ଆଜି ବି ବଢ଼ିଲା ତୈଳ ଦର, ଜାଣନ୍ତୁ ଆଜି କେତେ ରହିଛି ପେଟ୍ରୋଲ ଓ ଡିଜେଲ ଦାମ

ହୁ ହୁ ହୋଇ ବଢିଚାଲିଛି ପେଟ୍ରୋଲ ଡିଜେଲ। ଦିଲ୍ଲୀଠୁ ଭୁବନେଶ୍ୱରରେ ତେଲ ମହଙ୍ଗା। ଭୁବନେଶ୍ୱରରେ ପେଟ୍ରୋଲ ଦର ବଢି ୯୧ ଟଙ୍କା ୬୪ ପଇସାରେ ପହଞ୍ଚିଛି। ସେହିପରି ଡିଜେଲ ୮୮.୮୭ ଟଙ୍କାରେ ପହଞ୍ଚିଛି। କିଛି ସ୍ଥାନରେ ୧୦୦ବି ଟପିଲାଣି।

ଦିଲ୍ଲୀରେ ପେଟ୍ରୋଲ ୯୦ଟଙ୍କା ୧୯ପଇସା ଓ ଡିଜେଲ ୮୦ଟଙ୍କା ୬୦ରେ ପହଞ୍ଚିଛି। ମୁମ୍ବାଇରେ ୯୬ଟଙ୍କା ୬୨ ଓ ଡିଜେଲ ୮୭ଟଙ୍କା ୬୭ରେ ପହଞ୍ଚିଛି। ୧୧ ଦିନ ଧରି କ୍ରମାଗତ ଭାବେ ତୈଳ ଦର ବୃଦ୍ଧି ପାଉଛି। ଦର ବୃଦ୍ଧିକୁ ନେଇ ଗ୍ରାହକଙ୍କ ମଧ୍ୟରେ ଅସନ୍ତୋଷ ବଢିବାରେ ଲାଗିଛି।

ପେଟ୍ରୋଲ ଏବଂ ଡିଜେଲ ଦାମ ଆପଣ SMS ମାଧ୍ୟମରେ ମଧ୍ୟ ଜାଣିପାରିବେ। ଇଣ୍ଡିଆନ ଅଏଲ ୱେବସାଇଟ ଅନୁଯାୟୀ ଆପଣଙ୍କୁ ଏବଂ ନିଜ ସହରର କୋଡ୍ ଲେଖି ୯୨୨୪୯୯୨୨୪୯ ନମ୍ବରକୁ ପଠାଇବାକୁ ହେବ। ପ୍ରତି ସହରର କୋଡ୍ ଅଲଗା ଅଲଗା ରହିଥାଏ। ଯାହା ଆପଣଙ୍କୁ ଆଇସିଓଏଲ ୱେବସାଇଟରୁ ମିଳିଯିବ।

ସୂଚନା ମୁତାବକ ପ୍ରତ୍ୟେକ ଦିନ ସକାଳ ୬ଟା ରେ ପେଟ୍ରୋଲ ଏବଂ ଡିଜେଲ୍ ଦାମରେ ପରିବର୍ତ୍ତନ ହୋଇଥାଏ। ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଡିଲର କମିଶନ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ପ୍ରାୟ ଦ୍ୱିଗୁଣିତ ହୁଏ | ବୈଦେଶିକ ମୂଲ୍ୟ ସହିତ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ମୂଲ୍ୟ ଉପରେ ନିର୍ଭର କରି ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ପ୍ରତିଦିନ ବଦଳିଥାଏ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.