କମିଛି ପେଟ୍ରୋଲ ଡିଜେଲ ଦର, ପଢନ୍ତୁ ଆଜିର ତାଜା ଅପଡେଟ

ଦେଶରେ ଏବଂ ରାଜ୍ୟରେ ତେଲ ଦାମ୍‌ କମିବା ପରେ ଗ୍ରାହକଙ୍କ ସାମାନ୍ୟ ଆଶ୍ୱସ୍ତି ମିଳିଛି। ଆଜି ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ଲିଟର ପିଛା ୧୦୧ ଟଙ୍କା ୮୭ ପଇସା ହୋଇଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା ୯୧ ଟଙ୍କା ୬୮ ପଇସା ହୋଇଛି।

ସେହିପରି ଦେଶର ପ୍ରମୁଖ ସହରରେ ବି ପେଟ୍ରୋଲ ଓ ଡିଜେଲ ଦରରେ କିଛିଟା ପରିବର୍ତ୍ତନ ହୋଇଛି। ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୧୦୩ ଟଙ୍କା ୯୭ ପଇସା ଓ ଡିଜେଲ ଦର ୮୬ ଟଙ୍କା ୬୭ ପଇସା ହୋଇଛି। ମୁମ୍ବାଇରେ ପେଟ୍ରୋଲ ଲିଟର ପିଛା ୧୦୯ ଟଙ୍କା ୯୮ ପଇସା ହୋଇଥିବା ବେଳେ ଡିଜେଲ ଲିଟର ପିଛା ୯୪ ଟଙ୍କା ୧୪ ପଇସା ରହିଛି। ସେହିପରି କୋଲକାତାରେ ପେଟ୍ରୋଲ ଦର ୧୦୪ ଟଙ୍କା ୬୭ ପଇସା ଥିବାବେଳେ ଡିଜେଲ ଦର ୮୯ ଟଙ୍କା ୭୯ ପଇସା ରହିଛି। ଚେନ୍ନାଇରେ ପେଟ୍ରୋଲ ଦର ୧୦୧ ଟଙ୍କା ୫୧ ପଇସା ଥିବା ବେଳେ ଡିଜେଲ ଦାମ ୯୧ ଟଙ୍କା ୪୩ ପଇସା ରହିଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.