ବ୍ୟବସାୟ ଓ ଅର୍ଥନୀତି

ନୂଆ ତେଲ ରେଟ ଜାରି; ଭୁବନେଶ୍ୱରରେ ପେଟ୍ରୋଲ ଲିଟର ପିଛା କେତେ ଟଙ୍କାରେ ମିଳୁଛି ଜାଣନ୍ତୁ

କେନ୍ୟୁଜ୍(ବ୍ୟୁରୋ): ଗାଡ଼ିରେ ତେଲ ପକାଇବା ପୂର୍ବରୁ ନଜର ପକାନ୍ତୁ ଆଜି କେତେ ରହିଛି ଦର। ଭୁବନେଶ୍ୱରରେ ଆଜି ତୈଳ ଦର ୧୦୩ ଟଙ୍କା ୪୭ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା ୯୫ ଟଙ୍କା ୦୩ ପଇସା ରହିଛି। ସେହିପରି ଦେଶର ପ୍ରମୁଖ ସହରରେ ପେଟ୍ରୋଲ ଓ ଡିଜେଲ ଦର ଅପରିବର୍ତ୍ତିତ ରହିଛି।

ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୯୬ ଟଙ୍କା ୭୨ ପଇସା ଓ ଡିଜେଲ ଦର ୮୯ ଟଙ୍କା ୬୨ ପଇସା ହୋଇଛି। ମୁମ୍ବାଇରେ ପେଟ୍ରୋଲ ଲିଟର ପିଛା ୧୦୬ ଟଙ୍କା ୩୧ ପଇସା ହୋଇଥିବା ବେଳେ ଡିଜେଲ ଲିଟର ପିଛା ୯୪ ଟଙ୍କା ୨୭ ପଇସା ରହିଛି । ସେହିପରି କୋଲକାତାରେ ପେଟ୍ରୋଲ ଦର ୧୦୬ ଟଙ୍କା ୦୩ ପଇସା ଥିବାବେଳେ ଡିଜେଲ ଦର ୯୨ ଟଙ୍କା ୭୬ ପଇସା ରହିଛି। ଚେନ୍ନାଇରେ ପେଟ୍ରୋଲ ଦର ୧୦୨ ଟଙ୍କା ୭୪ ପଇସା ଥିବା ବେଳେ ଡିଜେଲ ଦାମ ୯୪ ଟଙ୍କା ୩୩ ପଇସା ରହିଛି।

କେମିତି ଜାଣିବେ ଆପଣଙ୍କ ସହରରେ କେତେ ଅଛି ଦାମ୍:

ପେଟ୍ରୋଲ ଏବଂ ଡିଜେଲ ଦାମ୍ ଆପଣ SMS ମାଧ୍ୟମରେ ମଧ୍ୟ ଜାଣିପାରିବେ। ଇଣ୍ଡିଆନ ଅଏଲ ୱେବସାଇଟ ଅନୁଯାୟୀ ଆପଣଙ୍କୁ ଏବଂ ନିଜ ସହରର କୋଡ୍ ଲେଖି ୯୨୨୪୯୯୨୨୪୯ ନମ୍ବରକୁ ପଠାଇବାକୁ ହେବ। ପ୍ରତି ସହରର କୋଡ୍ ଅଲଗା ଅଲଗା ରହିଥାଏ। ଯାହା ଆପଣଙ୍କୁ ଆଇସିଓଏଲ ୱେବସାଇଟରୁ ମିଳିଯିବ।

ପ୍ରତିଦିନ ଛଅଟା ବେଳେ ବଦଳିଯାଏ ମୂଲ୍ୟ:

ସୂଚନା ମୁତାବକ, ପ୍ରତ୍ୟେକ ଦିନ ସକାଳ ୬ଟା ରେ ପେଟ୍ରୋଲ ଏବଂ ଡିଜେଲ୍ ଦାମରେ ପରିବର୍ତ୍ତନ ହୋଇଥାଏ। ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଡିଲର କମିଶନ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ପ୍ରାୟ ଦ୍ୱିଗୁଣିତ ହୁଏ। ବୈଦେଶିକ ମୂଲ୍ୟ ସହିତ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ମୂଲ୍ୟ ଉପରେ ନିର୍ଭର କରି ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ପ୍ରତିଦିନ ବଦଳିଥାଏ।

Barsha

Recent Posts

ଆଜିର ରାଶିଫଳ : ଜାଣନ୍ତୁ ଆଜି କେଉଁ ରାଶିର ଲୋକଙ୍କ ପାଇଁ କିପରି କଟିବ ଦିନ

ମେଷ: ଲାଭ ବଢ଼ିବ ଏବଂ ଆୟରେ ବୃଦ୍ଧି ଘଟିବ । କୌଣସି ନୂଆ ଆଇଡିଆ ଆପଣଙ୍କୁ ଆଗକୁ ନେବାରେ ସହାୟକ…

2 hours ago

ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ମୃତ୍ୟୁ, କ୍ଷତିପୁରଣ ଦାବିରେ କଟକ-ଚାନ୍ଦବାଲି ରାଜ୍ୟ ରାଜପଥ ଅବରୋଧ

ଆଳି : ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଜଣେ ଦିନ ମଜୁରିଆଙ୍କ ମୃତ୍ୟୁ ଘଟିଛି । କ୍ଷତିପୁରଣ ଦାବିରେ କଟକ-ଚାନ୍ଦବାଲି…

4 hours ago

ବ୍ୟାଟେରୀ ଗାଡିରୁ ସର୍ଟ ସର୍କିଟ ହୋଇ ଫାଟିଲା ଗ୍ୟାସ ଟାଙ୍କି, ଜଳିଗଲା ଘର

ବ୍ୟାଟେରୀ ଗାଡିରୁ ସର୍ଟ ସର୍କିଟ ହୋଇ ଫାଟିଗଲା ଗ୍ୟାସ ଟାଙ୍କି ଜଳିଗଲା ଘର । ବାରିପଦା ସଦର ଥାନା ଅନ୍ତର୍ଗତ…

5 hours ago

ଘୋଷଣା ହେଲା ମନ୍ତ୍ରୀଙ୍କ ବିଭାଗ ବଣ୍ଟନ, ମୁଖ୍ୟମନ୍ତ୍ରୀଙ୍କ ହାତରେ ଗୃହ, ସୂର୍ଯ୍ୟବଂଶୀଙ୍କୁ ଉଚ୍ଚଶିକ୍ଷା

କେନ୍ୟୁଜ (ବ୍ୟୁରୋ) : ଆଜି ମୋହନ ମାଝୀଙ୍କ ସରକାରରେ ମନ୍ତ୍ରୀମାନଙ୍କୁ ବିଭାଗ ବଣ୍ଟନ କରାଯାଇଛି । ମୁଖ୍ୟମନ୍ତ୍ରୀ ନିଜ ପାଖରେ…

6 hours ago

ମୃତ ଝିଅର ନ୍ୟାୟ ପାଇଁ ଥାନା ବାରଣ୍ଡାରେ ନେହୁରା ହେଉଛି ମା

ସୋର: ଥାନା ସମ୍ମୁଖରେ ହୋହାଲ୍ଲା ପାଟିତୁଣ୍ଡ । କମ୍ପୁଛି ସ୍‌ଥାନୀୟ ଅଞ୍ଚଳ । ଆପଣ ଭାବୁଥିବେ ଥାନା ସମ୍ମୁଖରେ ଏତେ…

6 hours ago

ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ଜେଟିପିଙ୍କୁ ଭକ୍ତଙ୍କ ଆକ୍ରମଣ ଅଭିଯୋଗ

ପୁରୀ : ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ଜେଟିପିଙ୍କୁ ଭକ୍ତଙ୍କ ଆକ୍ରମଣ ଅଭିଯୋଗ । ଆହତ ଜେଟିପି ହେଉଛନ୍ତି ଲଷ୍ମୀଧର ଉପାଧ୍ୟାୟ…

7 hours ago