ଜଲଦି ଚେକ୍ କରନ୍ତୁ ଆଜିର ପେଟ୍ରୋଲ-ଡିଜେଲ ଦର; ଅନେକ ସ୍ଥାନରେ କମିଲା ମୂଲ୍ୟ

ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ୧୦୩ ଟଙ୍କା ୧୧ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା ୯୪ ଟଙ୍କା ୬୮ ପଇସା ରହିଛି । ଏପଟେ ଦେଶର ପ୍ରମୁଖ ସହରରେ ବି ପେଟ୍ରୋଲ ଓ ଡିଜେଲ ଦର ପରିବର୍ତ୍ତିତ ହୋଇଛି ।

ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ୧୦୩ ଟଙ୍କା ୧୧ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା ୯୪ ଟଙ୍କା ୬୮ ପଇସା ରହିଛି । ଏପଟେ ଦେଶର ପ୍ରମୁଖ ସହରରେ ବି ପେଟ୍ରୋଲ ଓ ଡିଜେଲ ଦର ପରିବର୍ତ୍ତିତ ହୋଇଛି ।

ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୧୦୬ ଟଙ୍କା ୦୩ ପଇସା ଓ ଡିଜେଲ ଦର ୯୨ ଟଙ୍କା ୭୬ ପଇସା ହୋଇଛି। ମୁମ୍ବାଇରେ ପେଟ୍ରୋଲ ଲିଟର ପିଛା ୧୦୬ ଟଙ୍କା ୩୧ ପଇସା ହୋଇଥିବା ବେଳେ ଡିଜେଲ ଲିଟର ପିଛା ୯୪ ଟଙ୍କା ୩୩ ପଇସା ରହିଛି । ସେହିପରି କୋଲକାତାରେ ପେଟ୍ରୋଲ ଦର ୧୦୬ ଟଙ୍କା ୦୩ ପଇସା ଥିବାବେଳେ ଡିଜେଲ ଦର ୯୨ ଟଙ୍କା ୨୭ ପଇସା ରହିଛି । ଚେନ୍ନାଇରେ ପେଟ୍ରୋଲ ଦର ୧୦୨ ଟଙ୍କା ୭୪ ପଇସା ଥିବା ବେଳେ ଡିଜେଲ ଦାମ ୯୪ ଟଙ୍କା ୩୩ ପଇସା ରହିଛି ।

କେମିତି ଜାଣିବେ ଆପଣଙ୍କ ସହରରେ କେତେ ଅଛି ଦାମ୍:

ପେଟ୍ରୋଲ ଏବଂ ଡିଜେଲ ଦାମ୍ ଆପଣ SMS ମାଧ୍ୟମରେ ମଧ୍ୟ ଜାଣିପାରିବେ । ଇଣ୍ଡିଆନ ଅଏଲ ୱେବସାଇଟ ଅନୁଯାୟୀ ଆପଣଙ୍କୁ ଏବଂ ନିଜ ସହରର କୋଡ୍ ଲେଖି ୯୨୨୪୯୯୨୨୪୯ ନମ୍ବରକୁ ପଠାଇବାକୁ ହେବ । ପ୍ରତି ସହରର କୋଡ୍ ଅଲଗା ଅଲଗା ରହିଥାଏ । ଯାହା ଆପଣଙ୍କୁ ଆଇସିଓଏଲ ୱେବସାଇଟରୁ ମିଳିଯିବ।

ପ୍ରତିଦିନ ଛଅଟା ବେଳେ ବଦଳିଯାଏ ମୂଲ୍ୟ:

ସୂଚନା ମୁତାବକ, ପ୍ରତ୍ୟେକ ଦିନ ସକାଳ ୬ଟାରେ ପେଟ୍ରୋଲ ଏବଂ ଡିଜେଲ୍ ଦାମରେ ପରିବର୍ତ୍ତନ ହୋଇଥାଏ । ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଡିଲର କମିଶନ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ପ୍ରାୟ ଦ୍ୱିଗୁଣିତ ହୁଏ । ବୈଦେଶିକ ମୂଲ୍ୟ ସହିତ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ମୂଲ୍ୟ ଉପରେ ନିର୍ଭର କରି ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ପ୍ରତିଦିନ ବଦଳିଥାଏ ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.