ଭୁବନେଶ୍ବରରେ ସାମାନ୍ୟ ବଢ଼ିଲା ପେଟ୍ରୋଲ ଦର; ଘରୁ ବାହାରିବା ପୂର୍ବରୁ ଯାଞ୍ଚ କରନ୍ତୁ ଆଜିର ମୂଲ୍ୟ…

ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ସାମାନ୍ୟ କମି ୧୦୩ ଟଙ୍କା ୧୯ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା ୯୪ ଟଙ୍କା ୭୬ ପଇସା ରହିଛି । ଏପଟେ ଦେଶର ପ୍ରମୁଖ ସହରରେ ପେଟ୍ରୋଲ ଓ ଡିଜେଲ ଦର ଅପରିବର୍ତ୍ତିତ ରହିଛି ।

ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ସାମାନ୍ୟ କମି ୧୦୩ ଟଙ୍କା ୧୯ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା ୯୪ ଟଙ୍କା ୭୬ ପଇସା ରହିଛି । ଏପଟେ ଦେଶର ପ୍ରମୁଖ ସହରରେ ପେଟ୍ରୋଲ ଓ ଡିଜେଲ ଦର ଅପରିବର୍ତ୍ତିତ ରହିଛି ।

ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୯୬ ଟଙ୍କା ୭୨ ପଇସା ଓ ଡିଜେଲ ଦର ୮୯ ଟଙ୍କା ୬୨ ପଇସା ହୋଇଛି। ମୁମ୍ବାଇରେ ପେଟ୍ରୋଲ ଲିଟର ପିଛା ୧୦୬ ଟଙ୍କା ୩୧ ପଇସା ହୋଇଥିବା ବେଳେ ଡିଜେଲ ଲିଟର ପିଛା ୯୪ ଟଙ୍କା ୩୩ ପଇସା ରହିଛି । ସେହିପରି କୋଲକାତାରେ ପେଟ୍ରୋଲ ଦର ୧୦୬ ଟଙ୍କା ୦୩ ପଇସା ଥିବାବେଳେ ଡିଜେଲ ଦର ୯୨ ଟଙ୍କା ୭୬ ପଇସା ରହିଛି । ଚେନ୍ନାଇରେ ପେଟ୍ରୋଲ ଦର ୧୦୨ ଟଙ୍କା ୮୬ ପଇସା ଥିବା ବେଳେ ଡିଜେଲ ଦାମ ୯୪ ଟଙ୍କା ୨୪ ପଇସା ରହିଛି ।

କେମିତି ଜାଣିବେ ଆପଣଙ୍କ ସହରରେ କେତେ ଅଛି ଦାମ୍:

ପେଟ୍ରୋଲ ଏବଂ ଡିଜେଲ ଦାମ୍ ଆପଣ SMS ମାଧ୍ୟମରେ ମଧ୍ୟ ଜାଣିପାରିବେ । ଇଣ୍ଡିଆନ ଅଏଲ ୱେବସାଇଟ ଅନୁଯାୟୀ ଆପଣଙ୍କୁ ଏବଂ ନିଜ ସହରର କୋଡ୍ ଲେଖି ୯୨୨୪୯୯୨୨୪୯ ନମ୍ବରକୁ ପଠାଇବାକୁ ହେବ । ପ୍ରତି ସହରର କୋଡ୍ ଅଲଗା ଅଲଗା ରହିଥାଏ । ଯାହା ଆପଣଙ୍କୁ ଆଇସିଓଏଲ ୱେବସାଇଟରୁ ମିଳିଯିବ।

ପ୍ରତିଦିନ ଛଅଟା ବେଳେ ବଦଳିଯାଏ ମୂଲ୍ୟ:

ସୂଚନା ମୁତାବକ, ପ୍ରତ୍ୟେକ ଦିନ ସକାଳ ୬ଟାରେ ପେଟ୍ରୋଲ ଏବଂ ଡିଜେଲ୍ ଦାମରେ ପରିବର୍ତ୍ତନ ହୋଇଥାଏ । ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଡିଲର କମିଶନ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ପ୍ରାୟ ଦ୍ୱିଗୁଣିତ ହୁଏ । ବୈଦେଶିକ ମୂଲ୍ୟ ସହିତ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ମୂଲ୍ୟ ଉପରେ ନିର୍ଭର କରି ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ପ୍ରତିଦିନ ବଦଳିଥାଏ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.