Below header

ପେଟ୍ରୋଲ ଓ ଡିଜେଲ ଦରର ତାଜା ଅପଡେଟ୍‌, ଜାଣନ୍ତୁ କେତେ ରହିଛି ଦାମ୍‌

ଯଦିଓ ପରିସ୍ଥିତି ଏଭଳି କି ତୈଳଦରକୁ ନେଇ ଅନେକ କିଛି କଳ୍ପନା ଜଳ୍ପନା ଚାଲିଛି ତେବେ କହିରଖୁଛୁ କି ଆଜି ଭୁବନେଶ୍ୱର ସହରରେ ତୈଳ ଦର ରହିଛି ୧୦୧ଟଙ୍କା ୮୧ପଇସା । ଯାହା ଆପଣଙ୍କ ପାଇଁ ଆଶ୍ୱସ୍ତିର ବିଷୟ । ଡିଜେଲ ଦର ପିଛା ୯୧.୬୨ ପଇସା ରହିଛି।

ସେହିପରି ଦେଶର ପ୍ରମୁଖ ସହରରେ ବି ପେଟ୍ରୋଲ ଓ ଡିଜେଲ ଦରରେ କୌଣସି ପରିବର୍ତ୍ତନ ନାହିଁ । ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୯୫ ଟଙ୍କା ୪୧ ପଇସା ଓ ଡିଜେଲ ଦର ୮୬ ଟଙ୍କା ୬୭ ପଇସା ହୋଇଛି। ମୁମ୍ବାଇରେ ପେଟ୍ରୋଲ ଲିଟର ପିଛା ୧୦୯ ଟଙ୍କା ୯୮ ପଇସା ହୋଇଥିବା ବେଳେ ଡିଜେଲ ଲିଟର ପିଛା ୯୪ ଟଙ୍କା ୧୪ ପଇସା ରହିଛି । ସେହିପରି କୋଲକାତାରେ ପେଟ୍ରୋଲ ଦର ୧୦୪ ଟଙ୍କା ୬୭ ପଇସା ଥିବାବେଳେ ଡିଜେଲ ଦର ୮୯ ଟଙ୍କା ୭୯ ପଇସା ରହିଛି। ଚେନ୍ନାଇରେ ପେଟ୍ରୋଲ ଦର ୧୦୧ ଟଙ୍କା ୪୦ ପଇସା ଥିବା ବେଳେ ଡିଜେଲ ଦାମ ୯୧ ଟଙ୍କା ୪୩ ପଇସା ରହିଛି।

ପେଟ୍ରୋଲ ଏବଂ ଡିଜେଲ ଦାମ୍ ଆପଣ SMS ମାଧ୍ୟମରେ ମଧ୍ୟ ଜାଣିପାରିବେ। ଇଣ୍ଡିଆନ ଅଏଲ ୱେବସାଇଟ୍ ଅନୁଯାୟୀ, ଆପଣଙ୍କୁ ଏବଂ ନିଜ ସହରର କୋଡ୍ ଲେଖି ୯୨୨୪୯୯୨୨୪୯ ନମ୍ବରକୁ ପଠାଇବାକୁ ହେବ। ପ୍ରତି ସହରର କୋଡ୍ ଅଲଗା ଅଲଗା ରହିଥାଏ। ଯାହା ଆପଣଙ୍କୁ ଆଇସିଓଏଲ ୱେବସାଇଟରୁ ମିଳିଯିବ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.