ବ୍ୟବସାୟ ଓ ଅର୍ଥନୀତି

କମିଲା ତେଲ ଦର, ଗତକାଲି ଅପେକ୍ଷା ଆଜି ସାମାନ୍ୟ ପେଟ୍ରୋଲ ଓ ଡିଜେଲ ଦାମ୍‌ କମିଛି

କେନ୍ୟୁଜ୍(ବ୍ୟୁରୋ): ଗାଡ଼ିରେ ତେଲ ପକାଇବା ପୂର୍ବରୁ ଜାଣିନିଅନ୍ତୁ ଆଜି କେତେ ରହିଛି ତେଲ ଦର । ତେଲ ଦରରେ ଏକ ପରିବର୍ତ୍ତନ ଦେଖିବାକୁ ମିଳିଛି। ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ୧୦୩ ଟଙ୍କା ୦୨ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା ୯୪ ଟଙ୍କା ୫୯ ପଇସା ରହିଛି। ସେହିପରି ଦେଶର ପ୍ରମୁଖ ସହରରେ ବି ପେଟ୍ରୋଲ ଓ ଡିଜେଲ ଦର ଅପରିବର୍ତ୍ତିତ ରହିଛି।

ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୯୬ ଟଙ୍କା ୭୨ ପଇସା ଓ ଡିଜେଲ ଦର ୮୯ ଟଙ୍କା ୬୨ ପଇସା ହୋଇଛି। ମୁମ୍ବାଇରେ ପେଟ୍ରୋଲ ଲିଟର ପିଛା ୧୦୬ ଟଙ୍କା ୩୧ ପଇସା ହୋଇଥିବା ବେଳେ ଡିଜେଲ ଲିଟର ପିଛା ୯୪ ଟଙ୍କା ୨୭ ପଇସା ରହିଛି । ସେହିପରି କୋଲକାତାରେ ପେଟ୍ରୋଲ ଦର ୧୦୬ ଟଙ୍କା ୦୩ ପଇସା ଥିବାବେଳେ ଡିଜେଲ ଦର ୯୨ ଟଙ୍କା ୭୬ ପଇସା ରହିଛି। ଚେନ୍ନାଇରେ ପେଟ୍ରୋଲ ଦର ୧୦୨ ଟଙ୍କା ୭୭ ପଇସା ଥିବା ବେଳେ ଡିଜେଲ ଦାମ ୯୪ ଟଙ୍କା ୩୭ ପଇସା ରହିଛି।

କେମିତି ଜାଣିବେ ଆପଣଙ୍କ ସହରରେ କେତେ ଅଛି ଦାମ୍:

ପେଟ୍ରୋଲ ଏବଂ ଡିଜେଲ ଦାମ୍ ଆପଣ SMS ମାଧ୍ୟମରେ ମଧ୍ୟ ଜାଣିପାରିବେ। ଇଣ୍ଡିଆନ ଅଏଲ ୱେବସାଇଟ ଅନୁଯାୟୀ ଆପଣଙ୍କୁ ଏବଂ ନିଜ ସହରର କୋଡ୍ ଲେଖି ୯୨୨୪୯୯୨୨୪୯ ନମ୍ବରକୁ ପଠାଇବାକୁ ହେବ। ପ୍ରତି ସହରର କୋଡ୍ ଅଲଗା ଅଲଗା ରହିଥାଏ। ଯାହା ଆପଣଙ୍କୁ ଆଇସିଓଏଲ ୱେବସାଇଟରୁ ମିଳିଯିବ।

ପ୍ରତିଦିନ ଛଅଟା ବେଳେ ବଦଳିଯାଏ ମୂଲ୍ୟ:

ସୂଚନା ମୁତାବକ, ପ୍ରତ୍ୟେକ ଦିନ ସକାଳ ୬ଟା ରେ ପେଟ୍ରୋଲ ଏବଂ ଡିଜେଲ୍ ଦାମରେ ପରିବର୍ତ୍ତନ ହୋଇଥାଏ। ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଡିଲର କମିଶନ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ପ୍ରାୟ ଦ୍ୱିଗୁଣିତ ହୁଏ। ବୈଦେଶିକ ମୂଲ୍ୟ ସହିତ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ମୂଲ୍ୟ ଉପରେ ନିର୍ଭର କରି ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ପ୍ରତିଦିନ ବଦଳିଥାଏ।

 

Barsha

Recent Posts

ଓଡିଆ ପଣ୍ଡିତଙ୍କୁ ଗଙ୍ଗା ଘାଟ ଛାଡିବାକୁ ବାଧ୍ୟ କରାଯାଉଛି, ଚିନ୍ତାରେ ବର୍ଷ ବର୍ଷ ଧରି ରହିଆସୁଥିବା ଓଡିଆ ବ୍ରାହ୍ମଣ

କୋଲକାତା (କେନ୍ୟୁଜ) : ପୁଣ୍ୟତୋୟା ଗଙ୍ଗା ଘାଟଗୁଡ଼ିକ ଧର୍ମ ସଂସ୍କୃତି ଓ ଆସ୍ଥାର ପ୍ରମୁଖ ସ୍ଥଳୀ ଭାବରେ ପରିଚିତି ଲାଭ…

3 mins ago

ଘରେ କଳାକନା ବୁଲାଇ ୨୫ ଲକ୍ଷ ଟଙ୍କାର ସୁନା ଅଳଙ୍କାର ଓ ଆସବାବ ପତ୍ର ନେଇଗଲେ ଚୋର

ତାଳଚେର (କେନ୍ୟୁଜ) : ଯଦି ଆପଣ କେବେ ନିଜ ଘର ତାଲା ପକାଇ ବନ୍ଧୁ ଘର କିମ୍ବା ସମ୍ପର୍କୀୟଙ୍କ ଘରକୁ…

3 mins ago

କଳିଙ୍ଗ ଷ୍ଟାଡିୟମ କ୍ରୀଡ଼ା ଭିତ୍ତିଭୂମିର ସମୀକ୍ଷା କଲେ କ୍ରୀଡ଼ାମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ

ଭୁବନେଶ୍ୱର(କେନ୍ୟୁଜ୍‌): କ୍ରୀଡ଼ା ଓ ଯୁବସେବା ମାନ୍ୟବର ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୁରଜ ଆଜି କଳିଙ୍ଗ ଷ୍ଟାଡିୟମ ଗସ୍ତ କରି ରାଜ୍ୟର…

11 mins ago

ଭୋଜି ଖାଇ ଫେରୁଥିଲେ ହେଲେ ଏକାସାଥିରେ ଆରପାରିକୁ ଚାଲିଗଲେ ଚାରି ସାଙ୍ଗ

ନୂଆପଡା (କେନ୍ୟୁଜ) : ଭୋଜି ଖାଇ ସାଙ୍ଗ ହୋଇ ଫେରୁଥିଲେ ଏହି ୪ ଜଣ ସାଙ୍ଗ । ଏମାନେ ୪…

16 mins ago

ଆଜି ସାରା ବିଶ୍ୱ ପାଳିଲା ‘ଆର୍ଟ ଅଫ୍ ଗିଭିଂ’ ଦିବସ

ଭୁବନେଶ୍ୱର(କେନ୍ୟୁଜ୍‌): ଜୁନ୍ ୧୭ ତାରିଖରେ ଭାରତ ସମେତ ବିଶ୍ୱର ୨୦୦ଟି ଦେଶର ୨୫ହଜାର ସ୍ଥାନରେ ୧୧ଶ ଅନ୍ତର୍ଜାତୀୟ ‘ଆର୍ଟ ଅଫ୍…

33 mins ago

ମହାନତା ଦେଖାଇଲେ ମୁଖ୍ୟମନ୍ତ୍ରୀ, ପୀଡିତଙ୍କୁ ୩୦ ହଜାର ଟଙ୍କା ସହ ଯୋଗାଇଲେ ଚିକିତ୍ସା

ଚାନ୍ଦବାଲି (କେନ୍ୟୁଜ): ଏ ଶରୀର କ୍ଷଣସ୍ଥାୟୀ । ସତରେ ଏ ଶରୀର କିଛି ନୁହେଁ ଆଜି ଭଲ ଅଛି ତ…

43 mins ago