ବ୍ୟବସାୟ ଓ ଅର୍ଥନୀତି

ଭୁବନେଶ୍ୱରରେ ସାମାନ୍ୟ ବଢ଼ିଲା ପେଟ୍ରୋଲ ଓ ଡିଜେଲ ଦାମ୍, ଜାଣନ୍ତୁ ଆଜିର ଅପଡେଟ୍ ଦାମ୍

ଭୁବନେଶ୍ୱରରେ ସାମାନ୍ୟ ବଢ଼ିଲା ପେଟ୍ରୋଲ ଓ ଡିଜେଲ ଦାମ୍ । ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ୧୦୩ ଟଙ୍କା ୩୬ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା ୯୫ ଟଙ୍କା ୦୩ ପଇସା ରହିଛି। ଦେଶର ପ୍ରମୁଖ ସହରରେ ବି ପେଟ୍ରୋଲ ଓ ଡିଜେଲ ଦର ଅପରିବର୍ତ୍ତିତ ରହିଛି ।

ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୯୬ ଟଙ୍କା ୭୨ ପଇସା ଓ ଡିଜେଲ ଦର ୮୯ ଟଙ୍କା ୬୨ ପଇସା ହୋଇଛି। ମୁମ୍ବାଇରେ ପେଟ୍ରୋଲ ଲିଟର ପିଛା ୧୦୬ ଟଙ୍କା ୩୧ ପଇସା ହୋଇଥିବା ବେଳେ ଡିଜେଲ ଲିଟର ପିଛା ୯୪ ଟଙ୍କା ୨୭ ପଇସା ରହିଛି । ସେହିପରି କୋଲକାତାରେ ପେଟ୍ରୋଲ ଦର ୧୦୬ ଟଙ୍କା ୦୩ ପଇସା ଥିବାବେଳେ ଡିଜେଲ ଦର ୯୨ ଟଙ୍କା ୭୬ ପଇସା ରହିଛି। ଚେନ୍ନାଇରେ ପେଟ୍ରୋଲ ଦର ୧୦୨ ଟଙ୍କା ୬୩ ପଇସା ଥିବା ବେଳେ ଡିଜେଲ ଦାମ ୯୪ ଟଙ୍କା ୨୪ ପଇସା ରହିଛି।

କେମିତି ଜାଣିବେ ଆପଣଙ୍କ ସହରରେ କେତେ ଅଛି ଦାମ୍:

ପେଟ୍ରୋଲ ଏବଂ ଡିଜେଲ ଦାମ୍ ଆପଣ SMS ମାଧ୍ୟମରେ ମଧ୍ୟ ଜାଣିପାରିବେ। ଇଣ୍ଡିଆନ ଅଏଲ ୱେବସାଇଟ ଅନୁଯାୟୀ ଆପଣଙ୍କୁ ଏବଂ ନିଜ ସହରର କୋଡ୍ ଲେଖି ୯୨୨୪୯୯୨୨୪୯ ନମ୍ବରକୁ ପଠାଇବାକୁ ହେବ। ପ୍ରତି ସହରର କୋଡ୍ ଅଲଗା ଅଲଗା ରହିଥାଏ। ଯାହା ଆପଣଙ୍କୁ ଆଇସିଓଏଲ ୱେବସାଇଟରୁ ମିଳିଯିବ।

ପ୍ରତିଦିନ ଛଅଟା ବେଳେ ବଦଳିଯାଏ ମୂଲ୍ୟ:

ସୂଚନା ମୁତାବକ, ପ୍ରତ୍ୟେକ ଦିନ ସକାଳ ୬ଟା ରେ ପେଟ୍ରୋଲ ଏବଂ ଡିଜେଲ୍ ଦାମରେ ପରିବର୍ତ୍ତନ ହୋଇଥାଏ। ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଡିଲର କମିଶନ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ପ୍ରାୟ ଦ୍ୱିଗୁଣିତ ହୁଏ। ବୈଦେଶିକ ମୂଲ୍ୟ ସହିତ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ମୂଲ୍ୟ ଉପରେ ନିର୍ଭର କରି ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ପ୍ରତିଦିନ ବଦଳିଥାଏ।

Swagatika

Recent Posts

ଆଜିର ରାଶିଫଳ : ଏହି ରାଶିର ଲୋକେ କ୍ୟାରିୟରକୁ ନେଇ କିଛି ଖୁସି ଖବର ପାଇବେ, କୌଣସି କାର୍ଯ୍ୟ ପାଇଁ ପ୍ରଶଂସା ମିଳିବ

ମେଷ : ବ୍ୟବସାୟ ତଥା ଅନ୍ୟ କ୍ଷେତ୍ରରେ ଆଜିର ଦିନ ଆପଣ ପାଇଁ ଲାଭପ୍ରଦ ଅଟେ । ଘର ତଥା…

7 hours ago

ଦୁର୍ଘଟଣାରେ ଗୋଡ ହରାଇ ଥିବା ଶିକ୍ଷକଙ୍କୁ ପାଣି ପିଆଇ ସାନ୍ତ୍ଵନା ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର(କେନ୍ୟୁଜ୍‌): ସମୟ ଥିଲା ଅପରାହ୍ନ । ଅନେକ ବ୍ୟକ୍ତି, ସଂଗଠନ, ସାଧାରଣ ଲୋକ ଆସି ରାଜ୍ୟ ଅତିଥି ଭବନର ଅସ୍ଥାୟୀ…

10 hours ago

ରାଜଧାନୀ ରାସ୍ତା କଡ଼ରେ ଗଛ ଲଗାଉଥିବା ଓ ପାଣି ଦେଉଥିବା ଏ ବ୍ୟକ୍ତିଙ୍କୁ ଦେଖିଛନ୍ତି କି ?

ଭୁବନେଶ୍ୱର: ଟାଇଁ ଟାଇଁ ମୁଣ୍ଡଫଟା ଖରା । ଚାଲିକି କି ସାଇକେଲରେ ଯିବା ଲୋକ ଖୋଜୁଛି ଗଛ ଛାଇ ଟିକେ…

11 hours ago

କାର ସହ ବାଇକ୍‌ ମୁହାଁମୁହିଁ ଧକ୍କା, ୨ ମୃତ

ଗଞ୍ଜାମ(କେନ୍ୟୁଜ୍‌): କାର ସହ ମୋଟର ସାଇକେଲ ମୁହାଁମୁହିଁ ଧକ୍କା। ୨ ବାଇକ ଆରୋହୀ ମୃତ । ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ…

11 hours ago

ନିଷ୍କ୍ରିୟ ରହିଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ, ରାଜ୍ୟରେ ଜାରି ରହିବ ଗ୍ରୀଷ୍ମ ଲହରୀ

ଭୁବନେଶ୍ୱର(କେନ୍ୟୁଜ୍‌): ନିଷ୍କ୍ରିୟ ରହିଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ଦକ୍ଷିଣ ଓଡିଶାରେ ପ୍ରବେଶ କରିବା ପରେ ଆଉ ଆଗକୁ…

11 hours ago

କାଲି ଆର୍ଟ ଅଫ୍ ଗିଭିଂ ଦିବସ, ୨୦୦ ଦେଶ ଏବଂ ୨୫ ହଜାର ସ୍ଥାନରେ ହେବ ପାଳନ

ଭୁବନେଶ୍ୱର(କେନ୍ୟୁଜ୍‌): ଆସନ୍ତାକାଲି ପାଳିତ ହେବ ଆର୍ଟ ଅଫ୍ ଗିଭିଂ ଦିବସ । ଅନ୍ୟକୁ ସାହାଯ୍ୟ ଏବଂ ଦାୟିତ୍ବ ସମ୍ପନ୍ନ ଭାବେ…

11 hours ago