pc: the indian express
ପେଟ୍ରୋଲ ଓ ଡିଜେଲ ଦର ଏମିତିରେ ତ ଲୋକଙ୍କୁ କନ୍ଦାଉଛି । ସରକାର ସେପଟେ ଏଥିରୁ ପ୍ରବଳ ରାଜସ୍ୱ ଆୟ କରୁଥିବା ବେଳେ ଖାଉଟିଙ୍କ ଅବସ୍ଥା ଏପଟେ ବେହାଲ । ଆମ ରାଜ୍ୟରେ ଅବସ୍ଥା ମଧ୍ୟ ସମାନ । ଗତକାଲି ତୁଳନାରେ ଆଜି ଭୁବନେଶ୍ୱରରେ ପେଟ୍ରୋଲ ଲିଟର ପିଛା ୩୯ ପଇସା ବୃଦ୍ଧି ପାଇଛି । ଗତକାଲି ଏହା ୯୮ ଟଙ୍କା ୫୦ ପଇସା ଥିବା ବେଳେ ଆଜିର ଦର ରହିଛି ୯୮ ଟଙ୍କା ୮୯ ପଇସା ।ସେହିପରି ଡିଜେଲ ଲିଟର ଲିଟର ପିଛା ୪୨ ପଇସା ବୃଦ୍ଧି ପାଇଛି। ଆଜିର ଦାମ ହେଉଛି ୯୬ ଟଙ୍କା ୬୨ ପଇସା ।
ପେଟ୍ରୋଲ ଏବଂ ଡିଜେଲ ଦାମ୍ ଆପଣ SMS ମାଧ୍ୟମରେ ମଧ୍ୟ ଜାଣିପାରିବେ। ଇଣ୍ଡିଆନ ଅଏଲ ୱେବସାଇଟ ଅନୁଯାୟୀ ଆପଣଙ୍କୁ ଏବଂ ନିଜ ସହରର କୋଡ୍ ଲେଖି ୯୨୨୪୯୯୨୨୪୯ ନମ୍ବରକୁ ପଠାଇବାକୁ ହେବ। ପ୍ରତି ସହରର କୋଡ୍ ଅଲଗା ଅଲଗା ରହିଥାଏ। ଯାହା ଆପଣଙ୍କୁ ଆଇସିଓଏଲ ୱେବସାଇଟରୁ ମିଳିଯିବ।
ପ୍ରତିଦିନ ଛଅଟା ବେଳେ ବଦଳିଯାଏ ମୂଲ୍ୟ:
ସୂଚନା ମୁତାବକ ପ୍ରତ୍ୟେକ ଦିନ ସକାଳ ୬ଟା ରେ ପେଟ୍ରୋଲ ଏବଂ ଡିଜେଲ୍ ଦାମରେ ପରିବର୍ତ୍ତନ ହୋଇଥାଏ। ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଡିଲର କମିଶନ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ପ୍ରାୟ ଦ୍ୱିଗୁଣିତ ହୁଏ। ବୈଦେଶିକ ମୂଲ୍ୟ ସହିତ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ମୂଲ୍ୟ ଉପରେ ନିର୍ଭର କରି ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ପ୍ରତିଦିନ ବଦଳିଥାଏ।
ବ୍ରହ୍ମଗିରି(କେନ୍ୟୁଜ): ସ୍ନାନ ପୂର୍ଣ୍ଣିମା ଦିନ ୧୦୮ ସୁବାସିତ ଜଳରେ ସ୍ନାନ କରିବା ପରେ ସବୁ ବର୍ଷ ପରି ଚଳିତ ବର୍ଷ…
ଆଠମଲ୍ଲିକ: ଆଠମଲ୍ଲିକ ନିକଟସ୍ଥ ମାଳିପଦର ଗ୍ରାମ ନିକଟ ପୂର୍ତ୍ତ ରାସ୍ତାରେ ଜଳିଗଲା ବାଇକ | ପ୍ରକାଶ ଯେ, ଆଠମଲ୍ଲିକ କିଆକଟା…
ବଢ଼ିଲା ବିଭବ କୁମାରଙ୍କ ନ୍ୟାୟିକ ହେପାଜତ । ଦିଲ୍ଲୀ ମହିଳା ଆୟୋଗର ପୂର୍ବତନ ଅଧ୍ୟକ୍ଷା ତଥା ରାଜ୍ୟସଭା ସାଂସଦ ସ୍ୱାତି…
ସୋନାକ୍ଷୀ ସିହ୍ନା ଏବଂ ଜାହିର ଇକବାଲଙ୍କ ବିବାହକୁ ନେଇ ଅନେକ ଦିନ ହେବ ସୋସିଆଲ ମିଡିଆରେ ଖୁବ୍ ଚର୍ଚ୍ଚା ଚାଲିଛି…
ମହାରାଷ୍ଟ୍ରର ଠାଣେର ଉପବନ ଅଞ୍ଚଳରେ ଶୁକ୍ରବାର ରାତିରେ ଏକ ବଡ଼ ଦୁର୍ଘଟଣା ଘଟିଛି । ଏଠାରେ ଥିବା ଫୁଟବଲ୍ ଟର୍ଫ…
ଅନେକ କୁନି କୁନି ପିଲା ଥାଆନ୍ତି, ଯେଉଁ ମାନଙ୍କର ଦାନ୍ତ ଉଠେନି । ଏପରିକି ଅନେକ ସମୟରେ ବୟସ୍କ ବ୍ୟକ୍ତିଙ୍କର…