କେନ୍ଦ୍ରର ଦୀପାବଳି ଉପହାର: କମିଲା ପେଟ୍ରୋଲ-ଡିଜେଲ ଦର, ଜାଣନ୍ତୁ ଆଜି କେତେ ଅଛି ଦାମ୍

ଭାରତ ସରକାର ଲୋକମାନଙ୍କ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି । ଉତ୍ପାଦ ଶୁଳ୍କ ପେଟ୍ରୋଲ ଉପରୁ ୫ଟଙ୍କା ଓ ଡିଜେଲ ଉପରୁ ୧୦ ଟଙ୍କା ହ୍ରାସ କରାଯାଇଛି । ଏହା ଫଳରେ ଦେଶରେ ତେଲଦର ଶସ୍ତା ହେବ । ଆଜି ଭୁବନେଶ୍ୱରରେ ପେଟ୍ରୋଲ ଦର ଲିଟର ପିଛା ୧୦୪ ଟଙ୍କା ୯୧ ପଇସା ହୋଇଛି । ଡିଜେଲ ଦାମ୍ ପ୍ରତି ଲିଟର ପିଛା ୯୪.୫୧ ପଇସା ହୋଇଛି ।

ସେହିପରି ଦେଶର ପ୍ରମୁଖ ସହରରେ ବି ପେଟ୍ରୋଲ ଓ ଡିଜେଲ ଦରରେ କିଛିଟା ପରିବର୍ତ୍ତନ ହୋଇଛି। ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୧୦୫,୦୪ ଟଙ୍କା ଓ ଡିଜେଲ ଦର ୮୮.୪୨ ଟଙ୍କା ହୋଇଛି। ମୁମ୍ବାଇରେ ପେଟ୍ରୋଲ ଲିଟର ପିଛା ୧୧୦ ଟଙ୍କା ୮୫ ପଇସା ହୋଇଥିବା ବେଳେ ଡିଜେଲ ଲିଟର ପିଛା ୯୬ ଟଙ୍କା ୬୨ ପଇସା ରହିଛି । ସେହିପରି କୋଲକାତାରେ ପେଟ୍ରୋଲ ଦର ୧୦୫ ଟଙ୍କା ୪୯ ପଇସା ଥିବାବେଳେ ଡିଜେଲ ଦର ୯୧ ଟଙ୍କା ୫୬ ପଇସା ରହିଛି। ଚେନ୍ନାଇରେ ପେଟ୍ରୋଲ ଦର ୧୦୧ ଟଙ୍କା ୬୬ ପଇସା ଥିବା ବେଳେ ଡିଜେଲ ଦାମ ୯୨ ଟଙ୍କା ୫୯ ପଇସା ରହିଛି।

ପେଟ୍ରୋଲ ଏବଂ ଡିଜେଲ ଦାମ୍ ଆପଣ SMS ମାଧ୍ୟମରେ ମଧ୍ୟ ଜାଣିପାରିବେ। ଇଣ୍ଡିଆନ ଅଏଲ ୱେବସାଇଟ୍ ଅନୁଯାୟୀ, ଆପଣଙ୍କୁ ଏବଂ ନିଜ ସହରର କୋଡ୍ ଲେଖି ୯୨୨୪୯୯୨୨୪୯ ନମ୍ବରକୁ ପଠାଇବାକୁ ହେବ। ପ୍ରତି ସହରର କୋଡ୍ ଅଲଗା ଅଲଗା ରହିଥାଏ। ଯାହା ଆପଣଙ୍କୁ ଆଇସିଓଏଲ ୱେବସାଇଟରୁ ମିଳିଯିବ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.