ବ୍ୟବସାୟ ଓ ଅର୍ଥନୀତି

କମିଲା ପେଟ୍ରୋଲ ଦର, ଜାଣନ୍ତୁ ଆଜି କେତେ ଅଛି ଦାମ୍

କମିଲା ପେଟ୍ରୋଲ ଓ ଡିଜେଲ ଦର। ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ଲିଟର ପିଛା କାଲି ତୁଳନାରେ ୧୭ ପଇସା କମି ୧୦୨ ଟଙ୍କା ୧୦ ପଇସା ହୋଇଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା ୧୫ ପଇସା କମି ୯୧ ଟଙ୍କା ୯୧ ପଇସା ହୋଇଛି।

ସେହିପରି ଦେଶର ପ୍ରମୁଖ ସହରରେ ବି ପେଟ୍ରୋଲ ଓ ଡିଜେଲ ଦରରେ କିଛିଟା ପରିବର୍ତ୍ତନ ହୋଇଛି। ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୯୫ ଟଙ୍କା ୪୧ ପଇସା ଓ ଡିଜେଲ ଦର ୮୬ ଟଙ୍କା ୬୭ ପଇସା ହୋଇଛି। ମୁମ୍ବାଇରେ ପେଟ୍ରୋଲ ଲିଟର ପିଛା ୧୦୯ ଟଙ୍କା ୯୮ ପଇସା ହୋଇଥିବା ବେଳେ ଡିଜେଲ ଲିଟର ପିଛା ୯୪ ଟଙ୍କା ୧୪ ପଇସା ରହିଛି । ସେହିପରି କୋଲକାତାରେ ପେଟ୍ରୋଲ ଦର ୧୦୪ ଟଙ୍କା ୬୭ ପଇସା ଥିବାବେଳେ ଡିଜେଲ ଦର ୮୯ ଟଙ୍କା ୭୯ ପଇସା ରହିଛି। ଚେନ୍ନାଇରେ ପେଟ୍ରୋଲ ଦର ୧୦୧ ଟଙ୍କା ୫୧ ପଇସା ଥିବା ବେଳେ ଡିଜେଲ ଦାମ ୯୧ ଟଙ୍କା ୫୩ ପଇସା ରହିଛି।

ପେଟ୍ରୋଲ ଏବଂ ଡିଜେଲ ଦାମ୍ ଆପଣ SMS ମାଧ୍ୟମରେ ମଧ୍ୟ ଜାଣିପାରିବେ। ଇଣ୍ଡିଆନ ଅଏଲ ୱେବସାଇଟ୍ ଅନୁଯାୟୀ, ଆପଣଙ୍କୁ ଏବଂ ନିଜ ସହରର କୋଡ୍ ଲେଖି ୯୨୨୪୯୯୨୨୪୯ ନମ୍ବରକୁ ପଠାଇବାକୁ ହେବ। ପ୍ରତି ସହରର କୋଡ୍ ଅଲଗା ଅଲଗା ରହିଥାଏ। ଯାହା ଆପଣଙ୍କୁ ଆଇସିଓଏଲ ୱେବସାଇଟରୁ ମିଳିଯିବ।

ପ୍ରତିଦିନ ଛଅଟା ବେଳେ ବଦଳିଯାଏ ମୂଲ୍ୟ:
ସୂଚନା ମୁତାବକ ପ୍ରତ୍ୟେକ ଦିନ ସକାଳ ୬ଟା ରେ ପେଟ୍ରୋଲ ଏବଂ ଡିଜେଲ୍ ଦାମରେ ପରିବର୍ତ୍ତନ ହୋଇଥାଏ। ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଡିଲର କମିଶନ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ପ୍ରାୟ ଦ୍ୱିଗୁଣିତ ହୁଏ | ବୈଦେଶିକ ମୂଲ୍ୟ ସହିତ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ମୂଲ୍ୟ ଉପରେ ନିର୍ଭର କରି ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ପ୍ରତିଦିନ ବଦଳିଥାଏ।

Barsha

Recent Posts

ବାଲେଶ୍ବର ଗୋଷ୍ଠୀ ଉତ୍ତେଜନା ପ୍ରସଙ୍ଗରେ ପରିସ୍ଥିତିକୁ ନିୟନ୍ତ୍ରଣ ପାଇଁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ବାଲେଶ୍ବର (କେନ୍ୟୁଜ୍‌): ବାଲେଶ୍ବର ଗୋଷ୍ଠୀ ଉତ୍ତେଜନା ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ । ପରିସ୍ଥିତିକୁ ନିୟନ୍ତ୍ରଣ ପାଇଁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି…

4 mins ago

ନେତାଜୀ ସଂଗ୍ରହାଳୟ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ

କଟକ(କେନ୍ୟୁଜ୍‌): ଦାୟିତ୍ବ ନେବା ପରେ ଆଜି ପ୍ରଥମ ଥର କଟକ ଗସ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । କଟକ…

11 mins ago

ରାମୋଜୀ ରାଓଙ୍କୁ ଶ୍ରଦ୍ଧାଞ୍ଜଳି, ବିନ୍ଦୁସାଗରରେ ତିଳତର୍ପଣ କଲେ ପୂର୍ବତନ କର୍ମଚାରୀ

ଭୁବନେଶ୍ୱର : ଭାରତୀୟ ଗଣମାଧ୍ୟମର ଅତି ପରିଚିତ ବ୍ୟକ୍ତିତ୍ୱ ତଥା ରାମୋଜୀ ଗ୍ରୁପର ଅଧ୍ୟକ୍ଷ ରାମୋଜୀ ରାଓଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି…

25 mins ago

ଆସନ୍ତା ୩ ଦିନ ପ୍ରଚଣ୍ଡ ଗୁଳୁଗୁଳି, ଚେତାବନୀ ଜାରି କଲା ପାଣିପାଗ କେନ୍ଦ୍ର

ଭୁବନେଶ୍ୱର(କେନ୍ୟୁଜ୍‌): ଗରମ, ଗୁଳୁଗୁଳିରେ ଅସ୍ତବ୍ୟସ୍ତ ଜନଜୀବନ। ଆହୁରି ତିନି ଦିନ ଯାଏ ଏଥିରୁ ମିଳିବନି ଆଶ୍ବସ୍ତି । ଆସନ୍ତା ତିନିଦିନ…

37 mins ago

ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ପରେ ବାଲେଶ୍ବରରେ ୧୪୪ ଧାରା ଜାରି

ବାଲେଶ୍ବର(କେନ୍ୟୁଜ୍‌): ବାଲେଶ୍ବରରେ ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ପରେ ୧୪୪ ଧାରା ଜାରି। କୌଣସି ଏକ କାରଣରୁ ଭୁଜାଖିଆ ପୀର…

49 mins ago

ଡାକ୍ତରଖାନାରେ ଶିଶୁକୁ ଚୋରି କରି ନେବା ବେଳେ ଧରିଲେ ଡାକ୍ତରଖାନାର ସୁରକ୍ଷାକର୍ମୀ

ସୁବର୍ଣ୍ଣପୁର(କେନ୍ୟୁଜ୍‌) : ପୁଣି ସାମ୍ନାକୁ ଆସିଲା ପିଲାଚୋରି ଅଭିଯୋଗ । ପୂର୍ବରୁ ଏପରି ଘଟଣା ଅନେକ ଥର ଆମ ସାମ୍ନାକୁ…

1 hour ago