ଭୁବନେଶ୍ବରରେ କମିଲା ପେଟ୍ରୋଲ ଦର; ଘରୁ ବାହାରିବା ପୂର୍ବରୁ ଯାଞ୍ଚ କରନ୍ତୁ ଆଜିର ମୂଲ୍ୟ…
ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ବୃଦ୍ଧି ପାଇ ୧୦୦. ୯୩ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା ୯୨ .୫୧ ପଇସା ରହିଛି । ସେହିପରି ଦେଶର ପ୍ରମୁଖ ସହରରେ ପେଟ୍ରୋଲ ଓ ଡିଜେଲ ଦର ଅପରିବର୍ତ୍ତିତ ରହିଛି ।
ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୯୪ ଟଙ୍କା ୭୭ ପଇସା ଓ ଡିଜେଲ ଦର ୮୭ ଟଙ୍କା ୬୭ ପଇସା ହୋଇଛି । ମୁମ୍ବାଇରେ ପେଟ୍ରୋଲ ଲିଟର ପିଛା ୧୦୩ ଟଙ୍କା ୪୪ ପଇସା ହୋଇଥିବା ବେଳେ ଡିଜେଲ ଲିଟର ପିଛା ୮୯ ଟଙ୍କା ୯୭ ପଇସା ରହିଛି । ସେହିପରି କୋଲକାତାରେ ପେଟ୍ରୋଲ ଦର ୧୦୪ ଟଙ୍କା ୯୫ ପଇସା ଥିବାବେଳେ ଡିଜେଲ ଦର ୯୧ ଟଙ୍କା ୭୬ ପଇସା ରହିଛି । ଚେନ୍ନାଇରେ ପେଟ୍ରୋଲ ଦର ୧୦୦ ଟଙ୍କା ୮୦ ପଇସା ଥିବା ବେଳେ ଡିଜେଲ ଦାମ ୯୨ ଟଙ୍କା ୩୯ ପଇସା ରହିଛି ।
କେମିତି ଜାଣିବେ ଆପଣଙ୍କ ସହରରେ କେତେ ଅଛି ଦାମ୍ :
ପେଟ୍ରୋଲ ଏବଂ ଡିଜେଲ ଦାମ୍ ଆପଣ SMS ମାଧ୍ୟମରେ ମଧ୍ୟ ଜାଣିପାରିବେ । ଇଣ୍ଡିଆନ ଅଏଲ ୱେବସାଇଟ ଅନୁଯାୟୀ ଆପଣଙ୍କୁ ଏବଂ ନିଜ ସହରର କୋଡ୍ ଲେଖି ୯୨୨୪୯୯୨୨୪୯ ନମ୍ବରକୁ ପଠାଇବାକୁ ହେବ । ପ୍ରତି ସହରର କୋଡ୍ ଅଲଗା ଅଲଗା ରହିଥାଏ । ଯାହା ଆପଣଙ୍କୁ ଆଇସିଓଏଲ ୱେବସାଇଟରୁ ମିଳିଯିବ ।
ପ୍ରତିଦିନ ଛଅଟା ବେଳେ ବଦଳିଯାଏ ମୂଲ୍ୟ :
ସୂଚନା ମୁତାବକ, ପ୍ରତ୍ୟେକ ଦିନ ସକାଳ ୬ଟାରେ ପେଟ୍ରୋଲ ଏବଂ ଡିଜେଲ୍ ଦାମରେ ପରିବର୍ତ୍ତନ ହୋଇଥାଏ । ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଡିଲର କମିଶନ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ପ୍ରାୟ ଦ୍ୱିଗୁଣିତ ହୁଏ । ବୈଦେଶିକ ମୂଲ୍ୟ ସହିତ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ମୂଲ୍ୟ ଉପରେ ନିର୍ଭର କରି ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ପ୍ରତିଦିନ ବଦଳିଥାଏ ।