ବ୍ୟବସାୟ ଓ ଅର୍ଥନୀତି

ପେଟ୍ରୋଲ ଓ ଡିଜେଲ ଦରରେ ସାମାନ୍ୟ ପରିବର୍ତ୍ତନ, କେତେ ଅଛି ଜାଣନ୍ତୁ

ନିଜ ଗାଡି ଟାଙ୍କିରେ ତେଲ ପକାଇବା ପୂର୍ବରୁ ପ୍ରଥମେ ନଜର ପକାନ୍ତୁ କେତେ ରହିଛି ଆଜିର ପେଟ୍ରୋଲ ଓ ଡିଜେଲ ଦର। ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ୧୦୩ ଟଙ୍କା ୦୧ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା ୯୪ ଟଙ୍କା ୫୮ ପଇସା ରହିଛି। ସେହିପରି ଦେଶର ପ୍ରମୁଖ ସହରରେ ବି ପେଟ୍ରୋଲ ଓ ଡିଜେଲ ଦରରେ କିଛିଟା ପରିବର୍ତ୍ତନ ହୋଇଛି। ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୯୬ ଟଙ୍କା ୭୨ ପଇସା ଓ ଡିଜେଲ ଦର ୮୯ ଟଙ୍କା ୬୨ ପଇସା ହୋଇଛି। ମୁମ୍ବାଇରେ ପେଟ୍ରୋଲ ଲିଟର ପିଛା ୧୦୬ ଟଙ୍କା ୩୧ ପଇସା ହୋଇଥିବା ବେଳେ ଡିଜେଲ ଲିଟର ପିଛା ୯୪ ଟଙ୍କା ୨୭ ପଇସା ରହିଛି ।

ସେହିପରି କୋଲକାତାରେ ପେଟ୍ରୋଲ ଦର ୧୦୬ ଟଙ୍କା ୦୩ ପଇସା ଥିବାବେଳେ ଡିଜେଲ ଦର ୯୨ ଟଙ୍କା ୭୬ ପଇସା ରହିଛି। ଚେନ୍ନାଇରେ ପେଟ୍ରୋଲ ଦର ୧୦୨ ଟଙ୍କା ୬୩ ପଇସା ଥିବା ବେଳେ ଡିଜେଲ ଦାମ ୯୪ ଟଙ୍କା ୫୮ ପଇସା ରହିଛି।

କେମିତି ଜାଣିବେ ଆପଣଙ୍କ ସହରରେ କେତେ ଅଛି ଦାମ୍:

ପେଟ୍ରୋଲ ଏବଂ ଡିଜେଲ ଦାମ୍ ଆପଣ SMS ମାଧ୍ୟମରେ ମଧ୍ୟ ଜାଣିପାରିବେ। ଇଣ୍ଡିଆନ ଅଏଲ ୱେବସାଇଟ ଅନୁଯାୟୀ ଆପଣଙ୍କୁ ଏବଂ ନିଜ ସହରର କୋଡ୍ ଲେଖି ୯୨୨୪୯୯୨୨୪୯ ନମ୍ବରକୁ ପଠାଇବାକୁ ହେବ। ପ୍ରତି ସହରର କୋଡ୍ ଅଲଗା ଅଲଗା ରହିଥାଏ। ଯାହା ଆପଣଙ୍କୁ ଆଇସିଓଏଲ ୱେବସାଇଟରୁ ମିଳିଯିବ।

ପ୍ରତିଦିନ ଛଅଟା ବେଳେ ବଦଳିଯାଏ ମୂଲ୍ୟ:

ସୂଚନା ମୁତାବକ, ପ୍ରତ୍ୟେକ ଦିନ ସକାଳ ୬ଟା ରେ ପେଟ୍ରୋଲ ଏବଂ ଡିଜେଲ୍ ଦାମରେ ପରିବର୍ତ୍ତନ ହୋଇଥାଏ। ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଡିଲର କମିଶନ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ପ୍ରାୟ ଦ୍ୱିଗୁଣିତ ହୁଏ | ବୈଦେଶିକ ମୂଲ୍ୟ ସହିତ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ମୂଲ୍ୟ ଉପରେ ନିର୍ଭର କରି ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ପ୍ରତିଦିନ ବଦଳିଥାଏ।

Barsha

Recent Posts

ଅଣସର ଘରେ ମହାପ୍ରଭୁ, ଆଜିଠୁ ଅଲାରନାଥ ଦର୍ଶନ

ବ୍ରହ୍ମଗିରି (କେନ୍ୟୁଜ): ଆଜି ଠାରୁ ମହାପ୍ରଭୁ ଅଲାରନାଥଙ୍କ ଅଣସର ଦର୍ଶନ । ଚଳିତ ବର୍ଷ ୧୩ଦିନ ଧରି ଚାଲିବ ଏହି…

3 mins ago

ନିଟ୍ ପ୍ରଶ୍ନପତ୍ର ଲିକ୍ ବିବାଦ ମାମଲାରେ ବଡ଼ ଘୋଷଣା, CBIକୁ ତଦନ୍ତ ଭାର ହସ୍ତାନ୍ତର

ନୂଆଦିଲ୍ଲୀ : ଥମୁନି ନିଟ୍ ବିବାଦ । ନିଟ୍ ପ୍ରଶ୍ନପତ୍ର ଲିକ୍ ବିବାଦ ମାମଲାରେ କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା…

3 mins ago

ଆଜିର ରାଶିଫଳ : ଆଜି ଏହି ରାଶିର ଲୋକଙ୍କୁ କିଛି ନୂଆ କାର୍ଯ୍ୟ କରିବାକୁ ମିଳିବ, ବନ୍ଧୁଙ୍କ ସହ ଖୁସିର ସମୟ କାଟିବେ

ମେଷ: ଆଜି ଆପଣଙ୍କ ପାଇଁ ଦିନଟି ମିଶ୍ରିତ ରୂପେ ଲାଭଦାୟକ ରହିବ । ପାରିବାରିକ ସମ୍ପର୍କ ମଧୁର ହେବ ।…

7 hours ago

ସମ୍ଭାବ୍ୟ ବନ୍ୟା ପରିଚାଳନାର ପ୍ରସ୍ତୁତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀଙ୍କ ମୌସୁମୀ ଋତୁରେ ସମ୍ଭାବ୍ୟ ବନ୍ୟା ପରିଚାଳନାର ପ୍ରସ୍ତୁତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ। ଜଳସମ୍ପଦ ବିଭାଗର ବରିଷ୍ଠ…

8 hours ago

ଶିକ୍ଷା ମନ୍ତ୍ରୀଙ୍କ ଅଚାନକ ବିଦ୍ୟାଳୟ ପରିଦର୍ଶନ, ବିଭିନ୍ନ ସମସ୍ୟା ପଚାରି ବୁଝିଲେ

ଉମରକୋଟ: ଶିକ୍ଷା ମନ୍ତ୍ରୀଙ୍କ ଅଚାନକ ବିଦ୍ୟାଳୟ ପରିଦର୍ଶନ । ନବରଙ୍ଗପୁର ଜିଲ୍ଲା ଉମରକୋଟ ସ୍ଥିତ ସରକାରୀ ପ୍ରାଥମିକ ବିଦ୍ୟାଳୟ ଡାଙ୍ଗରୀଗୁଡାକୁ…

9 hours ago

କିଟ୍‍ ଓ କିସ୍‍ ପ୍ରତିଷ୍ଠାତା ଡ. ଅଚ୍ୟୁତ ସାମନ୍ତଙ୍କୁ ଆଇଏସଟିଇ ଜୀବନବ୍ୟାପୀ ସାଧନା ପୁରସ୍କାର

ଭୁବନେଶ୍ୱର : କିଟ୍‍ ଓ କିସ୍‍ ପ୍ରତିଷ୍ଠାତା ଡ. ଅଚ୍ୟୁତ ସାମନ୍ତଙ୍କୁ ଆଇଏସଟିଇ ଜୀବନବ୍ୟାପୀ ସାଧନା ପୁରସ୍କାର ପ୍ରଦାନ କରାଯାଇଛି।…

10 hours ago