ବ୍ୟବସାୟ ଓ ଅର୍ଥନୀତି

ଟିକେ ଆଶ୍ବସ୍ତି! ସ୍ଥିର ଅଛି ପେଟ୍ରୋଲ ଦର, ଜାଣନ୍ତୁ ଆଜି କେତେ ଅଛି ଦାମ୍

ଆଜି ଭୁବନେଶ୍ୱରରେ ପେଟ୍ରୋଲ ଦର ୧୦୧ ଟଙ୍କା ୮୧ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା ୯୧ ଟଙ୍କା ୬୨ ପଇସା ହୋଇଛି।

ସେହିପରି ଦେଶର ପ୍ରମୁଖ ସହରରେ ଗତକାଲିଠାରୁ ପେଟ୍ରୋଲ ଓ ଡିଜେଲ ଦରରେ କିଛି ପରିବର୍ତ୍ତନ ହୋଇନାହିଁ। ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୯୫ ଟଙ୍କା ୪୧ ପଇସା ଓ ଡିଜେଲ ଦର ୮୬ ଟଙ୍କା ୬୭ ପଇସା ହୋଇଛି। ମୁମ୍ବାଇରେ ପେଟ୍ରୋଲ ଲିଟର ପିଛା ୧୦୯ ଟଙ୍କା ୯୮ ପଇସା ହୋଇଥିବା ବେଳେ ଡିଜେଲ ଲିଟର ପିଛା ୯୪ ଟଙ୍କା ୧୪ ପଇସା ରହିଛି । ସେହିପରି କୋଲକାତାରେ ପେଟ୍ରୋଲ ଦର ୧୦୪ ଟଙ୍କା ୬୭ ପଇସା ଥିବାବେଳେ ଡିଜେଲ ଦର ୮୯ ଟଙ୍କା ୭୯ ପଇସା ରହିଛି। ଚେନ୍ନାଇରେ ପେଟ୍ରୋଲ ଦର ୧୦୧ ଟଙ୍କା ୫୧ ପଇସା ଥିବା ବେଳେ ଡିଜେଲ ଦାମ ୯୧ ଟଙ୍କା ୫୩ ପଇସା ରହିଛି।

କେମିତି ଜାଣିବେ ଆପଣଙ୍କ ସହରରେ କେତେ ଅଛି ଦାମ୍:

ପେଟ୍ରୋଲ ଏବଂ ଡିଜେଲ ଦାମ୍ ଆପଣ SMS ମାଧ୍ୟମରେ ମଧ୍ୟ ଜାଣିପାରିବେ। ଇଣ୍ଡିଆନ ଅଏଲ ୱେବସାଇଟ ଅନୁଯାୟୀ ଆପଣଙ୍କୁ ଏବଂ ନିଜ ସହରର କୋଡ୍ ଲେଖି ୯୨୨୪୯୯୨୨୪୯ ନମ୍ବରକୁ ପଠାଇବାକୁ ହେବ। ପ୍ରତି ସହରର କୋଡ୍ ଅଲଗା ଅଲଗା ରହିଥାଏ। ଯାହା ଆପଣଙ୍କୁ ଆଇସିଓଏଲ ୱେବସାଇଟରୁ ମିଳିଯିବ।

ପ୍ରତିଦିନ ଛଅଟା ବେଳେ ବଦଳିଯାଏ ମୂଲ୍ୟ:

ସୂଚନା ମୁତାବକ ପ୍ରତ୍ୟେକ ଦିନ ସକାଳ ୬ଟା ରେ ପେଟ୍ରୋଲ ଏବଂ ଡିଜେଲ୍ ଦାମରେ ପରିବର୍ତ୍ତନ ହୋଇଥାଏ। ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଡିଲର କମିଶନ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ପ୍ରାୟ ଦ୍ୱିଗୁଣିତ ହୁଏ । ବୈଦେଶିକ ମୂଲ୍ୟ ସହିତ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ମୂଲ୍ୟ ଉପରେ ନିର୍ଭର କରି ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ପ୍ରତିଦିନ ବଦଳିଥାଏ।

 

Barsha

Recent Posts

ରାଉରକେଲା ଲୋକୋ ପାଇଲଟଙ୍କୁ ଅପହରଣ ଘଟଣା, ୩ ଅଭିଯୁକ୍ତ ଗିରଫ

ରାଉରକେଲା : ରାଉରକେଲା ଲୋକୋ ପାଇଲଟଙ୍କୁ ଅପହରଣ ଘଟଣା । ୩ ଅଭିଯୁକ୍ତ ଗିରଫ । ଭୁବନେଶ୍ଵରରୁ ଗିରଫ କଲା…

42 seconds ago

ହଜାର ହଜାର ପ୍ରଦର୍ଶନକାରୀ କେନିଆ ସଂସଦରେ ଲଗାଇଦେଲେ ନିଆଁ, ଭାରତ ନିଜ ନାଗରିକଙ୍କ ପାଇଁ ଜାରି କଲା ଆଡ୍‌ଭାଇଜରୀ

ସରକାରଙ୍କ ପ୍ରସ୍ତାବିତ ଟିକସ ବୃଦ୍ଧି ପ୍ରତିବାଦରେ କେନିଆରେ ହିଂସାତ୍ମକ ବିରୋଧ ପ୍ରଦର୍ଶନ ହେଉଛି । ଏହି ହିଂସାରେ ନାଇରୋବିରେ ୫…

3 mins ago

କଟକରେ ଯାନବାହନ ସୁରକ୍ଷିତ ଚଳାଚଳ ଓ ପାର୍କିଂ ପାଇଁ କିଛି ରାସ୍ତାକୁ NO PARKING ZONE ଘୋଷଣା

କଟକ: କଟକ ସହରରେ ଦୂର ହେବ ଟ୍ରାଫିକ ସମସ୍ୟା । ସହର ମଧ୍ୟରେ ଯାନବାହନର ସୁରକ୍ଷିତ ଚଳାଚଳ ଓ ପାର୍କିଂ…

10 mins ago

ଚାନ୍ଦବାଲି ପୋଲିସର ବର୍ବରତା: ଥାନା ଆଗରେ ମହିଳାଙ୍କୁ ନିର୍ଧୁମ ମାଡ଼

ଚାନ୍ଦବାଲି: ବର୍ବରତାର ସୀମା ଟପିଛି ଭଦ୍ରକ ଜିଲ୍ଲା ଚାନ୍ଦବାଲି ପୋଲିସ୍ । ଯାହାର ଭିଜୁଆଲ୍ କ୍ୟାମେରାରେ କଏଦ ହୋଇଥିଲେ ସୁଦ୍ଧା…

36 mins ago

ଜାଣନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର

ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ୧୦୧ ଟଙ୍କା ୦୫ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା…

45 mins ago

ଆସନ୍ତାକାଲି ଭାରତ-ଇଂଲଣ୍ଡ ଟି୨୦ ବିଶ୍ୱକପ୍ ସେମିଫାଇନାଲ ଲଢ଼େଇ

କାଲି ଭାରତ-ଇଂଲଣ୍ଡ ଟି୨୦ ବିଶ୍ୱକପ୍ ସେମିଫାଇନାଲ ଲଢ଼େଇ । ୨୦୨୨ ପରାଜୟର ବଦଲା ନେବାକୁ ପ୍ରସ୍ତୁତ ରୋହିତ ବାହିନୀ ।…

1 hour ago