ବ୍ୟବସାୟ ଓ ଅର୍ଥନୀତି

ଗାଡ଼ିରେ ତେଲ ପକାଇବା ପୂର୍ବରୁ ଜାଣିନିଅନ୍ତୁ ଆଜି କେତେ ରହିଛି ତେଲ ଦର

କେନ୍ୟୁଜ୍ (ବ୍ୟୁରୋ): ଗାଡ଼ିରେ ତେଲ ପକାଇବା ପୂର୍ବରୁ ଜାଣିନିଅନ୍ତୁ ଆଜି କେତେ ରହିଛି ତେଲ ଦର। ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ଅଳ୍ପ ବୃଦ୍ଧିପାଇ ୧୦୩ ଟଙ୍କା ୧୧ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା ୯୪ ଟଙ୍କା ୬୮ ପଇସା ରହିଛି। ସେହିପରି ଦେଶର ପ୍ରମୁଖ ସହରରେ ବି ପେଟ୍ରୋଲ ଓ ଡିଜେଲ ଦରରେ କିଛି ପରିବର୍ତ୍ତନ ହୋଇ ହୋଇଛି । ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୯୬ ଟଙ୍କା ୭୨ ପଇସା ଓ ଡିଜେଲ ଦର ୮୯ ଟଙ୍କା ୬୨ ପଇସା ହୋଇଛି। ମୁମ୍ବାଇରେ ପେଟ୍ରୋଲ ଲିଟର ପିଛା ୧୦୬ ଟଙ୍କା ୩୧ ପଇସା ହୋଇଥିବା ବେଳେ ଡିଜେଲ ଲିଟର ପିଛା ୯୪ ଟଙ୍କା ୨୭ ପଇସା ରହିଛି ।

ସେହିପରି କୋଲକାତାରେ ପେଟ୍ରୋଲ ଦର ୧୦୬ ଟଙ୍କା ୦୩ ପଇସା ଥିବାବେଳେ ଡିଜେଲ ଦର ୯୨ ଟଙ୍କା ୭୬ ପଇସା ରହିଛି। ଚେନ୍ନାଇରେ ପେଟ୍ରୋଲ ଦର ୧୦୨ ଟଙ୍କା ୬୩ ପଇସା ଥିବା ବେଳେ ଡିଜେଲ ଦାମ ୯୪ ଟଙ୍କା ୨୪ ପଇସା ରହିଛି।

କେମିତି ଜାଣିବେ ଆପଣଙ୍କ ସହରରେ କେତେ ଅଛି ଦାମ୍:

ପେଟ୍ରୋଲ ଏବଂ ଡିଜେଲ ଦାମ୍ ଆପଣ SMS ମାଧ୍ୟମରେ ମଧ୍ୟ ଜାଣିପାରିବେ। ଇଣ୍ଡିଆନ ଅଏଲ ୱେବସାଇଟ ଅନୁଯାୟୀ ଆପଣଙ୍କୁ ଏବଂ ନିଜ ସହରର କୋଡ୍ ଲେଖି ୯୨୨୪୯୯୨୨୪୯ ନମ୍ବରକୁ ପଠାଇବାକୁ ହେବ। ପ୍ରତି ସହରର କୋଡ୍ ଅଲଗା ଅଲଗା ରହିଥାଏ। ଯାହା ଆପଣଙ୍କୁ ଆଇସିଓଏଲ ୱେବସାଇଟରୁ ମିଳିଯିବ।

ପ୍ରତିଦିନ ଛଅଟା ବେଳେ ବଦଳିଯାଏ ମୂଲ୍ୟ:

ସୂଚନା ମୁତାବକ, ପ୍ରତ୍ୟେକ ଦିନ ସକାଳ ୬ଟାରେ ପେଟ୍ରୋଲ ଏବଂ ଡିଜେଲ୍ ଦାମରେ ପରିବର୍ତ୍ତନ ହୋଇଥାଏ। ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଡିଲର କମିଶନ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ପ୍ରାୟ ଦ୍ୱିଗୁଣିତ ହୁଏ। ବୈଦେଶିକ ମୂଲ୍ୟ ସହିତ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ମୂଲ୍ୟ ଉପରେ ନିର୍ଭର କରି ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ପ୍ରତିଦିନ ବଦଳିଥାଏ।

 

Barsha

Recent Posts

ଅସ୍ତରଙ୍ଗ ଜାହାନିଆରେ ଜମିଥିଲା ହଜାର ହଜାର ପର୍ଯ୍ୟଟକଙ୍କ ଭିଡ, ଝାଉଁ ଜଙ୍ଗଲରେ ମଜା କହିଲେ ନସରେ

କାକଟପୁର(କେନ୍ୟୁଜ): ଓଡ଼ିଶାର ପାରମ୍ପରିକ ପର୍ବ ରଜ । ଏଥିପାଇଁ ଗାଁ ଠାରୁ ସହର ସବୁଠାରେ ଖୁସିର ମାହୋଲ ଦେଖିବାକୁ ମିଳିଥିଲା…

6 mins ago

ଖୁବ ଶୀଘ୍ର ଲଞ୍ଚ ହେବାକୁ ଯାଉଛି Xiaomi MIX Fold 4, ମିଳିବ ସାଟେଲାଇଟ୍ କନେକ୍ଟିଭିଟି ଫିଚର୍ସ

ସାଓମି ହେଉଛି ଭାରତର ଏକ ଲୋକପ୍ରିୟ ସ୍ମାର୍ଟଫୋନ୍ କମ୍ପାନୀ । ସାରା ଦେଶରେ ଲକ୍ଷ ଲକ୍ଷ ଲୋକ ସାଓମି ସ୍ମାର୍ଟଫୋନ୍…

31 mins ago

ଦିଲ୍ଲୀ ଏୟାରପୋର୍ଟରେ ବିଦ୍ୟୁତ୍‌ କାଟ୍‌ ; ସିଷ୍ଟମ ଠପ୍‌, ବିମାନ ଉପରେ ପ୍ରଭାବ, ଯାତ୍ରୀ ହନ୍ତସନ୍ତ

ରାଜଧାନୀ ଦିଲ୍ଲୀରେ ବିଜୁଳି କାଟ୍‌ ହେବା ଯୋଗୁଁ ସବୁ କାର୍ଯ୍ୟରେ ପ୍ରଭାବ ପଡିଛି । ବିଜୁଳି କାଟ ହେବା ଯୋଗୁଁ…

35 mins ago

ଆର୍ଟ ଅଫ୍ ଗିଭିଙ୍ଗ, ଓଡିଆ ଫିଲ୍ମ ଓ ଟେଲିଭିଜନ ଡାଇରେକ୍ଟର ଆସୋସିଏସନ ପକ୍ଷରୁ ଛତା ବଣ୍ଟନ

ଭୁବନେଶ୍ୱର : ଡକ୍ଟର ଅଚ୍ୟୁତ ସାମନ୍ତଙ୍କ ଏକ ଅଭିନବ ପ୍ରୟାସ ହେଉଛି ଆର୍ଟ ଅଫ୍ ଗିଭିଙ୍ଗ । ଯାହାକି ପ୍ରତିବର୍ଷ…

35 mins ago

କଳହର କରୁଣ ପରିଣତି, ସ୍ତ୍ରୀର ବେକ କାଟିଲା ସ୍ୱାମୀ

ନୀଳଗିରି : ଘରୋଇ କଳହର କରୁଣ ପରିଣତି । ସ୍ତ୍ରୀର ବେକ କାଟି ମାରିବାକୁ ଉଦ୍ୟମ କଲା ସ୍ୱାମୀ। ବାଲେଶ୍ୱର…

56 mins ago

ଆଇସକ୍ରିମ ଭିତରୁ କଟା ମଣିଷ ଆଙ୍ଗୁଠି ମିଳିବା ପରେ ଏବେ ବାହାରିଛି ଜୀବନ୍ତ ବିଛା

ଆଇସିକ୍ରିମ୍‌ କାହାର ବା ପସନ୍ଦ ନୁହେଁ । ପିଲାଠୁ ବୁଢ଼ା ସମସ୍ତଙ୍କର ପସନ୍ଦ ଆଇସିକ୍ରିମ୍‌ । ବିଶେଷ କରି ଏହି…

1 hour ago