ବ୍ୟବସାୟ ଓ ଅର୍ଥନୀତି

ପେଟ୍ରୋଲ ପକାଇବା ପୂର୍ବରୁ ଜାଣିନିଅନ୍ତୁ ଆଜି କେତେ ଅଛି ନୂଆ ଦାମ୍‌

ପେଟ୍ରୋଲ ଓ ଡିଜେଲ ଦରର ଦାମ୍‌ ପ୍ରତିଦିନ କେତେ ରହିଛି ଜାଣିବାକୁ ଚାହୁଁଥିଲେ ଆମର ଏ ପାଠ୍ୟକ୍ରମକୁ ନିଶ୍ଚୟ ଫଲୋ କରନ୍ତୁ। ପ୍ରାୟ ସବୁଦିନେ ଅପଡେଟ ହୋଇଥାଏ ପେଟ୍ରୋଲ ଓ ଡିଜେଲ ଦର। ତେବେ ଆଜି ପେଟ୍ରୋଲ ଓ ଡିଜେଲ ଦର ଗତକାଲି ଠାରୁ ସାମାନ୍ୟ ବଢିଛି। ନୂଆ ଦାମ୍ ଆଜି ସକାଳୁ ଲାଗୁ ହୋଇଥାଏ। ଆଜି ପେଟ୍ରୋଲ ଦର ଲିଟର ପିଛା ଭୁବନେଶ୍ବରରେ ୧୦୩ ଟଙ୍କା ୧୯ ପଇସା ହୋଇଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା ୯୪ ଟଙ୍କା ୭୬ ପଇସା ହୋଇଛି।

ସେହିପରି ଦେଶର ପ୍ରମୁଖ ସହରରେ ମଧ୍ୟ ପେଟ୍ରୋଲ ଓ ଡିଜେଲ ଦରରେ କିଛିଟା ପରିବର୍ତ୍ତନ ହୋଇଛି। ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୯୬ ଟଙ୍କା ୭୨ ପଇସା ଓ ଡିଜେଲ ଦର ୮୯ ଟଙ୍କା ୬୨ ପଇସା ହୋଇଛି। ମୁମ୍ବାଇରେ ପେଟ୍ରୋଲ ଲିଟର ପିଛା ୧୦୬ ଟଙ୍କା ୩୧ ପଇସା ହୋଇଥିବା ବେଳେ ଡିଜେଲ ଲିଟର ପିଛା ୯୪ ଟଙ୍କା ୨୭ ପଇସା ରହିଛି । ସେହିପରି କୋଲକାତାରେ ପେଟ୍ରୋଲ ଦର ୧୦୬ ଟଙ୍କା ୦୩ ପଇସା ଥିବାବେଳେ ଡିଜେଲ ଦର ୯୨ ଟଙ୍କା ୭୬ ପଇସା ରହିଛି। ଚେନ୍ନାଇରେ ପେଟ୍ରୋଲ ଦର ୧୦୨ ଟଙ୍କା ୬୩ ପଇସା ଥିବା ବେଳେ ଡିଜେଲ ଦାମ ୯୪ ଟଙ୍କା ୨୪ ପଇସା ରହିଛି।

ପେଟ୍ରୋଲ ଏବଂ ଡିଜେଲ ଦାମ୍ ଆପଣ SMS ମାଧ୍ୟମରେ ମଧ୍ୟ ଜାଣିପାରିବେ। ଇଣ୍ଡିଆନ ଅଏଲ ୱେବସାଇଟ୍ ଅନୁଯାୟୀ, ଆପଣଙ୍କୁ ଏବଂ ନିଜ ସହରର କୋଡ୍ ଲେଖି ୯୨୨୪୯୯୨୨୪୯ ନମ୍ବରକୁ ପଠାଇବାକୁ ହେବ। ପ୍ରତି ସହରର କୋଡ୍ ଅଲଗା ଅଲଗା ରହିଥାଏ। ଯାହା ଆପଣଙ୍କୁ ଆଇସିଓଏଲ ୱେବସାଇଟରୁ ମିଳିଯିବ।

ସୂଚନା ମୁତାବକ ପ୍ରତ୍ୟେକ ଦିନ ସକାଳ ୬ଟା ରେ ପେଟ୍ରୋଲ ଏବଂ ଡିଜେଲ୍ ଦାମରେ ପରିବର୍ତ୍ତନ ହୋଇଥାଏ। ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଡିଲର କମିଶନ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ପ୍ରାୟ ଦ୍ୱିଗୁଣିତ ହୁଏ। ବୈଦେଶିକ ମୂଲ୍ୟ ସହିତ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ମୂଲ୍ୟ ଉପରେ ନିର୍ଭର କରି ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ପ୍ରତିଦିନ ବଦଳିଥାଏ।

Pritiparna

Recent Posts

ଧର୍ମଶାଳା ରଜ କୁଇନ ମୁକୁଟ ପିନ୍ଧିଲେ ସୁଭଦ୍ରା

ଯାଜପୁର(କେନ୍ୟୁଜ୍‌) : ସାରା ରାଜ୍ୟରେ ମେଲିଛି ରଜର ଆସର । ଧୁମ୍‌ ଧାମ୍‌ ରେ ଏଥର ସବୁଠି ପାଳିତ ହୋଇଯାଇଛି…

12 mins ago

ବାଲେଶ୍ବରରେ ଗୋଷ୍ଠୀ ସଂଘର୍ଷ : ୨୦ ତାରିଖ ଦିନ ୧୦ଟା ଯାଏଁ ଇଣ୍ଟରନେଟ ସେବା ବନ୍ଦ

ବାଲେଶ୍ବର (କେନ୍ୟୁଜ): ବାଲେଶ୍ବରରେ ୨୦ ତାରିଖ ସକାଳ ୧୦ଟା ଯାଏଁ ଇଣ୍ଟରନେଟ ସେବା ବନ୍ଦ ।  ଆବଶ୍ୟକ ପଡ଼ିଲେ ଇଣ୍ଟରନେଟ…

51 mins ago

ମହାନତା ଦେଖାଇଲେ ନୟାପଲ୍ଲୀ ଥାନା ଅଧିକାରୀ, ଗୁରୁତର ମହିଳାଙ୍କୁ ପହଁଚାଇଲେ ଡାକ୍ତରଖାନା

ଭୁବନେଶ୍ୱର (କେନ୍ୟୁଜ): ଆମେ ଥାଉ ଖବର ସଂଗ୍ରହ ଅନ୍ୱେଷଣରେ । ସେଦିନର ସଂଧ୍ୟା ସମୟର କଥା ମନରୁ ଲିଭିନୁ। ଘଟଣାଟି…

1 hour ago

ହୋମିଓପାର୍ଥିକ ଫାର୍ମାସିଷ୍ଟ ପଦବୀରେ ଚାକିରି ସୁଯୋଗ, ମାସକୁ ଦରମା ୧ ଲକ୍ଷ ଟଙ୍କା

ଯୁବପିଢି ସରକାରୀ ଚାକିରି ଖୋଜୁଥିଲେ ଆପଣଙ୍କ ପାଇଁ ଖୁସି ଖବର । ଇଚ୍ଛୁକ ପ୍ରାର୍ଥୀ ହୋମିଓପାଥିକ ଫାର୍ମାସିଷ୍ଟ ପଦବୀରେ ଯୋଗ୍ୟ…

1 hour ago

ବାହା ହେଲେ ନବୀନଙ୍କ ପୁତୁରା ଅରୁଣ ପଟ୍ଟନାୟକ, ନେଦରଲ୍ୟାଣ୍ଡରେ କଲେ ବିବାହ

ଭୁବନେଶ୍ୱର (କେନ୍ୟୁଜ): ବାହା ହେଲେ ନବୀନ ପଟ୍ଟନାୟକଙ୍କ ପୁତୁରା ଅରୁଣ ପଟ୍ଟନାୟକ ।  ନବୀନଙ୍କ ବଡ଼ ଭାଇ ପ୍ରେମ ପଟ୍ଟନାୟକଙ୍କ…

1 hour ago

କର୍ଣ୍ଣାଟକରେ ବିଜେପି ନେତାଙ୍କ ହୃଦ୍‌ଘାତରେ ମୃତ୍ୟୁ, ପେଟ୍ରୋଲ ଓ ଡିଜେଲ୍‌ ଦରବୃଦ୍ଧିକୁ ନେଇ ଦେଇଥିଲେ ଧାରଣା

କର୍ଣ୍ଣାଟକରେ ଜଣେ ବିଜେପି ନେତାଙ୍କ ହୃଦ୍‌ଘାତରେ ମୃତ୍ୟୁ ହୋଇଛି । ଏଠାରେ ସେ ବିକ୍ଷୋଭ ପ୍ରଦର୍ଶନ କରୁଥିବା ବେଳେ ହଠାତ୍‌…

1 hour ago