ବ୍ୟବସାୟ ଓ ଅର୍ଥନୀତି

ତୈଳ କମ୍ପାନୀଗୁଡିକ ଜାରି କରିଥିବା ପେଟ୍ରୋଲ ଓ ଡିଜେଲ ମୂଲ୍ୟରେ ଆସିଛି ପରିବର୍ତ୍ତନ, ଜାଣନ୍ତୁ ଆଜିର ମୂଲ୍ୟ

ଗାଡ଼ିରେ ତେଲ ପକାଇବା ପୂର୍ବରୁ ଜାଣିନିଅନ୍ତୁ ଆଜି କେତେ ରହିଛି ତେଲ ଦର । ତୈଳ କମ୍ପାନୀଗୁଡିକ ଜାରି କରିଥିବା ପେଟ୍ରୋଲ ଓ ଡିଜେଲ ମୂଲ୍ୟରେ ପରିବର୍ତ୍ତନ ଆସିଛି । ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ୧୦୩ ଟଙ୍କା ୧୧ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା ୯୪ ଟଙ୍କା ୬୮ ପଇସା ରହିଛି ।

ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୯୬ ଟଙ୍କା ୭୨ ପଇସା ଓ ଡିଜେଲ ଦର ୮୯ ଟଙ୍କା ୬୨ ପଇସା ହୋଇଛି । ମୁମ୍ବାଇରେ ପେଟ୍ରୋଲ ଲିଟର ପିଛା ୧୦୬ ଟଙ୍କା ୩୧ ପଇସା ହୋଇଥିବା ବେଳେ ଡିଜେଲ ଲିଟର ପିଛା ୯୪ ଟଙ୍କା ୨୭ ପଇସା ରହିଛି । ସେହିପରି କୋଲକାତାରେ ପେଟ୍ରୋଲ ଦର ୧୦୬ ଟଙ୍କା ୦୩ ପଇସା ଥିବାବେଳେ ଡିଜେଲ ଦର ୯୨ ଟଙ୍କା ୭୬ ପଇସା ରହିଛି । ଚେନ୍ନାଇରେ ପେଟ୍ରୋଲ ଦର ୧୦୨ ଟଙ୍କା ୭୪ ପଇସା ଥିବା ବେଳେ ଡିଜେଲ ଦାମ ୯୪ ଟଙ୍କା ୩୩ ପଇସା ରହିଛି ।

କେମିତି ଜାଣିବେ ଆପଣଙ୍କ ସହରରେ କେତେ ଅଛି ଦାମ୍:

ପେଟ୍ରୋଲ ଏବଂ ଡିଜେଲ ଦାମ୍ ଆପଣ SMS ମାଧ୍ୟମରେ ମଧ୍ୟ ଜାଣିପାରିବେ । ଇଣ୍ଡିଆନ ଅଏଲ ୱେବସାଇଟ ଅନୁଯାୟୀ ଆପଣଙ୍କୁ ଏବଂ ନିଜ ସହରର କୋଡ୍ ଲେଖି ୯୨୨୪୯୯୨୨୪୯ ନମ୍ବରକୁ ପଠାଇବାକୁ ହେବ । ପ୍ରତି ସହରର କୋଡ୍ ଅଲଗା ଅଲଗା ରହିଥାଏ। ଯାହା ଆପଣଙ୍କୁ ଆଇସିଓଏଲ ୱେବସାଇଟରୁ ମିଳିଯିବ ।

ପ୍ରତିଦିନ ଛଅଟା ବେଳେ ବଦଳିଯାଏ ମୂଲ୍ୟ:

ସୂଚନା ମୁତାବକ, ପ୍ରତ୍ୟେକ ଦିନ ସକାଳ ୬ଟା ରେ ପେଟ୍ରୋଲ ଏବଂ ଡିଜେଲ୍ ଦାମରେ ପରିବର୍ତ୍ତନ ହୋଇଥାଏ । ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଡିଲର କମିଶନ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ପ୍ରାୟ ଦ୍ୱିଗୁଣିତ ହୁଏ । ବୈଦେଶିକ ମୂଲ୍ୟ ସହିତ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ମୂଲ୍ୟ ଉପରେ ନିର୍ଭର କରି ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ପ୍ରତିଦିନ ବଦଳିଥାଏ ।

 

 

Barsha

Recent Posts

ଏଫଆଇଭିବି ଭଲିବଲ୍ ଫାଉଣ୍ଡେସନର ପ୍ରତିଷ୍ଠାତା ସହଯୋଗୀ ଭାବେ କିଟ୍ ଓ କିସର ନାଁ ଘୋଷଣା

ଭୁବନେଶ୍ୱର(କେନ୍ୟୁଜ୍‌): ଅନ୍ତର୍ଜାତୀୟ ଭଲିବଲ୍ ସଂଘ (ଏଫଆଇଭିବି) ପକ୍ଷରୁ ନୂଆ କରି ଗଠନ କରାଯାଇଥିବା ଏଫଆଇଭିବି ଭଲିବଲ୍ ଫାଉଣ୍ଡେସନର ପ୍ରତିଷ୍ଠାତା ସହଯୋଗୀ…

2 hours ago

ଘରର କବାଟ ଝରକା ଭାଙ୍ଗି ଟଙ୍କା, ସୁନା ଲୁଟିବା ସହ ଜୀବନ ନେଇଗଲେ ଦୃର୍ବୁତ୍ତ

ବୌଦ୍ଧ : ଅଧା ରହିଥିଲା ଘର କାମ ତେଣୁ ଘର କାମ କରିବା ପାଇଁ ବ୍ୟାଙ୍କରୁ ଟଙ୍କା ଆଣିଥିଲେ। ହେଲେ…

2 hours ago

ଭୋଟ୍‌ ଦେବାକୁ ଆସିଥିଲେ, ବୁଥ୍‌ ସାମ୍ନାରେ ସ୍ତ୍ରୀର ଜୀବନ ନେଇଗଲା ସ୍ୱାମୀ

ଭଦ୍ରକ: ୪ ବର୍ଷ ତଳେ ହୋଇଥିଲା ବାହାଘର । ଅଗ୍ନିକୁ ସାଖି ରଖି ସାରା ଜୀବନ ପାଇଁ ପରସ୍ପର ସାଥି…

2 hours ago

ରାଜ୍ୟରେ ସନ୍ଧ୍ୟା ୫ଟା ସୁଦ୍ଧା ୬୨.୪୬ ପ୍ରତିଶତ ମତଦାନ

ଭୁବନେଶ୍ୱର(କେନ୍ୟୁଜ୍‌): ସରିଲା ଗଣତନ୍ତ୍ରର ମହାପର୍ବ । ଓଡିଶାରେ ଚତୁର୍ଥ ତଥା ଅନ୍ତିମ ପର୍ଯ୍ୟାୟ ନିର୍ବାଚନରେ ୬ଟି ଲୋକସଭା ଓ ୪୨…

4 hours ago

ଭୋଟ ଦେବାକୁ ଆସିଥିବା ବେଳେ ସ୍ତ୍ରୀକୁ ହତ୍ୟାକଲା ନୃଶଂସ ସ୍ବାମୀ

ଭଦ୍ରକ (କେନ୍ୟୁଜ୍‌): ବୁଥ ସାମ୍ନାରେ ହାଣିଲା ସ୍ୱାମୀ । ସ୍ତ୍ରୀକୁ ମେଡିକାଲରେ ମୃତ ଘୋଷଣା କଲେ ଡାକ୍ତର । ତେବେ…

5 hours ago

IT କମ୍ପାନୀର ବିଲ୍ଡିଂରେ ଭୟାବହ ଅଗ୍ନିକାଣ୍ଡ, ଜଳି ଛାରଖାର ହେଲା ଅଫିସ୍‌ ଗୃହ

ପ୍ରବଳ ଗ୍ରୀଷ୍ମ ତାତି ଭିତରେ ଉତ୍ତର ପ୍ରଦେଶର ନୋଏଡାରେ ଲଗାତାର ଅଗ୍ନିକାଣ୍ଡ ଘଟୁଛି । ଗତ ୩ ଦିନ ହେବ…

5 hours ago