ମହାମାରୀରେ ଭାରି ପଡୁଛି ତୈଳଦର: ଜାଣନ୍ତୁ ଆଜି କେତେ ଅଛି ଲିଟର ପ୍ରତି ଦାମ୍

ମହାମାରୀରେ ଭାରି ପଡୁଛି ତୈଳଦର । ରାଜ୍ୟର ବିଭିନ୍ନ ଜିଲ୍ଲାରେ ୧୦୦ ଟଙ୍କା ଟପି ସାରିଛି ତେଲ ଦର । ଆଜି ଭୁବନେଶ୍ୱରରେ ପେଟ୍ରୋଲ ଲିଟର ପ୍ରତି ୧୦୨ ଟଙ୍କା ୭୩ ପଇସା ରହିଛି। ସେହିପରି ଡିଜେଲ ଦର ରହିଛି ୯୮ ଟଙ୍କା ୩୦ ପଇସା। ଯାହାକୁ ନେଇ ଚିନ୍ତାରେ ଗ୍ରାହକ । ଦର ବୃଦ୍ଧିକୁ ନେଇ ଲୋକଙ୍କ ମଧ୍ୟରେ ଅସନ୍ତୋଷ ଦେଖିବାକୁ ମିଳିଛି ।

ପେଟ୍ରୋଲ ଏବଂ ଡିଜେଲ ଦାମ୍ ଆପଣ SMS ମାଧ୍ୟମରେ ମଧ୍ୟ ଜାଣିପାରିବେ। ଇଣ୍ଡିଆନ ଅଏଲ ୱେବସାଇଟ ଅନୁଯାୟୀ ଆପଣଙ୍କୁ ଏବଂ ନିଜ ସହରର କୋଡ୍ ଲେଖି ୯୨୨୪୯୯୨୨୪୯ ନମ୍ବରକୁ ପଠାଇବାକୁ ହେବ। ପ୍ରତି ସହରର କୋଡ୍ ଅଲଗା ଅଲଗା ରହିଥାଏ। ଯାହା ଆପଣଙ୍କୁ ଆଇସିଓଏଲ ୱେବସାଇଟରୁ ମିଳିଯିବ।

ପ୍ରତିଦିନ ଛଅଟା ବେଳେ ବଦଳିଯାଏ ମୂଲ୍ୟ:

ସୂଚନା ମୁତାବକ ପ୍ରତ୍ୟେକ ଦିନ ସକାଳ ୬ଟା ରେ ପେଟ୍ରୋଲ ଏବଂ ଡିଜେଲ୍ ଦାମରେ ପରିବର୍ତ୍ତନ ହୋଇଥାଏ। ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଡିଲର କମିଶନ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ପ୍ରାୟ ଦ୍ୱିଗୁଣିତ ହୁଏ। ବୈଦେଶିକ ମୂଲ୍ୟ ସହିତ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ମୂଲ୍ୟ ଉପରେ ନିର୍ଭର କରି ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ପ୍ରତିଦିନ ବଦଳିଥାଏ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.