ଜଲଦି ଚେକ୍ କରନ୍ତୁ ଆଜିର ପେଟ୍ରୋଲ-ଡିଜେଲ ଦର; ଅନେକ ସ୍ଥାନରେ କମିଲା ମୂଲ୍ୟ

ପେଟ୍ରୋଲ ହେଉଛି ଏକ ଦୈନଦିନ ଖର୍ଚ୍ଚ । ଯେଉଁଠି ପାଇଁ ଆମେ ସବୁବେଳେ ଦର ଉପରେ ନଜର ରଖିଥାଉ । ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ୧୦୦ ଟଙ୍କା ୯୭ ପଇସା ରହିଛି । ଡିଜେଲ ଦର ୯୨ ଟଙ୍କା ୫୫ ପଇସା ରହିଛି । ପ୍ରତ୍ୟେକ ଦିନ ସକାଳ ୬ଟାରେ ଦାମରେ ପରିବର୍ତ୍ତନ ହୋଇଥାଏ ।

ଦିଲ୍ଲୀରେ ପେଟ୍ରୋଲ ଦର ୯୪ ଟଙ୍କା ୭୨ ପଇସାକୁ ହ୍ରାସ ପାଇଥିବା ବେଳେ ଡିଜେଲ ଦର ୮୭ ଟଙ୍କା ୬୨ ପଇସାକୁ ହ୍ରାସ ପାଇଛି । ମୁମ୍ବାଇରେ ପେଟ୍ରୋଲ ଲିଟର ପିଛା ୧୦୪ଟଙ୍କା ୨୧ ପଇସା ହୋଇଥିବା ବେଳେ ଡିଜେଲ ଲିଟର ପିଛା ୯୨ ଟଙ୍କା ୧୫ ପଇସା ରହିଛି । ସେହିପରି କୋଲକାତାରେ ପେଟ୍ରୋଲ ଦର ୧୦୩ ଟଙ୍କା ୯୪ ପଇସା ଥିବାବେଳେ ଡିଜେଲ ଦର ୯୦ ଟଙ୍କା ୭୬ ପଇସା ରହିଛି । ଚେନ୍ନାଇରେ ପେଟ୍ରୋଲ ଦର ୧୦୦ ଟଙ୍କା ୭୫ ପଇସା ଥିବା ବେଳେ ଡିଜେଲ ଦାମ ୯୨ ଟଙ୍କା ୩୪ ପଇସା ରହିଛି ।

କେମିତି ଜାଣିବେ ଆପଣଙ୍କ ସହରରେ କେତେ ଅଛି ଦାମ୍:

ପେଟ୍ରୋଲ ଏବଂ ଡିଜେଲ ଦାମ୍ ଆପଣ SMS ମାଧ୍ୟମରେ ମଧ୍ୟ ଜାଣିପାରିବେ । ଇଣ୍ଡିଆନ ଅଏଲ ୱେବସାଇଟ ଅନୁଯାୟୀ ଆପଣଙ୍କୁ ଏବଂ ନିଜ ସହରର କୋଡ୍ ଲେଖି ୯୨୨୪୯୯୨୨୪୯ ନମ୍ବରକୁ ପଠାଇବାକୁ ହେବ । ପ୍ରତି ସହରର କୋଡ୍ ଅଲଗା ଅଲଗା ରହିଥାଏ । ଯାହା ଆପଣଙ୍କୁ ଆଇସିଓଏଲ ୱେବସାଇଟରୁ ମିଳିଯିବ।

ପ୍ରତିଦିନ ଛଅଟା ବେଳେ ବଦଳିଯାଏ ମୂଲ୍ୟ:

ସୂଚନା ମୁତାବକ, ପ୍ରତ୍ୟେକ ଦିନ ସକାଳ ୬ଟାରେ ପେଟ୍ରୋଲ ଏବଂ ଡିଜେଲ୍ ଦାମରେ ପରିବର୍ତ୍ତନ ହୋଇଥାଏ । ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଡିଲର କମିଶନ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ପ୍ରାୟ ଦ୍ୱିଗୁଣିତ ହୁଏ । ବୈଦେଶିକ ମୂଲ୍ୟ ସହିତ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ମୂଲ୍ୟ ଉପରେ ନିର୍ଭର କରି ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ପ୍ରତିଦିନ ବଦଳିଥାଏ ।

Leave A Reply

Your email address will not be published.