ବ୍ୟବସାୟ ଓ ଅର୍ଥନୀତି

କମିଲା ପେଟ୍ରୋଲ ଓ ଡିଜେଲ ଦର, ଜାଣନ୍ତୁ ତୈଳ ଦରର ତାଜା ଅପଡେଟ୍‌

ରାଜ୍ୟରେ ପେଟ୍ରୋଲ ଓ ଡିଜେଲ୍ ଦର କମିଛି। ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ଲିଟର ପିଛା ୧୧୨ ଟଙ୍କା ୭୮ ପଇସା ଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା ୧୦୨ ଟଙ୍କା ୨୪ ପଇସା ହୋଇଛି। ପେଟ୍ରୋଲ ମୂଲ୍ୟ ଗତକାଲିର ମୂଲ୍ୟଠାରୁ ୧୬ ପଇସା କମିଥିବାବେଳେ ଡିଜେଲ୍ ମୂଲ୍ୟ ୨୮ ପଇସା କମିଛି। ସେହିପରି ଦେଶର ପ୍ରମୁଖ ସହରରେ ବି ପେଟ୍ରୋଲ ଓ ଡିଜେଲ ଦରରେ କିଛିଟା ପରିବର୍ତ୍ତନ ହୋଇଛି। ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୧୦୫ ଟଙ୍କା ୪୧ ପଇସା ଓ ଡିଜେଲ ଦର ୯୬ ଟଙ୍କା ୬୭ ପଇସା ହୋଇଛି।

ମୁମ୍ବାଇରେ ପେଟ୍ରୋଲ ଲିଟର ପିଛା ୧୨୦ ଟଙ୍କା ୫୧ ପଇସା ହୋଇଥିବା ବେଳେ ଡିଜେଲ ଲିଟର ପିଛା ୧୦୪ ଟଙ୍କା ୭୭ ପଇସା ରହିଛି । ସେହିପରି କୋଲକାତାରେ ପେଟ୍ରୋଲ ଦର ୧୧୫ ଟଙ୍କା ୧୨ ପଇସା ଥିବାବେଳେ ଡିଜେଲ ଦର ୯୯ ଟଙ୍କା ୮୩ ପଇସା ରହିଛି। ଚେନ୍ନାଇରେ ପେଟ୍ରୋଲ ଦର ୧୧୦ ଟଙ୍କା ୮୫ ପଇସା ଥିବା ବେଳେ ଡିଜେଲ ଦାମ ୧୦୦ ଟଙ୍କା ୯୪ ପଇସା ରହିଛି। ସେହିପରି ହାଇଦ୍ରାବାଦରେ ଡିଜେଲ୍ ଦର ରହିଛି ୧୦୫ ଟଙ୍କା ୪୯ ପଇସା ଓ ପେଟ୍ରୋଲ ଦର ରହିଛି ୧୧୯ ଟଙ୍କା ୪୯ ପଇସା। ଲକ୍ଷ୍ନୌରେ ସବୁଠାରୁ କମ୍ ୧୦୫ ଟଙ୍କା ୩୩ ପଇସା ରହିଛି ପେଟ୍ରୋଲ ଦାମ୍।

କେମିତି ଜାଣିବେ ଆପଣଙ୍କ ସହରରେ କେତେ ଅଛି ଦାମ୍

ପେଟ୍ରୋଲ ଏବଂ ଡିଜେଲ ଦାମ୍ ଆପଣ SMS ମାଧ୍ୟମରେ ମଧ୍ୟ ଜାଣିପାରିବେ। ଇଣ୍ଡିଆନ ଅଏଲ ୱେବସାଇଟ ଅନୁଯାୟୀ ଆପଣଙ୍କୁ ଏବଂ ନିଜ ସହରର କୋଡ୍ ଲେଖି ୯୨୨୪୯୯୨୨୪୯ ନମ୍ବରକୁ ପଠାଇବାକୁ ହେବ। ପ୍ରତି ସହରର କୋଡ୍ ଅଲଗା ଅଲଗା ରହିଥାଏ। ଯାହା ଆପଣଙ୍କୁ ଆଇସିଓଏଲ ୱେବସାଇଟରୁ ମିଳିଯିବ।

ପ୍ରତିଦିନ ଛଅଟା ବେଳେ ବଦଳିଯାଏ ମୂଲ୍ୟ

ସୂଚନା ମୁତାବକ, ପ୍ରତ୍ୟେକ ଦିନ ସକାଳ ୬ଟାରେ ପେଟ୍ରୋଲ ଏବଂ ଡିଜେଲ୍ ଦାମରେ ପରିବର୍ତ୍ତନ ହୋଇଥାଏ। ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଡିଲର କମିଶନ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ପ୍ରାୟ ଦ୍ୱିଗୁଣିତ ହୁଏ। ବୈଦେଶିକ ମୂଲ୍ୟ ସହିତ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ମୂଲ୍ୟ ଉପରେ ନିର୍ଭର କରି ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ପ୍ରତିଦିନ ବଦଳିଥାଏ।

Pritiparna

Recent Posts

ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ପାଣ୍ଡିଆନଙ୍କ ଦିଲ୍ଲୀ ଗସ୍ତ :ସସ୍ମିତ

ଭୁବନେଶ୍ୱର  : ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ଦିଲ୍ଲୀ ଯାଇଛନ୍ତି କାର୍ତ୍ତିକ ପାଣ୍ଡିଆନ । ପାଣ୍ଡିଆନଙ୍କ ଦିଲ୍ଲୀ ଗସ୍ତକୁ…

54 mins ago

ଫିସୁ ବିଶ୍ୱ ବିଶ୍ୱବିଦ୍ୟାଳୟ ରଗ୍‍ବୀ ୭-ଏସ୍‍ ଚାମ୍ପିୟନ୍‍ସିପରେ କିଟ୍‍ ବିଶ୍ୱବିଦ୍ୟାଳୟର ୩ଜଣ ଖେଳାଳି

ଫ୍ରାନ୍‍ସର ଏକ୍‍ସ ଏନ୍‍ ରାଜ୍ୟରେ ଜୁନ୍‍ ୧୦ରୁ ୧୨ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବାକୁ ଥିବା ଫିସୁ ବିଶ୍ୱ ବିଶ୍ୱବିଦ୍ୟାଳୟ…

3 hours ago

ଆସନ୍ତା ୯ ତାରିଖରେ ଶପଥ ନେବେ ନରେନ୍ଦ୍ର ମୋଦି, କେନ୍ଦ୍ର କ୍ୟାବିନେଟରେ ଓଡ଼ିଶାର କେତେଜଣ ନେଇ ଚର୍ଚ୍ଚା

ଆସନ୍ତା ୯ ତାରିଖରେ ଶପଥ ନେବେ ନରେନ୍ଦ୍ର ମୋଦି । ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ…

4 hours ago

ନବୀନ ଆମ ପୁଅ ଠୁ ଅଧିକ ଥିଲେ, ଏକଥା କହି କାନ୍ଦୁଛନ୍ତି ମାଆ ମାନେ

ଆଖିରେ ଲୁହର ଧାର । ନବୀନଙ୍କ ଫଟୋ ଆଗରେ କାନ୍ଦୁଛନ୍ତି ଜଣେ ମା । କହୁଥିଲେ…ପୁଅ ଥିଲା ଆମର ।…

4 hours ago

ସାବିତ୍ରୀ ବ୍ରତରେ ପୂଜା ପାଇଥାଆନ୍ତେ ତା ପୂର୍ବରୁ ଉଠିଲା କୋକେଇ

ସାବିତ୍ରୀ ବ୍ରତରେ ସତ୍ୟବାନ୍‌ ହୋଇ ପୂଜା ପାଇ ଥାଆନ୍ତେ । ତା ପୂର୍ବରୁ ଘଟିଗଲା ଏପରି କିଛି । ମୃତକଙ୍କ…

4 hours ago

ପ୍ରଜ୍ୱଳ ରେବନ୍ନାଙ୍କୁ ଝଟକା, ୧୦ ଜୁନ୍‌ ପର୍ଯ୍ୟନ୍ତ ଜେଲରେ ରହିବେ

କର୍ଣ୍ଣାଟକ ଜେଡିଏସର ପୂର୍ବତନ ସାଂସଦ ପ୍ରଜ୍ବଳ ରେବନ୍ନାଙ୍କ ହେପାଜତ ଅବଧି ବୃଦ୍ଧି । କୋର୍ଟ ପ୍ରଜ୍ୱଳଙ୍କ ହେପାଜତକୁ ୧୦ ଜୁନ୍‌…

5 hours ago