କମିଲା ପେଟ୍ରୋଲ୍‌-ଡିଜେଲ୍ ଦର, ଜାଣନ୍ତୁ ଆପଣଙ୍କ ସହରରେ ଲିଟର ପିଛା କେତେ ଅଛି ଦାମ୍

ଦେଶରେ ଏବଂ ରାଜ୍ୟରେ ତେଲ ଦାମ୍‌ କମିବା ପରେ ଗ୍ରାହକଙ୍କ ସାମାନ୍ୟ ଆଶ୍ୱସ୍ତି ମିଳିଛି। ଆଜି ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ଲିଟର ପିଛା ୧୦୨ ଟଙ୍କା ୧୦ ପଇସା ହୋଇଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା ୯୧ ଟଙ୍କା ୯୧ ପଇସା ହୋଇଛି।

ସେହିପରି ଦେଶର ପ୍ରମୁଖ ସହରରେ ବି ପେଟ୍ରୋଲ ଓ ଡିଜେଲ ଦରରେ କିଛିଟା ପରିବର୍ତ୍ତନ ହୋଇଛି। ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୧୦୩ ଟଙ୍କା ୯୭ ପଇସା ଓ ଡିଜେଲ ଦର ୮୬ ଟଙ୍କା ୬୭ ପଇସା ହୋଇଛି। ମୁମ୍ବାଇରେ ପେଟ୍ରୋଲ ଲିଟର ପିଛା ୧୦୯ ଟଙ୍କା ୯୮ ପଇସା ହୋଇଥିବା ବେଳେ ଡିଜେଲ ଲିଟର ପିଛା ୯୪ ଟଙ୍କା ୧୪ ପଇସା ରହିଛି। ସେହିପରି କୋଲକାତାରେ ପେଟ୍ରୋଲ ଦର ୧୦୪ ଟଙ୍କା ୬୭ ପଇସା ଥିବାବେଳେ ଡିଜେଲ ଦର ୮୯ ଟଙ୍କା ୭୯ ପଇସା ରହିଛି। ଚେନ୍ନାଇରେ ପେଟ୍ରୋଲ ଦର ୧୦୧ ଟଙ୍କା ୫୧ ପଇସା ଥିବା ବେଳେ ଡିଜେଲ ଦାମ ୯୧ ଟଙ୍କା ୫୩ ପଇସା ରହିଛି।

ପେଟ୍ରୋଲ ଏବଂ ଡିଜେଲ ଦାମ୍ ଆପଣ SMS ମାଧ୍ୟମରେ ମଧ୍ୟ ଜାଣିପାରିବେ। ଇଣ୍ଡିଆନ ଅଏଲ ୱେବସାଇଟ୍ ଅନୁଯାୟୀ, ଆପଣଙ୍କୁ ଏବଂ ନିଜ ସହରର କୋଡ୍ ଲେଖି ୯୨୨୪୯୯୨୨୪୯ ନମ୍ବରକୁ ପଠାଇବାକୁ ହେବ। ପ୍ରତି ସହରର କୋଡ୍ ଅଲଗା ଅଲଗା ରହିଥାଏ। ଯାହା ଆପଣଙ୍କୁ ଆଇସିଓଏଲ ୱେବସାଇଟରୁ ମିଳିଯିବ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.