ବ୍ୟବସାୟ ଓ ଅର୍ଥନୀତି

ଆଜି କେତେ ଅଛି ପେଟ୍ରୋଲ ଦର ? ଗାଡ଼ିରେ ତେଲ ପକାଇବା ପୂର୍ବରୁ ଜାଣିନିଅନ୍ତୁ

ଆଜି ଭାରତର ଅନେକ ସହରରେ ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ପରିବର୍ତ୍ତନ ଦେଖିବାକୁ ମିଳିଛି। ଅନେକ ସ୍ଥାନରେ ମୂଲ୍ୟ ହ୍ରାସ ପାଇଛି ଏବଂ ଅନେକ ସ୍ଥାନରେ ଇନ୍ଧନ ହାର ବୃଦ୍ଧି ପାଇଛି। ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ୧୦୩ ଟଙ୍କା ୧୮ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା ୯୪ ଟଙ୍କା ୭୫ପଇସା ରହିଛି। ସେହିପରି ଦେଶର ପ୍ରମୁଖ ସହରରେ ବି ପେଟ୍ରୋଲ ଓ ଡିଜେଲ ଦର ଅପରିବର୍ତ୍ତିତ ରହିଛି।

ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୯୬ ଟଙ୍କା ୭୨ ପଇସା ଓ ଡିଜେଲ ଦର ୮୯ ଟଙ୍କା ୬୨ ପଇସା ହୋଇଛି। ମୁମ୍ବାଇରେ ପେଟ୍ରୋଲ ଲିଟର ପିଛା ୧୦୬ ଟଙ୍କା ୩୧ ପଇସା ହୋଇଥିବା ବେଳେ ଡିଜେଲ ଲିଟର ପିଛା ୯୪ ଟଙ୍କା ୨୭ ପଇସା ରହିଛି । ସେହିପରି କୋଲକାତାରେ ପେଟ୍ରୋଲ ଦର ୧୦୬ ଟଙ୍କା ୦୩ ପଇସା ଥିବାବେଳେ ଡିଜେଲ ଦର ୯୨ ଟଙ୍କା ୭୬ ପଇସା ରହିଛି। ଚେନ୍ନାଇରେ ପେଟ୍ରୋଲ ଦର ୧୦୨ ଟଙ୍କା ୭୪ ପଇସା ଥିବା ବେଳେ ଡିଜେଲ ଦାମ ୯୪ ଟଙ୍କା ୩୩ ପଇସା ରହିଛି।

କେମିତି ଜାଣିବେ ଆପଣଙ୍କ ସହରରେ କେତେ ଅଛି ଦାମ୍:

ପେଟ୍ରୋଲ ଏବଂ ଡିଜେଲ ଦାମ୍ ଆପଣ SMS ମାଧ୍ୟମରେ ମଧ୍ୟ ଜାଣିପାରିବେ। ଇଣ୍ଡିଆନ ଅଏଲ ୱେବସାଇଟ ଅନୁଯାୟୀ ଆପଣଙ୍କୁ ଏବଂ ନିଜ ସହରର କୋଡ୍ ଲେଖି ୯୨୨୪୯୯୨୨୪୯ ନମ୍ବରକୁ ପଠାଇବାକୁ ହେବ। ପ୍ରତି ସହରର କୋଡ୍ ଅଲଗା ଅଲଗା ରହିଥାଏ। ଯାହା ଆପଣଙ୍କୁ ଆଇସିଓଏଲ ୱେବସାଇଟରୁ ମିଳିଯିବ।

ପ୍ରତିଦିନ ଛଅଟା ବେଳେ ବଦଳିଯାଏ ମୂଲ୍ୟ:

ସୂଚନା ମୁତାବକ, ପ୍ରତ୍ୟେକ ଦିନ ସକାଳ ୬ଟା ରେ ପେଟ୍ରୋଲ ଏବଂ ଡିଜେଲ୍ ଦାମରେ ପରିବର୍ତ୍ତନ ହୋଇଥାଏ। ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଡିଲର କମିଶନ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ପ୍ରାୟ ଦ୍ୱିଗୁଣିତ ହୁଏ। ବୈଦେଶିକ ମୂଲ୍ୟ ସହିତ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ମୂଲ୍ୟ ଉପରେ ନିର୍ଭର କରି ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ପ୍ରତିଦିନ ବଦଳିଥାଏ।

Barsha

Recent Posts

ଜାଣନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର

ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ୧୦୧ ଟଙ୍କା ୦୫ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା…

4 mins ago

ଆସନ୍ତାକାଲି ଭାରତ-ଇଂଲଣ୍ଡ ଟି୨୦ ବିଶ୍ୱକପ୍ ସେମିଫାଇନାଲ ଲଢ଼େଇ

କାଲି ଭାରତ-ଇଂଲଣ୍ଡ ଟି୨୦ ବିଶ୍ୱକପ୍ ସେମିଫାଇନାଲ ଲଢ଼େଇ । ୨୦୨୨ ପରାଜୟର ବଦଲା ନେବାକୁ ପ୍ରସ୍ତୁତ ରୋହିତ ବାହିନୀ ।…

38 mins ago

ଆଜି ଅନୁଷ୍ଠିତ ହେବ ରଥଯାତ୍ରାର ଦ୍ୱିତୀୟ ସମନ୍ୱୟ ବୈଠକ

ପୁରୀ: ଆଜି ଅନୁଷ୍ଠିତ ହେବ ରଥଯାତ୍ରାର ଦ୍ୱିତୀୟ ସମନ୍ୱୟ ବୈଠକ । ପୁରୀ ପୌରସଦନ ଠାରେ ଆଇନ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ…

46 mins ago

ଜାଣନ୍ତୁ ସୁନା ଦର କେତେ ରହିଛି ଆଜି

ଜାଣନ୍ତୁ, କେତେ ରହିଛି ଆଜି ସୁନା ଦର । ଯଦି ଆପଣ ବିବାହ ସିଜିନରେ ଶସ୍ତାରେ ସୁନା କିଣିବାକୁ ଚାହାଁନ୍ତି…

1 hour ago

ଭିଜିଲାନ୍ସ ଜାଲରେ ଆରଆଇ: ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡିଲେ

ଭଞ୍ଜନଗର: ଭିଜିଲାନ୍ସ ଜାଲରେ ଆରଆଇ । ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ । ଗଂଜାମ…

1 hour ago

ବାଲେଶ୍ଵରରେ ହଟିଲା ଦିନ କର୍ଫ୍ୟୁ, ରାତି କର୍ଫ୍ୟୁ ବଳବତ୍ତର

ବାଲେଶ୍ଵର: ହଟିଲା ଦିନ କର୍ଫ୍ୟୁ, ରାତି କର୍ଫ୍ୟୁ ବଳବତ୍ତର । ବାଲେଶ୍ଵରରେ ଆଜିଠୁ ରାତ୍ରିକାଳୀନ କର୍ଫ୍ୟୁ । ରାତି ୯ଟାରୁ…

1 hour ago