ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ୧୦୩ ଟଙ୍କା ୪୭ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା ୯୪ ଟଙ୍କା ୦୩ ପଇସା ରହିଛି । ଏପଟେ ଦେଶର ପ୍ରମୁଖ ସହରରେ ବି ପେଟ୍ରୋଲ ଓ ଡିଜେଲ ଦର ପରିବର୍ତ୍ତିତ ହୋଇଛି ।
ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୯୬ ଟଙ୍କା ୭୨ ପଇସା ଓ ଡିଜେଲ ଦର ୮୯ ଟଙ୍କା ୬୨ ପଇସା ହୋଇଛି। ମୁମ୍ବାଇରେ ପେଟ୍ରୋଲ ଲିଟର ପିଛା ୧୦୬ ଟଙ୍କା ୩୧ ପଇସା ହୋଇଥିବା ବେଳେ ଡିଜେଲ ଲିଟର ପିଛା ୯୪ ଟଙ୍କା ୩୩ ପଇସା ରହିଛି । ସେହିପରି କୋଲକାତାରେ ପେଟ୍ରୋଲ ଦର ୧୦୬ ଟଙ୍କା ୦୩ ପଇସା ଥିବାବେଳେ ଡିଜେଲ ଦର ୯୨ ଟଙ୍କା ୭୬ ପଇସା ରହିଛି । ଚେନ୍ନାଇରେ ପେଟ୍ରୋଲ ଦର ୧୦୨ ଟଙ୍କା ୬୩ ପଇସା ଥିବା ବେଳେ ଡିଜେଲ ଦାମ ୯୪ ଟଙ୍କା ୨୪ ପଇସା ରହିଛି ।
କେମିତି ଜାଣିବେ ଆପଣଙ୍କ ସହରରେ କେତେ ଅଛି ଦାମ୍:
ପେଟ୍ରୋଲ ଏବଂ ଡିଜେଲ ଦାମ୍ ଆପଣ SMS ମାଧ୍ୟମରେ ମଧ୍ୟ ଜାଣିପାରିବେ । ଇଣ୍ଡିଆନ ଅଏଲ ୱେବସାଇଟ ଅନୁଯାୟୀ ଆପଣଙ୍କୁ ଏବଂ ନିଜ ସହରର କୋଡ୍ ଲେଖି ୯୨୨୪୯୯୨୨୪୯ ନମ୍ବରକୁ ପଠାଇବାକୁ ହେବ । ପ୍ରତି ସହରର କୋଡ୍ ଅଲଗା ଅଲଗା ରହିଥାଏ । ଯାହା ଆପଣଙ୍କୁ ଆଇସିଓଏଲ ୱେବସାଇଟରୁ ମିଳିଯିବ।
ପ୍ରତିଦିନ ଛଅଟା ବେଳେ ବଦଳିଯାଏ ମୂଲ୍ୟ:
ସୂଚନା ମୁତାବକ, ପ୍ରତ୍ୟେକ ଦିନ ସକାଳ ୬ଟାରେ ପେଟ୍ରୋଲ ଏବଂ ଡିଜେଲ୍ ଦାମରେ ପରିବର୍ତ୍ତନ ହୋଇଥାଏ । ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଡିଲର କମିଶନ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ପ୍ରାୟ ଦ୍ୱିଗୁଣିତ ହୁଏ । ବୈଦେଶିକ ମୂଲ୍ୟ ସହିତ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ମୂଲ୍ୟ ଉପରେ ନିର୍ଭର କରି ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ପ୍ରତିଦିନ ବଦଳିଥାଏ ।
ପୁରୀ (କେନ୍ୟୁଜ); ଆଜିଠୁ ଖୋଲିଲା ଶ୍ରୀମନ୍ଦିର ଚାରି ଦ୍ୱାର । ମଙ୍ଗଳ ଆଳତି ପରେ ଶ୍ରୀମନ୍ଦିର ୪ ଦ୍ୱାର ଖୋଲାହେଲା…
ଭୁବନେଶ୍ୱର (କେନ୍ୟୁଜ): ନୂଆ ମୁଖ୍ୟମନ୍ତ୍ରୀ, ନୂଆ କ୍ୟାବିନେଟ । କାହାକୁ ମିଳିବ କେଉଁ ବିଭାଗ ? ଖୁବଶୀଘ୍ର ମନ୍ତ୍ରୀମାନଙ୍କୁ ବିଭାଗ…
ରାଉରକେଲା(କେନ୍ୟୁଜ): ଦିବ୍ୟାଙ୍ଗ ଯୁବକ ଯୁବତୀଙ୍କ ଫେସବୁକ୍ ପ୍ରେମ ଯୋଗୁଁ ରାଜସ୍ଥାନର ମଥପୁର ଗାଁ ସୁନ୍ଦରଗଡ଼ ଜିଲ୍ଲା ବିଶ୍ରା ଥାନା ଲହଣ୍ଡା…
(କେନ୍ୟୁଜ): ଟି୨୦ ବିଶ୍ବକପରେ ଗତକାଲି ଆମେରିକାକୁ ୭ ୱିକେଟରେ ହରାଇ ସୁପର ଏଇଟରେ ପ୍ରବେଶ କରିଛି ଭାରତ । ୧୧୧…
ପେଟ୍ରୋଲ ହେଉଛି ଏକ ଦୈନଦିନ ଖର୍ଚ୍ଚ । ଯେଉଁଠି ପାଇଁ ଆମେ ସବୁବେଳେ ଦର ଉପରେ ନଜର ରଖିଥାଉ ।…
ସୁନା କିଣିବାକୁ ଚାହୁଁଥିଲେ ପ୍ରଥମେ ଜାଣନ୍ତୁ ଦାମ । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ଦର ୧୦…