ବ୍ୟବସାୟ ଓ ଅର୍ଥନୀତି

ବଢ଼ିଲା ପେଟ୍ରୋଲ ଓ ଡିଜେଲ ଦର, ଜାଣନ୍ତୁ ଭୁବନେଶ୍ୱରରେ କେତେ ଅଛି ଦାମ୍

ଦେଶରେ ସ୍ଥିର ରହିଥିବା ବେଳେ ରାଜଧାନୀ ଭୁବନେଶ୍ବରରେ ବଢ଼ିଲା । ନଜର ପକାନ୍ତୁ ଆଜି କେତେ ରହିଛି ପେଟ୍ରୋଲ ଓ ଡିଜେଲ ଦାମ୍। ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ୧୦୩ ଟଙ୍କା ୬୩ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା ୯୫ ଟଙ୍କା ୧୮ ପଇସା ରହିଛି। ସେହିପରି ଦେଶର ପ୍ରମୁଖ ସହରରେ ବି ପେଟ୍ରୋଲ ଓ ଡିଜେଲ ଦରରେ କିଛିଟା ପରିବର୍ତ୍ତନ ହୋଇଛି। ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୯୬ ଟଙ୍କା ୭୨ ପଇସା ଓ ଡିଜେଲ ଦର ୮୯ ଟଙ୍କା ୬୨ ପଇସା ହୋଇଛି। ମୁମ୍ବାଇରେ ପେଟ୍ରୋଲ ଲିଟର ପିଛା ୧୦୬ ଟଙ୍କା ୩୧ ପଇସା ହୋଇଥିବା ବେଳେ ଡିଜେଲ ଲିଟର ପିଛା ୯୪ ଟଙ୍କା ୨୭ ପଇସା ରହିଛି ।

ସେହିପରି କୋଲକାତାରେ ପେଟ୍ରୋଲ ଦର ୧୦୬ ଟଙ୍କା ୦୩ ପଇସା ଥିବାବେଳେ ଡିଜେଲ ଦର ୯୨ ଟଙ୍କା ୭୬ ପଇସା ରହିଛି। ଚେନ୍ନାଇରେ ପେଟ୍ରୋଲ ଦର ୧୦୨ ଟଙ୍କା ୬୩ ପଇସା ଥିବା ବେଳେ ଡିଜେଲ ଦାମ ୯୪ ଟଙ୍କା ୨୪ ପଇସା ରହିଛି।

କେମିତି ଜାଣିବେ ଆପଣଙ୍କ ସହରରେ କେତେ ଅଛି ଦାମ୍:

ପେଟ୍ରୋଲ ଏବଂ ଡିଜେଲ ଦାମ୍ ଆପଣ SMS ମାଧ୍ୟମରେ ମଧ୍ୟ ଜାଣିପାରିବେ। ଇଣ୍ଡିଆନ ଅଏଲ ୱେବସାଇଟ ଅନୁଯାୟୀ ଆପଣଙ୍କୁ ଏବଂ ନିଜ ସହରର କୋଡ୍ ଲେଖି ୯୨୨୪୯୯୨୨୪୯ ନମ୍ବରକୁ ପଠାଇବାକୁ ହେବ। ପ୍ରତି ସହରର କୋଡ୍ ଅଲଗା ଅଲଗା ରହିଥାଏ। ଯାହା ଆପଣଙ୍କୁ ଆଇସିଓଏଲ ୱେବସାଇଟରୁ ମିଳିଯିବ।

ପ୍ରତିଦିନ ଛଅଟା ବେଳେ ବଦଳିଯାଏ ମୂଲ୍ୟ:

ସୂଚନା ମୁତାବକ, ପ୍ରତ୍ୟେକ ଦିନ ସକାଳ ୬ଟା ରେ ପେଟ୍ରୋଲ ଏବଂ ଡିଜେଲ୍ ଦାମରେ ପରିବର୍ତ୍ତନ ହୋଇଥାଏ। ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଡିଲର କମିଶନ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ପ୍ରାୟ ଦ୍ୱିଗୁଣିତ ହୁଏ। ବୈଦେଶିକ ମୂଲ୍ୟ ସହିତ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ମୂଲ୍ୟ ଉପରେ ନିର୍ଭର କରି ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ପ୍ରତିଦିନ ବଦଳିଥାଏ।

 

Barsha

Recent Posts

ସ୍ୱାତି ମାଲିଓ୍ଵାଲଙ୍କୁ ମାଡ଼ ମାମଲା: ଜୁଲାଇ ୬କୁ ବୃଦ୍ଧି ପାଇଲା ବିଭବ କୁମାରଙ୍କ ନ୍ୟାୟିକ ହେପାଜତ

ବଢ଼ିଲା ବିଭବ କୁମାରଙ୍କ ନ୍ୟାୟିକ ହେପାଜତ । ଦିଲ୍ଲୀ ମହିଳା ଆୟୋଗର ପୂର୍ବତନ ଅଧ୍ୟକ୍ଷା ତଥା ରାଜ୍ୟସଭା ସାଂସଦ ସ୍ୱାତି…

24 mins ago

ସୋନାକ୍ଷୀଙ୍କ ବିବାହ ପାଇଁ ସୁନ୍ଦର ଭାବେ ସଜାଯାଇଛି ଶତ୍ରୁଘ୍ନ ସିହ୍ନା ଘର, ସାମ୍ନାକୁ ଆସିଲା ଫଟୋ

ସୋନାକ୍ଷୀ ସିହ୍ନା ଏବଂ ଜାହିର ଇକବାଲଙ୍କ ବିବାହକୁ ନେଇ ଅନେକ ଦିନ ହେବ ସୋସିଆଲ ମିଡିଆରେ ଖୁବ୍‌ ଚର୍ଚ୍ଚା ଚାଲିଛି…

32 mins ago

ଠାଣେ: ଫୁଟବଲ୍‌ ଟର୍ଫ ଉପରେ ଖସିପଡ଼ିଲା ଟିଣ ଶେଡ୍‌, ୯ ଜଣ ପିଲା ଆହତ; ଅନେକ ଗୁରୁତର

ମହାରାଷ୍ଟ୍ରର ଠାଣେର ଉପବନ ଅଞ୍ଚଳରେ ଶୁକ୍ରବାର ରାତିରେ ଏକ ବଡ଼ ଦୁର୍ଘଟଣା ଘଟିଛି । ଏଠାରେ ଥିବା ଫୁଟବଲ୍‌ ଟର୍ଫ…

2 hours ago

ଯେକୌଣସି ବୟସରେ ଦାନ୍ତ ଉଠାଇ ପାରିବେ ଆପଣ, ଆସୁଛି ନୂଆ ମେଡିସିନ୍‌

ଅନେକ କୁନି କୁନି ପିଲା ଥାଆନ୍ତି, ଯେଉଁ ମାନଙ୍କର ଦାନ୍ତ ଉଠେନି । ଏପରିକି ଅନେକ ସମୟରେ ବୟସ୍କ ବ୍ୟକ୍ତିଙ୍କର…

2 hours ago

ଖୋର୍ଦ୍ଧା ଜେଲ୍ ପାଲଟିଛି ବ୍ରାଉନସୁଗର କାରବାରର ନୂଆ ଠିକଣା

ଖୋର୍ଦ୍ଧା(କେନ୍ୟୁଜ): ଖୋର୍ଦ୍ଧା ସହରକୁ ପ୍ରତିଦିନ ଲକ୍ଷ ଲକ୍ଷ ଲୋକଙ୍କ ଯାଆସ । ଏତେ ଲୋକଙ୍କ ଭିଡ ଭିତରେ ଏଠି କେମିତି ଚାଲିଛି…

3 hours ago

୧୦୮ ସୁବାସିତ ଜଳରେ ସ୍ନାନ କରୁଛନ୍ତି ଦାରୁ ଦିଅଁ, ବର୍ଷାରେ ଭିଜି ଦର୍ଶନ କରୁଛନ୍ତି ଶ୍ରଦ୍ଧାଳୁ

ପୁରୀ (କେନ୍ୟୁଜ) : ଆଜି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା । ଆଜି ସ୍ନାନ ବେଦୀରୁ ଗଜବେଶରେ ଅଗଣିତ ଭକ୍ତଙ୍କୁ ଦର୍ଶନ…

3 hours ago