ବ୍ୟବସାୟ ଓ ଅର୍ଥନୀତି

ଗତକାଲି ଠାରୁ ସ୍ଥିର ରହିଛି ପେଟ୍ରୋଲ ଓ ଡିଜେଲ ଦର, ଜାଣନ୍ତୁ ଭୁବନେଶ୍ବରରେ କେତେ ରହିଛି ମୂଲ୍ୟ

ପେଟ୍ରୋଲ ଓ ଡିଜେଲ ଦର ପ୍ରାୟ ସବୁଦିନେ ଅପଡେଟ ହୋଇଥାଏ। ତେବେ ଆଜି ପେଟ୍ରୋଲ ଓ ଡିଜେଲ ଦର ଗତକାଲି ଠାରୁ ସ୍ଥିର ରହିଛି। ଏଥିରେ କୌଣସି ପରିବର୍ତ୍ତନ ହୋଇନାହିଁ। ନୂଆ ଦାମ୍‌ ଆଜି ସକାଳୁ ଲାଗୁ ହୋଇଥାଏ।ପେଟ୍ରୋଲ ଓ ଡିଜେଲ ଦର ପ୍ରାୟ ସବୁଦିନେ ଅପଡେଟ ହୋଇଥାଏ। ଆଜି ପେଟ୍ରୋଲ ଦର ଲିଟର ପିଛା ଭୁବନେଶ୍ବରରେ ୧୦୩ ଟଙ୍କା ୧୯ ପଇସା ହୋଇଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା ୯୪ ଟଙ୍କା ୭୬ ପଇସା ହୋଇଛି।

ସେହିପରି ଦେଶର ପ୍ରମୁଖ ସହରରେ ମଧ୍ୟ ପେଟ୍ରୋଲ ଓ ଡିଜେଲ ଦରରେ କିଛିଟା ପରିବର୍ତ୍ତନ ହୋଇଛି। ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୯୬ ଟଙ୍କା ୭୨ ପଇସା ଓ ଡିଜେଲ ଦର ୮୯ ଟଙ୍କା ୬୨ ପଇସା ହୋଇଛି। ମୁମ୍ବାଇରେ ପେଟ୍ରୋଲ ଲିଟର ପିଛା ୧୦୬ ଟଙ୍କା ୩୧ ପଇସା ହୋଇଥିବା ବେଳେ ଡିଜେଲ ଲିଟର ପିଛା ୯୪ ଟଙ୍କା ୨୭ ପଇସା ରହିଛି । ସେହିପରି କୋଲକାତାରେ ପେଟ୍ରୋଲ ଦର ୧୦୬ ଟଙ୍କା ୦୩ ପଇସା ଥିବାବେଳେ ଡିଜେଲ ଦର ୯୨ ଟଙ୍କା ୭୬ ପଇସା ରହିଛି। ଚେନ୍ନାଇରେ ପେଟ୍ରୋଲ ଦର ୧୦୨ ଟଙ୍କା ୬୩ ପଇସା ଥିବା ବେଳେ ଡିଜେଲ ଦାମ ୯୪ ଟଙ୍କା ୨୪ ପଇସା ରହିଛି।

ପେଟ୍ରୋଲ ଏବଂ ଡିଜେଲ ଦାମ୍ ଆପଣ SMS ମାଧ୍ୟମରେ ମଧ୍ୟ ଜାଣିପାରିବେ। ଇଣ୍ଡିଆନ ଅଏଲ ୱେବସାଇଟ୍ ଅନୁଯାୟୀ, ଆପଣଙ୍କୁ ଏବଂ ନିଜ ସହରର କୋଡ୍ ଲେଖି ୯୨୨୪୯୯୨୨୪୯ ନମ୍ବରକୁ ପଠାଇବାକୁ ହେବ। ପ୍ରତି ସହରର କୋଡ୍ ଅଲଗା ଅଲଗା ରହିଥାଏ। ଯାହା ଆପଣଙ୍କୁ ଆଇସିଓଏଲ ୱେବସାଇଟରୁ ମିଳିଯିବ।

ପ୍ରତିଦିନ ଛଅଟା ବେଳେ ବଦଳିଯାଏ ମୂଲ୍ୟ:

ସୂଚନା ମୁତାବକ ପ୍ରତ୍ୟେକ ଦିନ ସକାଳ ୬ଟା ରେ ପେଟ୍ରୋଲ ଏବଂ ଡିଜେଲ୍ ଦାମରେ ପରିବର୍ତ୍ତନ ହୋଇଥାଏ। ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଡିଲର କମିଶନ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ପ୍ରାୟ ଦ୍ୱିଗୁଣିତ ହୁଏ। ବୈଦେଶିକ ମୂଲ୍ୟ ସହିତ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ମୂଲ୍ୟ ଉପରେ ନିର୍ଭର କରି ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ପ୍ରତିଦିନ ବଦଳିଥାଏ।

Barsha

Recent Posts

ଆଜିର ରାଶିଫଳ: ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଶୁଭ, ଛାତ୍ରଛାତ୍ରୀ ପାଠପଢ଼ାରେ ପରିବର୍ତ୍ତନ ଆଣିବେ

ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…

7 hours ago

ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ

ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…

9 hours ago

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ, ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…

9 hours ago

ଓଡ଼ିଶା ଫେରିବେ କେନ୍ଦ୍ର କୃଷି ସଚିବ ମନୋଜ ଆହୁଜା, ହେବେ କି ରାଜ୍ୟରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…

9 hours ago

‘ଡ. ସାମନ୍ତଙ୍କ ଭଳି ସମର୍ପିତ ହୋଇ କାର୍ଯ୍ୟ କଲେ ଆର୍ଟ ଅଫ ଗିଭିଂର ଯଥାର୍ଥତା ପ୍ରତିପାଦିତ ହୋଇ ପାରିବ’

ଭଦ୍ରକ (କେନ୍ୟୁଜ୍‌) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…

10 hours ago

ସରୋଗେସି ମାଧ୍ୟମରେ ମା’ ହେଲେ ବି ମିଳିବ ୬ ମାସ ଛୁଟି

ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…

10 hours ago