୧୦୪ ଟଙ୍କା ୭୬ ପଇସା ଥିବାବେଳେ ଡିଜେଲ ଦର ୮୮ ଟଙ୍କା ୭୯ ପଇସା ରହିଛି। ଚେନ୍ନାଇରେ ପେଟ୍ରୋଲ ଦର ୧୦୧ ଟଙ୍କା ୪୦ ପଇସା ଥିବା ବେଳେ ଡିଜେଲ ଦାମ ୯୧ ଟଙ୍କା ୪୩ ପଇସା ରହିଛି।

ପେଟ୍ରୋଲ ଏବଂ ଡିଜେଲ ଦାମ୍ ଆପଣ SMS ମାଧ୍ୟମରେ ମଧ୍ୟ ଜାଣିପାରିବେ। ଇଣ୍ଡିଆନ ଅଏଲ ୱେବସାଇଟ୍ ଅନୁଯାୟୀ, ଆପଣଙ୍କୁ ଏବଂ ନିଜ ସହରର କୋଡ୍ ଲେଖି ୯୨୨୪୯୯୨୨୪୯ ନମ୍ବରକୁ ପଠାଇବାକୁ ହେବ। ପ୍ରତି ସହରର କୋଡ୍ ଅଲଗା ଅଲଗା ରହିଥାଏ। ଯାହା ଆପଣଙ୍କୁ ଆଇସିଓଏଲ ୱେବସାଇଟରୁ ମିଳିଯିବ।

ପ୍ରତିଦିନ ଛଅଟା ବେଳେ ବଦଳିଯାଏ ମୂଲ୍ୟ:

ସୂଚନା ମୁତାବକ ପ୍ରତ୍ୟେକ ଦିନ ସକାଳ ୬ଟା ରେ ପେଟ୍ରୋଲ ଏବଂ ଡିଜେଲ୍ ଦାମରେ ପରିବର୍ତ୍ତନ ହୋଇଥାଏ। ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଡିଲର କମିଶନ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ପ୍ରାୟ ଦ୍ୱିଗୁଣିତ ହୁଏ | ବୈଦେଶିକ ମୂଲ୍ୟ ସହିତ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ମୂଲ୍ୟ ଉପରେ ନିର୍ଭର କରି ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ପ୍ରତିଦିନ ବଦଳିଥାଏ।

WCW 11

Recent Posts

୭୨ ଘଣ୍ଟାରେ ରାଜ୍ୟରେ ଅଂଶୁଘାତ ମୃତ୍ୟୁ ୨୦, ରାଜସ୍ୱ କମିସନଙ୍କ କାର୍ଯ୍ୟାଳୟ ଦେଲା ସୂଚନା

ଗତ ୭୨ ଘଣ୍ଟାରେ ରାଜ୍ୟରେ ଅଂଶୁଘାତରେ ୨୦ଜଣଙ୍କ ମୃତ୍ୟୁ ଘଟିଛି । ଏହି ସମୟ ମଧ୍ୟରେ ୯୯ଟି ଅଂଶୁଘାତଜନିତ ମୃତ୍ୟୁ…

6 mins ago

ବର୍ଷେ ପରେ ବି ତାଜା ଅଛି ସେହି ଭୟଙ୍କର ଦୁର୍ଘଟଣାର ସ୍ମୃତି, ମନେ ପକାଉଛନ୍ତି ଗାଁ ଲୋକେ ଓ ସ୍ୱେଚ୍ଛାସେବୀ

ସେହି ରେଳ ଧାରଣା ଅଛି । ସେଇଠି ଟ୍ରେନ୍‌ ବି ଚାଲୁଛି । ତଥାପି ଗୁମୁରି ଗୁମୁରି କାନ୍ଦୁଛି ଏ…

60 mins ago

ବାହାନଗା ରେଳ ଦୁର୍ଘଟଣାକୁ ବର୍ଷେ, ମୃତକଙ୍କ ପରିବାରକୁ ସହଯୋଗ କରିଥିଲେ ଡ. ଅଚ୍ୟୁତ ସାମନ୍ତ

ବାଲେଶ୍ୱର ଜିଲ୍ଲା ବାହାନଗାଠାରେ ଘଟିଥିବା ମର୍ମନ୍ତୁଦ ରେଳ ଦୁର୍ଘଟଣାକୁ ପୂରିଛି ଏକ ବର୍ଷ । ଏଭଳି ଦୁର୍ଘଟଣାରେ ମର୍ମାହତ ହୋଇ…

1 hour ago

କାମ ସାରି ଗଛ ମୂଳେ ବିଶ୍ରାମ ନେଉଥିଲେ, ହଠାତ୍‌ ମାରିଲା ବିଜୁଳି ଚାଲିଗଲା ୨ ଯୁବକଙ୍କ ଜୀବନ

ଗଞ୍ଜାମ : ପ୍ରବଳ ଗ୍ରୀଷ୍ମ ପ୍ରବାହ ଲାଗିରହିଛି । ଅସହ୍ୟ ଗରମ ଗୁଳୁଗୁଳିରେ ଛଟପଟ ହେଉଛନ୍ତି ପୁରା ଓଡ଼ିଶାବାସୀ ।…

1 hour ago

ପୁରୀ ବାଣ ବିସ୍ଫୋରଣ ଦୁର୍ଘଟଣା, ମୃତ୍ୟୁ ସଂଖ୍ୟା ୧୩କୁ ବୃଦ୍ଧି

ପୁରୀ : ପୁରୀ ବାଣ ବିସ୍ଫୋରଣ ଘଟଣାରେ ବଢିଲା ମୃତ୍ୟୁ ସଂଖ୍ୟା । ଆଉ ୨ଜଣଙ୍କ ମୃତ୍ୟୁ ପରେ ମୃତ୍ୟୁ…

2 hours ago

ତିହାର ଜେଲରେ ପହଞ୍ଚିଲେ କେଜ୍ରିଓ୍ଵାଲ, ଯିବା ପୂର୍ବରୁ କହିଲେ… ଆପଣ ଖୁସିରେ ରହିଲେ ମୁଁ ଖୁସିରେ ରହିବି

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆପର ସଂଯୋଜକ ଅରବିନ୍ଦ କେଜ୍ରିଓ୍ଵାଲ ତିହାର ଜେଲରେ ସରେଣ୍ଡର କରିଛନ୍ତି । ସୁପ୍ରିମ କୋର୍ଟ ତାଙ୍କୁ…

3 hours ago