ବ୍ୟବସାୟ ଓ ଅର୍ଥନୀତି

ଆଜିର ତାଜା ଅପଡେଟ, ଜାଣନ୍ତୁ କେତେ ରହିଛି ପେଟ୍ରୋଲ ଓ ଡିଜେଲ୍ ଦର

ସୁନା ରୂପା ପରି ପେଟ୍ରୋଲ ଓ ଡିଜେଲ୍ ମୂଲ୍ୟରେ ମଧ୍ୟ ପରିବର୍ତ୍ତନ ହୋଇଥାଏ। ଓଡିଶା ରାଜଧାନୀ ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ଲିଟର ପିଛା ୧୦୩ ଟଙ୍କା ୦୫ ପଇସା ଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା ୯୪ ଟଙ୍କା ୬୨ ପଇସାରେ ପହଞ୍ଚିଛି ।

ସେହିପରି ଦେଶର ପ୍ରମୁଖ ସହରରେ ବି ପେଟ୍ରୋଲ ଓ ଡିଜେଲ ଦର ସ୍ଥିର ରହିଛି । କୌଣସି ସହରରେ କିଛି ପରିବର୍ତ୍ତନ ହୋଇନାହିଁ। ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୯୬ ଟଙ୍କା ୭୨ ପଇସା ଓ ଡିଜେଲ ଦର ୮୯ ଟଙ୍କା ୬୨ ପଇସା ହୋଇଛି।

ମୁମ୍ବାଇରେ ପେଟ୍ରୋଲ ଲିଟର ପିଛା ୧୧୧ ଟଙ୍କା ୩୫ ପଇସା ହୋଇଥିବା ବେଳେ ଡିଜେଲ ଲିଟର ପିଛା ୯୭ ଟଙ୍କା ୨୮ ପଇସା ରହିଛି । ସେହିପରି କୋଲକାତାରେ ପେଟ୍ରୋଲ ଦର ୧୦୬ ଟଙ୍କା ୦୩ ପଇସା ଥିବା ବେଳେ ଡିଜେଲ ଦର ୯୨ ଟଙ୍କା ୭୬ ପଇସା ରହିଛି। ଚେନ୍ନାଇରେ ପେଟ୍ରୋଲ ଦର ୧୦୨ ଟଙ୍କା ୬୩ ପଇସା ଥିବା ବେଳେ ଡିଜେଲ ଦାମ ୯୪ ଟଙ୍କା ୨୪ ପଇସା ରହିଛି। ବାଙ୍ଗାଲୋରରେ ୧୦୧.୯୪ ରହିଛି ପେଟ୍ରୋଲ ଦାମ୍ ଯେବେକି ଡିଜେଲ୍ ମୂଲ୍ୟ ରହିଛି ୮୭ ଟଙ୍କା ୮୯ ପଇସା।

ପେଟ୍ରୋଲ ଏବଂ ଡିଜେଲ ଦାମ୍ ଆପଣ SMS ମାଧ୍ୟମରେ ମଧ୍ୟ ଜାଣିପାରିବେ। ଇଣ୍ଡିଆନ ଅଏଲ ୱେବସାଇଟ୍ ଅନୁଯାୟୀ, ଆପଣଙ୍କୁ ଏବଂ ନିଜ ସହରର କୋଡ୍ ଲେଖି ୯୨୨୪୯୯୨୨୪୯ ନମ୍ବରକୁ ପଠାଇବାକୁ ହେବ। ପ୍ରତି ସହରର କୋଡ୍ ଅଲଗା ଅଲଗା ରହିଥାଏ। ଯାହା ଆପଣଙ୍କୁ ଆଇସିଓଏଲ ୱେବସାଇଟରୁ ମିଳିଯିବ।

Barsha

Recent Posts

ଶ୍ରୀମନ୍ଦିର ଇତିହାସରେ ପ୍ରଥମ, ମନ୍ଦିର ହୁଣ୍ଡିରୁ ମିଳିଲା ୭୦ ଲକ୍ଷ ଟଙ୍କାର ସୁନା ଇଟା

ପୁରୀ (କେନ୍ୟୁଜ) : ଶ୍ରୀମନ୍ଦିର ହୁଣ୍ଡିରୁ ମିଳିଛି ୧ କେଜି ୮ଶହ ମିଲିଗ୍ରାମ ସୁନା। ଆଉ ଏସବୁ ହେଉଛି ସୁନା…

14 mins ago

ସଲମାନଙ୍କୁ ହତ୍ୟା କରିବା ଷଡଯନ୍ତ୍ର ପର୍ଦ୍ଦାଫାସ୍‌, ୪ ଗିରଫ

ବଲିଉଡ ଭାଇଜାନଙ୍କୁ ହତ୍ୟା କରିବା ଷଡଯନ୍ତ୍ର ଉଦ୍ୟମ ପଣ୍ଡ । ନଭି ମୁମ୍ବାଇରେ ଥିବା ପନ୍‌ଭେଲ ସ୍ଥିତ ଫାର୍ମ ହାଉସରେ…

29 mins ago

ପୁରୀ ନରେନ୍ଦ୍ର ପୁଷ୍କରିଣୀ ବାଣ ବିସ୍ପୋରଣ ମାମଲା: ମୃତ୍ୟୁସଂଖ୍ୟା ୮କୁ ବୃଦ୍ଧି

ପୁରୀ(କେନ୍ୟୁଜ୍‌):ପୁରୀ ନରେନ୍ଦ୍ର ପୁଷ୍କରିଣୀ ବାଣ ବିସ୍ପୋରଣ ମାମଲାରେ ଆଉ ୨ଜଣଙ୍କ ମୃତ୍ୟୁ । ଏଥିସହ ମୃତ୍ୟୁସଂଖ୍ୟା ୮କୁ ବୃଦ୍ଧି ପାଇଛି…

30 mins ago

ଦୃଢ଼ ଇଚ୍ଛାଶକ୍ତି ବଳରେ ପ୍ରତିକୂଳ ପରିବେଶରେ ଭାଙ୍ଗି ନପଡି ଆଜି ସେ ସଫଳ ମହିଳା ଚାଷୀ

ଅନନ୍ଦପୁର(କେନ୍ୟୁଜ୍‌): ଆଜିକା ସମୟରେ ମହିଳାଙ୍କ ପାଇଁ ଅସମ୍ଭବ ବୋଲି କିଛି ନାହିଁ । ତେବେ ଏଥିପାଇଁ କେବଳ ଆବଶ୍ୟକ ଗଭୀର…

41 mins ago

Smart AC କ’ଣ? ଏହି ଏସି କିଣିବା କାହିଁକି ଲାଭଦାୟକ ହୋଇଥାଏ?

ଚଳିତ ବର୍ଷ ସମଗ୍ର ଭାରତରେ ଭୀଷଣ ଗ୍ରୀଷ୍ମ ପ୍ରବାହ ଜାରିରହିଛି । ଏପରି ପରିସ୍ଥିତିରେ, ଘର ହେଉ କିମ୍ବା ଅଫିସ୍…

51 mins ago

ଚେନ୍ନାଇରୁ ମୁମ୍ବାଇ ଯାଉଥିବା IndiGo ବିମାନକୁ ବୋମା ଧମକ, କ୍ରୁ ସଦସ୍ୟଙ୍କୁ ମିଳିଲା ଧମକପୂର୍ଣ୍ଣ ଚିଠି

ଇଣ୍ଡିଗୋ ବିମାନକୁ ପୁଣି ବୋମା ଧମକ । ଚେନ୍ନାଇରୁ ମୁମ୍ବାଇ ଯାଉଥିବା ଏକ ଇଣ୍ଡିଗୋ ବିମାନକୁ ବୋମାରେ ଉଡ଼ାଇ ଦେବାକୁ…

1 hour ago