ବ୍ୟବସାୟ ଓ ଅର୍ଥନୀତି

ପେଟ୍ରୋଲ ଓ ଡିଜେଲ ଦର, ଜାଣନ୍ତୁ ଭୁବନେଶ୍ୱର ସମେତ ବିଭିନ୍ନ ସହରରେ କେତେ ବଢିଲା

କେନ୍ୟୁଜ୍ (ବ୍ୟୁରୋ): ଗାଡ଼ିରେ ତେଲ ପକାଇବା ପୂର୍ବରୁ ଜାଣିନିଅନ୍ତୁ ଆଜି କେତେ ରହିଛି ତେଲ ଦର। ଗତକାଲି ଭଳି ଆଜି ମଧ୍ୟ ସ୍ଥିର ରହିଛି ପେଟ୍ରୋଲ ଓ ଡିଜେଲ ଦର। ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ୧୦୩ ଟଙ୍କା ୧୯ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା ୯୪ ଟଙ୍କା ୭୬ ପଇସା ରହିଛି। ସେହିପରି ଦେଶର ପ୍ରମୁଖ ସହରରେ ବି ପେଟ୍ରୋଲ ଓ ଡିଜେଲ ଦରରେ କିଛି ପରିବର୍ତ୍ତନ ହୋଇ ହୋଇଛି । ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୯୬ ଟଙ୍କା ୭୨ ପଇସା ଓ ଡିଜେଲ ଦର ୮୯ ଟଙ୍କା ୬୨ ପଇସା ହୋଇଛି। ମୁମ୍ବାଇରେ ପେଟ୍ରୋଲ ଲିଟର ପିଛା ୧୦୬ ଟଙ୍କା ୩୧ ପଇସା ହୋଇଥିବା ବେଳେ ଡିଜେଲ ଲିଟର ପିଛା ୯୪ ଟଙ୍କା ୨୭ ପଇସା ରହିଛି ।

ସେହିପରି କୋଲକାତାରେ ପେଟ୍ରୋଲ ଦର ୧୦୬ ଟଙ୍କା ୦୩ ପଇସା ଥିବାବେଳେ ଡିଜେଲ ଦର ୯୨ ଟଙ୍କା ୭୬ ପଇସା ରହିଛି। ଚେନ୍ନାଇରେ ପେଟ୍ରୋଲ ଦର ୧୦୨ ଟଙ୍କା ୬୩ ପଇସା ଥିବା ବେଳେ ଡିଜେଲ ଦାମ ୯୪ ଟଙ୍କା ୨୪ ପଇସା ରହିଛି।

କେମିତି ଜାଣିବେ ଆପଣଙ୍କ ସହରରେ କେତେ ଅଛି ଦାମ୍:

ପେଟ୍ରୋଲ ଏବଂ ଡିଜେଲ ଦାମ୍ ଆପଣ SMS ମାଧ୍ୟମରେ ମଧ୍ୟ ଜାଣିପାରିବେ। ଇଣ୍ଡିଆନ ଅଏଲ ୱେବସାଇଟ ଅନୁଯାୟୀ ଆପଣଙ୍କୁ ଏବଂ ନିଜ ସହରର କୋଡ୍ ଲେଖି ୯୨୨୪୯୯୨୨୪୯ ନମ୍ବରକୁ ପଠାଇବାକୁ ହେବ। ପ୍ରତି ସହରର କୋଡ୍ ଅଲଗା ଅଲଗା ରହିଥାଏ। ଯାହା ଆପଣଙ୍କୁ ଆଇସିଓଏଲ ୱେବସାଇଟରୁ ମିଳିଯିବ।

ପ୍ରତିଦିନ ଛଅଟା ବେଳେ ବଦଳିଯାଏ ମୂଲ୍ୟ:

ସୂଚନା ମୁତାବକ, ପ୍ରତ୍ୟେକ ଦିନ ସକାଳ ୬ଟା ରେ ପେଟ୍ରୋଲ ଏବଂ ଡିଜେଲ୍ ଦାମରେ ପରିବର୍ତ୍ତନ ହୋଇଥାଏ। ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଡିଲର କମିଶନ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ପ୍ରାୟ ଦ୍ୱିଗୁଣିତ ହୁଏ। ବୈଦେଶିକ ମୂଲ୍ୟ ସହିତ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ମୂଲ୍ୟ ଉପରେ ନିର୍ଭର କରି ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ପ୍ରତିଦିନ ବଦଳିଥାଏ।

Barsha

Recent Posts

ଟି୨୦ ବିଶ୍ୱକପ ମହାକୁମ୍ଭ ଆରମ୍ଭ, ପ୍ରଥମ ମ୍ୟାଚରେ ୭ ଓ୍ଵିକେଟରେ କାନାଡାକୁ ହରାଇଲା ଆମେରିକା

ଟି-୨୦ ବିଶ୍ବକପ ମହାକୁମ୍ଭ ଆରମ୍ଭ ହୋଇଛି । ପ୍ରଥମ ମ୍ୟାଚରେ ମୁହାଁମୁହିଁ ହୋଇଥିଲେ ଆମେରିକା ଓ କାନାଡା । ଏହି…

4 mins ago

ପରକୀୟା ପ୍ରୀତିକୁ ବାରଣ କରିବାରୁ ସ୍ତ୍ରୀକୁ ମାଡ ମାରି ଘରୁ ତଡିଦେଲା ସ୍ୱାମୀ, ଏବେ ଥାନାରେ ମାମଲା

ନରସିଂହପୁର(କେନ୍ୟୁଜ୍): ପରକୀୟା ପ୍ରୀତିକୁ ନେଇ ଥାନାରେ ଆସି ମାମଲା । ଏଭଳି ଏକ ଘଟଣା ଦେଖିବାକୁ ମିଳିଛି କଟକ ଜିଲ୍ଲା ନରସିଂହପୁର…

16 mins ago

ବାଣ ବିସ୍ପୋରଣ ମାମଲା, ମୃତ୍ୟୁ ସଂଖ୍ୟା ୧୧କୁ ବୃଦ୍ଧି

ପୁରୀ (କେନ୍ୟୁଜ): ପୁରୀ ନରେନ୍ଦ୍ର ପୁଷ୍କରିଣୀ ବାଣ ବିସ୍ପୋରଣ ମାମଲାରେ ଆଉ ୨ଜଣଙ୍କ ମୃତ୍ୟୁ ।  ଏଥିସହ ମୃତ୍ୟୁସଂଖ୍ୟା ୧୧କୁ…

20 mins ago

ନୀଳାଞ୍ଚଳ ଏକ୍ସପ୍ରେସ ଉପରେ ଛିଡ଼ି ପଡ଼ିଲା ଓଭରହେଡ୍‌ ତାର, ୨ ଯାତ୍ରୀ ଗୁରୁତର

ଝାଡ଼ଖଣ୍ଡ ଏବଂ ପଶ୍ଚିମବଙ୍ଗ ମଧ୍ୟରେ ଥିବା ରାଞ୍ଚି ରେଳ ବିଭାଗରେ ହୋଇଛି ବଡ଼ ଦୁର୍ଘଟଣା । ଏଠାରେ ଟ୍ରେନ୍ ଉପରେ…

22 mins ago

ମୁହାଁମୁହିଁ ଧକ୍କା ହେଲା ମାଲବାହୀ ଟ୍ରେନ୍, ୨ ଲୋକୋ ପାଇଲଟ୍ ଗୁରୁତର

ପଞ୍ଜାବ : ମୁହାଁମୁହିଁ ଧକ୍କା ହେଲା ୨ ମାଲବାହୀ ଟ୍ରେନ୍ ।  ପଞ୍ଜାବ ଫତେଗଡ଼ ସାହିବ ନିକଟ ମାଧେପୁର ଠାରେ…

1 hour ago

ଜୟପୁର ସହରରେ ପଡିଛି ଡାଇମଣ୍ଡ ସର୍କସ: ଜୋକରର କମେଡି ସାଙ୍ଗକୁ ଆଫ୍ରିକାନ କଳାକାରଙ୍କ ଶୋ ଲୋକଙ୍କ ମନ ଜିଣୁଛି

ଜୟପୁର(କେନ୍ୟୁଜ୍‌): ଦିନ ଥିଲା ସର୍କସ ନା ଶୁଣିଲେ ମନରେ ଉତ୍ସାହ ଭରି ଉଠୁଥିଲା । ପିଲା ଠୁ ଟୋକା, ବୁଢା…

1 hour ago