ବ୍ୟବସାୟ ଓ ଅର୍ଥନୀତି

ଭୁବନେଶ୍ବରରେ କମିଲା ପେଟ୍ରୋଲ ଦର; ଘରୁ ବାହାରିବା ପୂର୍ବରୁ ଯାଞ୍ଚ କରନ୍ତୁ ଆଜିର ମୂଲ୍ୟ

ଦେଶର କିଛି ସ୍ଥାନରେ ତୈଳ ଦର ସ୍ଥିର ରହିଥିବା ବେଳେ ଅନ୍ୟ କିଛି ସ୍ଥାନରେ ତୈଳ ଦରରେ ପରିବର୍ତ୍ତନ ହୋଇଛି । ଭୁବନେଶ୍ୱର ପେଟ୍ରୋଲ ଦରରେ ପରିବର୍ତ୍ତନ ହୋଇଥିବା ଦେଖିବାକୁ ମିଳିଛି । ସେହିପରି ଦେଶ ଅନ୍ୟ କିଛି ସ୍ଥାନରେ ଦର ଖସି ଥିବା ବେଳେ ଆଉ କିଛି ସ୍ଥାନରେ ଦର ବୃଦ୍ଧି ପାଇଥିବା ଦେଖିବାକୁ ମିଳିଛି । ଆସନ୍ତୁ ଜାଣିବା କେଉଁ ସହରର କେତେ ରହିଛି ଡିଜେଲ-ପେଟ୍ରୋଲ୍ ମୂଲ୍ୟ ? ଭୁବନେଶ୍ୱରରେ ପେଟ୍ରୋଲ ଦର ୧୦୧ ଟଙ୍କା ୦୬ ପଇସା ରହିଛି । ଡିଜେଲ ଦର ୯୨ ଟଙ୍କା ୬୪ ପଇସା ରହିଛି ।

ଦିଲ୍ଲୀରେ ପେଟ୍ରୋଲ ଦର ୯୪ ଟଙ୍କା ୭୨ ପଇସାକୁ ହ୍ରାସ ପାଇଥିବା ବେଳେ ଡିଜେଲ ଦର ୮୭ ଟଙ୍କା ୬୨ ପଇସାକୁ ହ୍ରାସ ପାଇଛି । ମୁମ୍ବାଇରେ ପେଟ୍ରୋଲ ଲିଟର ପିଛା ୧୦୪ଟଙ୍କା ୨୧ ପଇସା ହୋଇଥିବା ବେଳେ ଡିଜେଲ ଲିଟର ପିଛା ୯୨ ଟଙ୍କା ୧୫ ପଇସା ରହିଛି । ସେହିପରି କୋଲକାତାରେ ପେଟ୍ରୋଲ ଦର ୧୦୩ ଟଙ୍କା ୯୪ ପଇସା ଥିବାବେଳେ ଡିଜେଲ ଦର ୯୦ ଟଙ୍କା ୭୬ ପଇସା ରହିଛି । ଚେନ୍ନାଇରେ ପେଟ୍ରୋଲ ଦର ୧୦୦ ଟଙ୍କା ୭୫ ପଇସା ଥିବା ବେଳେ ଡିଜେଲ ଦାମ ୯୨ ଟଙ୍କା ୩୪ ପଇସା ରହିଛି ।

କେମିତି ଜାଣିବେ ଆପଣଙ୍କ ସହରରେ କେତେ ଅଛି ଦାମ୍:

ପେଟ୍ରୋଲ ଏବଂ ଡିଜେଲ ଦାମ୍ ଆପଣ SMS ମାଧ୍ୟମରେ ମଧ୍ୟ ଜାଣିପାରିବେ । ଇଣ୍ଡିଆନ ଅଏଲ ୱେବସାଇଟ ଅନୁଯାୟୀ ଆପଣଙ୍କୁ ଏବଂ ନିଜ ସହରର କୋଡ୍ ଲେଖି ୯୨୨୪୯୯୨୨୪୯ ନମ୍ବରକୁ ପଠାଇବାକୁ ହେବ । ପ୍ରତି ସହରର କୋଡ୍ ଅଲଗା ଅଲଗା ରହିଥାଏ । ଯାହା ଆପଣଙ୍କୁ ଆଇସିଓଏଲ ୱେବସାଇଟରୁ ମିଳିଯିବ।

ପ୍ରତିଦିନ ଛଅଟା ବେଳେ ବଦଳିଯାଏ ମୂଲ୍ୟ:

ସୂଚନା ମୁତାବକ, ପ୍ରତ୍ୟେକ ଦିନ ସକାଳ ୬ଟାରେ ପେଟ୍ରୋଲ ଏବଂ ଡିଜେଲ୍ ଦାମରେ ପରିବର୍ତ୍ତନ ହୋଇଥାଏ । ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଡିଲର କମିଶନ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ପ୍ରାୟ ଦ୍ୱିଗୁଣିତ ହୁଏ । ବୈଦେଶିକ ମୂଲ୍ୟ ସହିତ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ମୂଲ୍ୟ ଉପରେ ନିର୍ଭର କରି ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ପ୍ରତିଦିନ ବଦଳିଥାଏ ।

Barsha

Recent Posts

ହାଇଦ୍ରାବାଦ ରେଷ୍ଟୁରାଣ୍ଟର ଚିକେନ୍‌ ବିରିୟାନୀରୁ ବାହାରିଲା ପୋକ, ସୋସିଆଲ ମିଡିଆରେ ଫଟୋ ସେୟାର କଲେ ଗ୍ରାହକ

ଗତ କିଛି ଦିନ ହେବ ଲଗାତାର ଭାବେ ଖାଦ୍ୟରୁ ମୂଷା, ଅସରପା, ବେଙ୍ଗ, ବ୍ଲେଡ୍‌ ଆଦି ବାହାରିବା ନେଇ ସୋସିଆଲ…

3 mins ago

ଶପଥ ନେବା ପାଇଁ ଟ୍ରାକ୍ଟରରେ ସଂସଦ ପହଞ୍ଚିଲେ ରାଜସ୍ଥାନର ସାଂସଦ ଅମରାରାମ, ଭିଡିଓ ଭାଇରଲ

ସାଂସଦ ଅମରାରାମ ଦିଲ୍ଲୀ ରାଜସ୍ଥାନ ହାଉସରୁ ସଂସଦ ପାଇଁ ଟ୍ରାକ୍ଟରରେ ଯାତ୍ରା କରିଛନ୍ତି । ନିଜର ଦେଶୀ ରାଜସ୍ଥାନ ଅନ୍ଦାଜରେ…

7 mins ago

ସାପ ଧରିବାକୁ ଯାଇଥିଲେ, ହେଲେ ଜାରରେ ଭର୍ତ୍ତି କରିବା ସମୟରେ କାମୁଡିଦେଲା ହାତକୁ

ସୁବର୍ଣ୍ଣପୁର : ସାପ କାମୁଡାରେ ସାପ ଧରାଳୀର ମୃତ୍ୟୁ । ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁରରେ ଆଜି ଘଟିଯାଇଛି ଏଭଳି ଏକ…

8 mins ago

Airtel ୟୁଜର୍ସଙ୍କ ପାଇଁ ଖୁସି ଖବର, ୮୪ ଦିନ ଭାଲିଡିଟି ସହ ପ୍ରତିଦିନ ମିଳିବ ୩GB ଡାଟା

ଦେଶର ଦ୍ୱିତୀୟ ବୃହତ୍ତମ ଟେଲିକମ୍ କମ୍ପାନୀ ଏୟାରଟେଲ୍ ଏହାର ଉନ୍ନତ କନେକ୍ଟିଭିଟି ପାଇଁ ବେସ ଜଣାଶୁଣା । ଦେଶର ଦୂରବର୍ତ୍ତୀ…

1 hour ago

ଇରଫାନ ପଠାନଙ୍କ ମେକଅପ୍‌ ଆର୍ଟିଷ୍ଟଙ୍କ ମୃତ୍ୟୁ, ସୁଇମିଂ ପୁଲରେ ଗାଧେଇବା ବେଳେ ଚାଲିଗଲା ଜୀବନ

ପୂର୍ବତନ ଭାରତୀୟ କ୍ରିକେଟର ତଥା କମେଣ୍ଟେଣ୍ଟର ଇରଫାନ ପଠାନଙ୍କ ମେକଅପ ଆର୍ଟିଷ୍ଟଙ୍କ ମୃତ୍ୟୁ । ସୁଇମିଂ ପୁଲରେ ବୁଡ଼ି ଯିବାରୁ…

1 hour ago

ରାଜ୍ୟରେ ମୌସୁମୀ ପ୍ରଭାବ, ୨୬ ତାରିଖରେ ପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ରାଜ୍ୟରେ ମୌସୁମୀର ପ୍ରଭାବରେ ବର୍ଷା । ବିଭିନ୍ନ ଅଞ୍ଚଳରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଜାରି ରହିଛି ।…

1 hour ago