ବ୍ୟବସାୟ ଓ ଅର୍ଥନୀତି

ଥମୁନି ତୈଳ ଦର; ପୁଣି ବଢିଲା ପେଟ୍ରୋଲ-ଡିଜେଲ ଦାମ୍, ଜାଣନ୍ତୁ କେତେ

କ୍ରମାଗତ ଭାବରେ ବଢିଚାଲିଛି ତୈଳ ଦର। ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ଲିଟର ପିଛା ୧୦୯ ଟଙ୍କା ୯୬ ପଇସା ହୋଇଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ୧୦୬ ଟଙ୍କା ୬୦ ପଇସା ହୋଇଛି।

ସେହିପରି ଦେଶର ପ୍ରମୁଖ ସହରରେ ବି ପେଟ୍ରୋଲ ଓ ଡିଜେଲ ଦରରେ କିଛିଟା ପରିବର୍ତ୍ତନ ହୋଇଛି। ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୧୦୮,୬୪ ଟଙ୍କା ଓ ଡିଜେଲ ଦର ୯୭,୩୭ ଟଙ୍କା ହୋଇଛି। ମୁମ୍ବାଇରେ ପେଟ୍ରୋଲ ଲିଟର ପିଛା ୧୧୪ ଟଙ୍କା ୪୭ ପଇସା ହୋଇଥିବା ବେଳେ ଡିଜେଲ ଲିଟର ପିଛା ୧୦୫ ଟଙ୍କା ୪୯ ପଇସା ରହିଛି । ସେହିପରି କୋଲକାତାରେ ପେଟ୍ରୋଲ ଦର ୧୦୯ ଟଙ୍କା ୧୨ ପଇସା ଥିବାବେଳେ ଡିଜେଲ ଦର ୧୦୦ ଟଙ୍କା ୪୯ ପଇସା ରହିଛି। ଚେନ୍ନାଇରେ ପେଟ୍ରୋଲ ଦର ୧୦୫ ଟଙ୍କା ୪୩ ପଇସା ଥିବା ବେଳେ ଡିଜେଲ ଦାମ ୧୦୧ ଟଙ୍କା ୫୯ ପଇସା ରହିଛି।

ପେଟ୍ରୋଲ ଏବଂ ଡିଜେଲ ଦାମ୍ ଆପଣ SMS ମାଧ୍ୟମରେ ମଧ୍ୟ ଜାଣିପାରିବେ। ଇଣ୍ଡିଆନ ଅଏଲ ୱେବସାଇଟ୍ ଅନୁଯାୟୀ, ଆପଣଙ୍କୁ ଏବଂ ନିଜ ସହରର କୋଡ୍ ଲେଖି ୯୨୨୪୯୯୨୨୪୯ ନମ୍ବରକୁ ପଠାଇବାକୁ ହେବ। ପ୍ରତି ସହରର କୋଡ୍ ଅଲଗା ଅଲଗା ରହିଥାଏ। ଯାହା ଆପଣଙ୍କୁ ଆଇସିଓଏଲ ୱେବସାଇଟରୁ ମିଳିଯିବ।

ପ୍ରତିଦିନ ଛଅଟା ବେଳେ ବଦଳିଯାଏ ମୂଲ୍ୟ:
ସୂଚନା ମୁତାବକ ପ୍ରତ୍ୟେକ ଦିନ ସକାଳ ୬ଟା ରେ ପେଟ୍ରୋଲ ଏବଂ ଡିଜେଲ୍ ଦାମରେ ପରିବର୍ତ୍ତନ ହୋଇଥାଏ। ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଡିଲର କମିଶନ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ପ୍ରାୟ ଦ୍ୱିଗୁଣିତ ହୁଏ | ବୈଦେଶିକ ମୂଲ୍ୟ ସହିତ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ମୂଲ୍ୟ ଉପରେ ନିର୍ଭର କରି ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ପ୍ରତିଦିନ ବଦଳିଥାଏ।

Barsha

Recent Posts

ଟି୨୦ ବିଶ୍ୱକପ ୨୦୨୪ : ପାକିସ୍ତାନ ହାରିବା ପରେ ମଇଦାନରେ କାନ୍ଦି ପକାଇଲେ ନସିମ, ରୋହିତ ଦେଲେ ସାନ୍ତ୍ୱନା

ଟି୨୦ ବିଶ୍ୱକପରେ ବିରାଟ କୋହଲଙ୍କୁ ନିଜ ପ୍ରଥମ ଓଭରରେ ଆଉଟ କରିବା ଦୁନିଆର ସମସ୍ତ ବୋଲରଙ୍କ ପାଇଁ ସ୍ୱପ୍ନ ।…

10 mins ago

କେବଳ ହାଡ଼ ନୁହେଁ, ମାଂସପେଶୀ ପାଇଁ ବି ହୁଏ ବ୍ୟାକ୍‌ ପେନ୍‌; ଜାଣନ୍ତୁ ଘରୋଇ ଚିକିତ୍ସା

ଆଜି କାଲି ଅଣ୍ଟା ପୀଡ଼ା ବା ବ୍ୟାକ୍‌ ପେନ୍‌ ଏକ ବଡ଼ ସମସ୍ୟା ଭାବେ ଉଭା ହୋଇଛି । କେବଳ…

11 mins ago

ଆସନ୍ତାକାଲି ଘୋଷଣା ହେବ ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀଙ୍କ ନାଁ, ଆଜି ଆସୁଛନ୍ତି କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ

ଆସନ୍ତାକାଲି କଳ୍ପନାଜଳ୍ପନାର ଅନ୍ତ ଘଟିବ। ଘୋଷଣା ହେବ ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀଙ୍କ ନାଁ। ବିଜେପି ବିଧାୟକ ଦଳ ବୈଠକରେ ନାଁ…

25 mins ago

ଉତ୍ତର ପ୍ରଦେଶ: କାର୍‌ ଓ ବୋଲେରୋ ମଧ୍ୟରେ ମୁହାଁମୁହିଁ ଧକ୍କା; ୪ ୟୁଟ୍ୟୁବର୍‌ଙ୍କ ମୃତ୍ୟୁ, ୨ ଆହତ

ଉତ୍ତରପ୍ରଦେଶର ଅମରୋହା ଜିଲ୍ଲାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଏଠାରେ ଏକ କାର୍‌ ଓ ବୋଲେରୋ ମଧ୍ୟରେ…

33 mins ago

ମୁମ୍ବାଇରେ ମୌସୁମୀ ବର୍ଷା ରଚିଲା ତାଣ୍ଡବ, ରାସ୍ତାରେ ଭାସିଲା ଗାଡି, ୨ ମୃତ

ମହାରାଷ୍ଟ୍ରରେ ମୌସୁମୀ ବର୍ଷା ଲୋକଙ୍କୁ ଆଶ୍ୱସ୍ତି ଦେବା ପରିବର୍ତ୍ତେ ତାଣ୍ଡବ ରଚିଛି । ଗତ ୨୪ ଘଣ୍ଟାରେ ପ୍ରବଳ ବର୍ଷା…

46 mins ago

ପାହାଡ଼ରେ ଟ୍ରିପ୍‌ ପାଇଁ ଘରକୁ ନେଇ ଆସନ୍ତୁ ଏହି ଗାଡ଼ି, ଯାତ୍ରାର ମଜା ହେବ ଆହୁରି ସହଜ

ଲୋକମାନେ ନିଜ କାରରେ ପାହାଡ଼ ଉପରେ ଯାତ୍ରା କରିବା ପାଇଁ ପସନ୍ଦ କରନ୍ତି । କିନ୍ତୁ ପାହାଡ଼ରେ ଥିବା ପଥର…

47 mins ago