ବ୍ୟବସାୟ ଓ ଅର୍ଥନୀତି

ଦେଶରେ ସ୍ଥିର କିନ୍ତୁ ଓଡ଼ିଶାରେ କମିଲା ତେଲ ଦର, ନଜର ପକାନ୍ତୁ ଆଜି କେତେ ଅଛି ରେଟ୍

କେନ୍ୟୁଜ୍ (ବ୍ୟୁରୋ): ଗାଡ଼ିରେ ତେଲ ପକାଇବା ପୂର୍ବରୁ ଜାଣିନିଅନ୍ତୁ ଆଜି କେତେ ରହିଛି ତେଲ ଦର। ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ଅଳ୍ପ କମି ୧୦୩ ଟଙ୍କା ୧୯ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା ୯୪ ଟଙ୍କା ୭୯ ପଇସା ରହିଛି। ସେହିପରି ଦେଶର ପ୍ରମୁଖ ସହରରେ ବି ପେଟ୍ରୋଲ ଓ ଡିଜେଲ ଦରରେ କିଛି ପରିବର୍ତ୍ତନ ହୋଇ ହୋଇଛି । ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୯୬ ଟଙ୍କା ୭୬ ପଇସା ଓ ଡିଜେଲ ଦର ୮୯ ଟଙ୍କା ୬୨ ପଇସା ହୋଇଛି। ମୁମ୍ବାଇରେ ପେଟ୍ରୋଲ ଲିଟର ପିଛା ୧୦୬ ଟଙ୍କା ୩୧ ପଇସା ହୋଇଥିବା ବେଳେ ଡିଜେଲ ଲିଟର ପିଛା ୯୪ ଟଙ୍କା ୨୭ ପଇସା ରହିଛି ।

ସେହିପରି କୋଲକାତାରେ ପେଟ୍ରୋଲ ଦର ୧୦୬ ଟଙ୍କା ୦୩ ପଇସା ଥିବାବେଳେ ଡିଜେଲ ଦର ୯୨ ଟଙ୍କା ୭୬ ପଇସା ରହିଛି। ଚେନ୍ନାଇରେ ପେଟ୍ରୋଲ ଦର ୧୦୨ ଟଙ୍କା ୭୪ ପଇସା ଥିବା ବେଳେ ଡିଜେଲ ଦାମ ୯୪ ଟଙ୍କା ୩୩ ପଇସା ରହିଛି।

କେମିତି ଜାଣିବେ ଆପଣଙ୍କ ସହରରେ କେତେ ଅଛି ଦାମ୍:

ପେଟ୍ରୋଲ ଏବଂ ଡିଜେଲ ଦାମ୍ ଆପଣ SMS ମାଧ୍ୟମରେ ମଧ୍ୟ ଜାଣିପାରିବେ। ଇଣ୍ଡିଆନ ଅଏଲ ୱେବସାଇଟ ଅନୁଯାୟୀ ଆପଣଙ୍କୁ ଏବଂ ନିଜ ସହରର କୋଡ୍ ଲେଖି ୯୨୨୪୯୯୨୨୪୯ ନମ୍ବରକୁ ପଠାଇବାକୁ ହେବ। ପ୍ରତି ସହରର କୋଡ୍ ଅଲଗା ଅଲଗା ରହିଥାଏ। ଯାହା ଆପଣଙ୍କୁ ଆଇସିଓଏଲ ୱେବସାଇଟରୁ ମିଳିଯିବ।

ପ୍ରତିଦିନ ଛଅଟା ବେଳେ ବଦଳିଯାଏ ମୂଲ୍ୟ:

ସୂଚନା ମୁତାବକ, ପ୍ରତ୍ୟେକ ଦିନ ସକାଳ ୬ଟାରେ ପେଟ୍ରୋଲ ଏବଂ ଡିଜେଲ୍ ଦାମରେ ପରିବର୍ତ୍ତନ ହୋଇଥାଏ। ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଡିଲର କମିଶନ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ପ୍ରାୟ ଦ୍ୱିଗୁଣିତ ହୁଏ। ବୈଦେଶିକ ମୂଲ୍ୟ ସହିତ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ମୂଲ୍ୟ ଉପରେ ନିର୍ଭର କରି ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ପ୍ରତିଦିନ ବଦଳିଥାଏ।

 

Niharanjan

Recent Posts

ସମ୍ବଲପୁର ମହାନଗର ଅଞ୍ଚଳରେ ପୁଣି ଫେରିଛି ଜଣ୍ଡିସ୍, ୫୯ ଜଣ ରୋଗୀ ଚିହ୍ନଟ

ସମ୍ବଲପୁର(କେନ୍ୟୁଜ): ଏକ ଦଶନ୍ଧି ପରେ ସମ୍ବଲପୁର ମହାନଗର ଅଞ୍ଚଳରେ ପୁଣି ଫେରିଛି ଜଣ୍ଡିସ୍ । ଏହାକୁ ନେଇ ମହାନଗରବାସୀ ଚିନ୍ତାରେ…

32 seconds ago

ଯୋଗ ଦିବସରେ କାଶ୍ମୀର ମହିଳାଙ୍କ ସହିତ ସେଲଫି ନେଲେ ମୋଦି, ଫଟୋ ଭାଇରଲ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅର୍ନ୍ତରାଷ୍ଟ୍ରୀୟ ଯୋଗ ଦିବସରେ ଜମ୍ମୁ କାଶ୍ମୀର ଶ୍ରୀନଗର ସ୍ଥିତ ଶେର-ଏ-କଶ୍ମୀର ଅର୍ନ୍ତରାଷ୍ଟ୍ରୀୟ ସମ୍ମେଳନ କେନ୍ଦ୍ର (SKICC)…

4 mins ago

ପାରିବାରିକ କଳହକୁ ନେଇ ହତ୍ୟାକାଣ୍ଡ, ପଥରରେ ଛେଚି ଯୁବକଙ୍କୁ ହତ୍ୟା

କଣ୍ଟାବାଞ୍ଜି (କେନ୍ୟୁଜ); ପାରିବାରିକ କଳହକୁ ନେଇ ହତ୍ୟାକାଣ୍ଡ। ସିନ୍ଧେକେଲା ଥାନା ସାଲେବରଟ ଗାଁରେ ଏହି ହତ୍ୟାକାଣ୍ଡ ଘଟିଛି । ମୃତ…

17 mins ago

ରାଜଧାନୀରେ ବୀଭତ୍ସ ହତ୍ୟାକାଣ୍ଡ, ଘର ମାଲିକଙ୍କୁ ହତ୍ୟା କଲା ଭଡ଼ାଟିଆ

ଭୁବନେଶ୍ୱର (କେନ୍ୟୁଜ) : ରାଜଧାନୀରେ ବୀଭତ୍ସ ହତ୍ୟାକାଣ୍ଡ  ।  ଘର ମାଲିକଙ୍କୁ ହତ୍ୟା କଲା ଭଡ଼ାଟିଆ ।  ଭୁବନେଶ୍ବର ତମାଣ୍ଡୋରେ…

34 mins ago

କିଟ୍ ରେ ଯୋଗ ଦିବସ ପାଳିତ, ମାନସିକ ଓ ଶାରୀରିକ ସୁସ୍ଥତା ପାଇଁ ଯୋଗ ଗୁରୁତ୍ୱପୂର୍ଣ୍ଣ ବୋଲି କହିଲେ ଡକ୍ଟର ସାମନ୍ତ

ଭୁବନେଶ୍ୱର (କେନ୍ୟୁଜ): ଆଜି କିଟ୍ ପକ୍ଷରୁ ପାଳିତ ହୋଇଛି ଅନ୍ତର୍ଜାତୀୟ ଯୋଗ ଦିବସ । କିଟ୍ ଇଣ୍ଡୋର ଷ୍ଟାଡିୟମରେ କିଟ୍…

2 hours ago

ଅନ୍ତର୍ଜାତୀୟ ଯୋଗ ଦିବସରେ କାଶ୍ମୀର ମାଟିରୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

ଶ୍ରୀନଗର: ଆଜି ବିଶ୍ୱ ପାଳୁଛି ଅନ୍ତର୍ଜାତୀୟ ଯୋଗ ଦିବସ। ପ୍ରତିବର୍ଷ ଜୁନ ୨୧ରେ ପାଳିତ ହେଉଛି ଏହି ଦିବସ ।…

2 hours ago