ବ୍ୟବସାୟ ଓ ଅର୍ଥନୀତି

ପେଟ୍ରୋଲ-ଡିଜେଲ ଦର : ଚେକ୍ କରନ୍ତୁ ମୂଲ୍ୟରେ କେତେ ହେଲା ପରିବର୍ତ୍ତନ

ଭୁବନେଶ୍ୱର ପେଟ୍ରୋଲ ଦରରେ ପରିବର୍ତ୍ତନ ହୋଇଥିବା ଦେଖିବାକୁ ମିଳିଛି । ସେହିପରି ଦେଶ ଅନ୍ୟ କିଛି ସ୍ଥାନରେ ଦର ଖସି ଥିବା ଦେଖିବାକୁ ମିଳିଛି । ଆସନ୍ତୁ ଜାଣିବା କେଉଁ ସହରର କେତେ ରହିଛି ଡିଜେଲ-ପେଟ୍ରୋଲ୍ ମୂଲ୍ୟ ? ଭୁବନେଶ୍ୱରରେ ପେଟ୍ରୋଲ ଦର ୧୦୧ ଟଙ୍କା ୦୫ ପଇସା ରହିଛି । ଡିଜେଲ ଦର ୯୨ ଟଙ୍କା ୬୨ ପଇସା ରହିଛି ।

ଦିଲ୍ଲୀରେ ପେଟ୍ରୋଲ ଦର ୯୪ ଟଙ୍କା ୭୨ ପଇସାକୁ ହ୍ରାସ ପାଇଥିବା ବେଳେ ଡିଜେଲ ଦର ୮୭ ଟଙ୍କା ୬୨ ପଇସାକୁ ହ୍ରାସ ପାଇଛି । ମୁମ୍ବାଇରେ ପେଟ୍ରୋଲ ଲିଟର ପିଛା ୧୦୪ଟଙ୍କା ୨୧ ପଇସା ହୋଇଥିବା ବେଳେ ଡିଜେଲ ଲିଟର ପିଛା ୯୨ ଟଙ୍କା ୧୫ ପଇସା ରହିଛି । ସେହିପରି କୋଲକାତାରେ ପେଟ୍ରୋଲ ଦର ୧୦୩ ଟଙ୍କା ୯୪ ପଇସା ଥିବାବେଳେ ଡିଜେଲ ଦର ୯୦ ଟଙ୍କା ୭୬ ପଇସା ରହିଛି । ଚେନ୍ନାଇରେ ପେଟ୍ରୋଲ ଦର ୧୦୦ ଟଙ୍କା ୭୫ ପଇସା ଥିବା ବେଳେ ଡିଜେଲ ଦାମ ୯୨ ଟଙ୍କା ୩୪ ପଇସା ରହିଛି ।

କେମିତି ଜାଣିବେ ଆପଣଙ୍କ ସହରରେ କେତେ ଅଛି ଦାମ୍:

ପେଟ୍ରୋଲ ଏବଂ ଡିଜେଲ ଦାମ୍ ଆପଣ SMS ମାଧ୍ୟମରେ ମଧ୍ୟ ଜାଣିପାରିବେ । ଇଣ୍ଡିଆନ ଅଏଲ ୱେବସାଇଟ ଅନୁଯାୟୀ ଆପଣଙ୍କୁ ଏବଂ ନିଜ ସହରର କୋଡ୍ ଲେଖି ୯୨୨୪୯୯୨୨୪୯ ନମ୍ବରକୁ ପଠାଇବାକୁ ହେବ । ପ୍ରତି ସହରର କୋଡ୍ ଅଲଗା ଅଲଗା ରହିଥାଏ । ଯାହା ଆପଣଙ୍କୁ ଆଇସିଓଏଲ ୱେବସାଇଟରୁ ମିଳିଯିବ।

ପ୍ରତିଦିନ ଛଅଟା ବେଳେ ବଦଳିଯାଏ ମୂଲ୍ୟ:

ସୂଚନା ମୁତାବକ, ପ୍ରତ୍ୟେକ ଦିନ ସକାଳ ୬ଟାରେ ପେଟ୍ରୋଲ ଏବଂ ଡିଜେଲ୍ ଦାମରେ ପରିବର୍ତ୍ତନ ହୋଇଥାଏ । ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଡିଲର କମିଶନ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ପ୍ରାୟ ଦ୍ୱିଗୁଣିତ ହୁଏ । ବୈଦେଶିକ ମୂଲ୍ୟ ସହିତ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ମୂଲ୍ୟ ଉପରେ ନିର୍ଭର କରି ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ପ୍ରତିଦିନ ବଦଳିଥାଏ ।

Barsha

Recent Posts

ବାଲେଶ୍ଵରରେ ହଟିଲା ଦିନ କର୍ଫ୍ୟୁ, ରାତି କର୍ଫ୍ୟୁ ବଳବତ୍ତର

ବାଲେଶ୍ଵର: ହଟିଲା ଦିନ କର୍ଫ୍ୟୁ, ରାତି କର୍ଫ୍ୟୁ ବଳବତ୍ତର । ବାଲେଶ୍ଵରରେ ଆଜିଠୁ ରାତ୍ରିକାଳୀନ କର୍ଫ୍ୟୁ । ରାତି ୯ଟାରୁ…

10 mins ago

ଆଜିଠୁ ୪ଦିନ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା

ଭୁବନେଶ୍ୱର: ଆଜିଠୁ ୪ଦିନ ଯାଏ ବର୍ଷା । ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ବଙ୍ଗୋପସାଗରରେ…

56 mins ago

ଆଜି ଲୋକସଭା ବାଚସ୍ପତି ନିର୍ବାଚନ, ଦିନ ୧୧ଟାରେ ଭୋଟିଂ

ନୂଆଦିଲ୍ଲୀ: ଆଜି ଲୋକସଭା ବାଚସ୍ପତି ନିର୍ବାଚନ । ସ୍ଵାଧୀନତା ପରେ ପ୍ରଥମ ଥର ପାଇଁ ଲୋକସଭା ବାଚିସ୍ପତି ପଦବୀ ପାଇଁ…

1 hour ago

ଆଜିର ରାଶିଫଳ: ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଶୁଭ, ଛାତ୍ରଛାତ୍ରୀ ପାଠପଢ଼ାରେ ପରିବର୍ତ୍ତନ ଆଣିବେ

ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…

9 hours ago

ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ

ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…

10 hours ago

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ, ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…

10 hours ago