ବ୍ୟବସାୟ ଓ ଅର୍ଥନୀତି

ଆଜି କେତେ ଅଛି ପେଟ୍ରୋଲ ଓ ଡିଜେଲ ଦର, ଜାଣନ୍ତୁ ତାଜା ଅପଡେଟ୍

ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ୧୦୨ ଟଙ୍କା ୨୭ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା ୯୨ ଟଙ୍କା ୦୬ ପଇସା ହୋଇଛି।

ସେହିପରି ଦେଶର ପ୍ରମୁଖ ସହରରେ ବି ପେଟ୍ରୋଲ ଓ ଡିଜେଲ ଦରରେ କିଛିଟା ପରିବର୍ତ୍ତନ ହୋଇଛି। ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୯୫ ଟଙ୍କା ୪୧ ପଇସା ଓ ଡିଜେଲ ଦର ୮୬ ଟଙ୍କା ୬୭ ପଇସା ହୋଇଛି। ମୁମ୍ବାଇରେ ପେଟ୍ରୋଲ ଲିଟର ପିଛା ୧୦୯ ଟଙ୍କା ୯୮ ପଇସା ହୋଇଥିବା ବେଳେ ଡିଜେଲ ଲିଟର ପିଛା ୯୪ ଟଙ୍କା ୧୪ ପଇସା ରହିଛି । ସେହିପରି କୋଲକାତାରେ ପେଟ୍ରୋଲ ଦର ୧୦୪ ଟଙ୍କା ୬୭ ପଇସା ଥିବାବେଳେ ଡିଜେଲ ଦର ୮୯ ଟଙ୍କା ୭୯ ପଇସା ରହିଛି। ଚେନ୍ନାଇରେ ପେଟ୍ରୋଲ ଦର ୧୦୧ ଟଙ୍କା ୪୦ ପଇସା ଥିବା ବେଳେ ଡିଜେଲ ଦାମ ୯୧ ଟଙ୍କା ୪୩ ପଇସା ରହିଛି।

କେମିତି ଜାଣିବେ ଆପଣଙ୍କ ସହରରେ କେତେ ଅଛି ଦାମ୍:

ପେଟ୍ରୋଲ ଏବଂ ଡିଜେଲ ଦାମ୍ ଆପଣ SMS ମାଧ୍ୟମରେ ମଧ୍ୟ ଜାଣିପାରିବେ। ଇଣ୍ଡିଆନ ଅଏଲ ୱେବସାଇଟ ଅନୁଯାୟୀ ଆପଣଙ୍କୁ ଏବଂ ନିଜ ସହରର କୋଡ୍ ଲେଖି ୯୨୨୪୯୯୨୨୪୯ ନମ୍ବରକୁ ପଠାଇବାକୁ ହେବ। ପ୍ରତି ସହରର କୋଡ୍ ଅଲଗା ଅଲଗା ରହିଥାଏ। ଯାହା ଆପଣଙ୍କୁ ଆଇସିଓଏଲ ୱେବସାଇଟରୁ ମିଳିଯିବ।

ପ୍ରତିଦିନ ଛଅଟା ବେଳେ ବଦଳିଯାଏ ମୂଲ୍ୟ:

ସୂଚନା ମୁତାବକ ପ୍ରତ୍ୟେକ ଦିନ ସକାଳ ୬ଟା ରେ ପେଟ୍ରୋଲ ଏବଂ ଡିଜେଲ୍ ଦାମରେ ପରିବର୍ତ୍ତନ ହୋଇଥାଏ। ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଡିଲର କମିଶନ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ପ୍ରାୟ ଦ୍ୱିଗୁଣିତ ହୁଏ | ବୈଦେଶିକ ମୂଲ୍ୟ ସହିତ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ମୂଲ୍ୟ ଉପରେ ନିର୍ଭର କରି ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ପ୍ରତିଦିନ ବଦଳିଥାଏ।

WCW 11

Recent Posts

ମା ଯଶୋଦା କଳା ପରିଷଦ ପକ୍ଷରୁ ନୂଆ ମୁଖ୍ୟମନ୍ତ୍ରୀଙ୍କୁ ସଙ୍ଗୀତ ମାଧ୍ୟମରେ ଜଣାଇଲେ ଶୁଭେଚ୍ଛା

ଯାଜପୁର(କେନ୍ୟୁଜ୍‌): ନୂତନ ମୁଖ୍ୟମନ୍ତ୍ରୀଙ୍କୁ ସ୍ଵାଗତ ସଙ୍ଗୀତ ମାଧ୍ୟମରେ ସ୍ୱାଗତ ଓ ସମ୍ବର୍ଦ୍ଧନା। ଯାଜପୁର ଦଶରଥପୁର ବ୍ଲକ ଅନ୍ତର୍ଗତ ମଙ୍ଗଳପୁରର ଅଗ୍ରଣୀ…

19 mins ago

ଶପଥ ଗ୍ରହଣ ପରେ ବିଜେପି ସରକାରଙ୍କ ପ୍ରଥମ କ୍ୟାବିନେଟ ବୈଠକ

ଭୁବନେଶ୍ୱର(କେନ୍ୟୁଜ୍‌): ମୋହନ ମାଝୀ ସରକାରଙ୍କ ପ୍ରଥମ କ୍ୟାବିନେଟ ବୈଠକ । ଶପଥ ଗ୍ରହଣ ପରେ ବିଜେପି ସରକାରଙ୍କ ପ୍ରଥମ କ୍ୟାବିନେଟ…

41 mins ago

ଚିକିତ୍ସା ସୁବିଧା ପାଇଁ କିଏ ଭଲ ଏବେ ଆପଣ ହିଁ ବିଚାର କରନ୍ତୁ

ଦେହ ଅଛି ତ ରୋଗ ଅଛି । ସେଥିଲାଗି ତ କୁହାଯାଏ, ସ୍ୱାସ୍ଥ୍ୟ ହିଁ ସମ୍ପଦ । ପ୍ରତିଟି ଜୀବନ…

54 mins ago

ସୁରମା ପାଢୀ ହୋଇପାରନ୍ତି ନୂଆ ବାଚସ୍ପତି

ଭୁବନେଶ୍ୱର(କେନ୍ୟୁଜ୍‌): ସୁରମା ପାଢୀ ହୋଇପାରନ୍ତି ନୂଆ ବାଚସ୍ପତି । ବିଧାନସଭା ବାଚସ୍ପତି ଭାବେ ରଣପୁରର ବିଧାୟିକାଙ୍କ ନାଁକୁ ନେଇ ଚର୍ଚ୍ଚା…

1 hour ago

ଶପଥ ଗ୍ରହଣ କରିଛନ୍ତି ମୋହନ ମାଝୀଙ୍କ ଟିମ୍

ଭୁବନେଶ୍ୱର(କେନ୍ୟୁଜ୍‌): ନୂଆ ମୁଖ୍ୟମନ୍ତ୍ରୀ, ନୂଆ କ୍ୟାବିନେଟ। ଶପଥ ଗ୍ରହଣ କରିଛନ୍ତି ମୋହନ ମାଝୀଙ୍କ ଟିମ୍। ଦୁଇ ଉପମୁଖ୍ୟମନ୍ତ୍ରୀ। ୮ କ୍ୟାବିନେଟ…

1 hour ago

ସମୟ ସିନା ବଦଳିଛି ହେଲେ ସେମିତି ଅବିଚଳିତ ନବୀନ ପଟ୍ଟନାୟକ

ଭୁବନେଶ୍ୱର(କେନ୍ୟୁଜ୍‌): ମୁହଁରେ ସେହି ସବୁବେଳର ଭାବ । ବିଜେପି ସରକାରଙ୍କ ଶପଥ ଗ୍ରହଣ ମଞ୍ଚରେ ସେମିତି ଅବିଚଳିତ ଥିଲେ ନବୀନ…

2 hours ago